shabd-logo

ଅଷ୍ଟାଦଶ ପରିଚ୍ଛେଦ : ସାଆନ୍ତାଣି

24 September 2023

0 ଦର୍ଶନ 0

ଅଷ୍ଟାଦଶ ପରିଚ୍ଛେଦ

ସାଆନ୍ତାଣି :

ସର୍ବେ ଚଳିବେ କାଳବଳେ, କଥା ରହିବ ମହୀକତଳେ ।''

ଶ୍ରାବଣ ମାସ ରାଧାଷ୍ଟମୀ ଦିନ, ଖୁବ୍ ଭୋର, ଅଳ୍ପ ଅଳ୍ପ ଅନ୍ଧାର ଅଛି, ଲୋକମାନେ ବିଛଣା ଛାଡି ନାହାନ୍ତି । ଅବଶ୍ୟ ଅନେକ ଲୋକଙ୍କ ନିଦ ଭାଙ୍ଗିଲାଣି ; ମାତ୍ର ଖୁବ୍ ଦରକାର ନଥିଲେ ବର୍ଷା ଆଉ ଶୀତ ଋତୁର ପାହାନ୍ତି ବିଛଣାଟା ଲୋକମାନଙ୍କୁ ଟିକିଏ ଟାରି ଧରେ । ମଙ୍ଗରାଜଙ୍କର ପୋଇଲୀ ମରୁଆ ଢାଳଟିଏ ଡେବିରି ହାତରେ ଧରି ଖାଇବା ହାତରେ କବାଟ ଫିଟାଇ ଘରୁ ବାହାରି ପଡିଲା । ହଠାତ୍‌ ତାହାର ଦୃଷ୍ଟି ଚଉରା ଉପରେ ପଡିଗଲା, ସେ ଥକାହୋଇ ଠିଆ ହୋଇଗଲା । ଧଳାଟାଏ କଣ? ତୁଳସୀ ଚଉରାଟା ମଝିଅଗଣା ମଧ୍ଯରେ । ସାଆନ୍ତାଣିଙ୍କ ନିଜ ମଧ୍ୟରେ ଚଉରାଟା । ବୃନ୍ଦବତୀ ପୂଜା ତାହାଙ୍କ ଜୀବନର ବ୍ରତ । ତୋଟା ମଧ୍ଯରେ ପୁଆଟିଏ ଆଣି ନିଜେ ରୋଇଛନ୍ତି । ସକାଳୁ ଉଠି ଚଉରା ଚାରିପାଖ ଖରକିବା, ଗୋବର ପାଣିରେ ଛୁଞ୍ଚଦେବା , ଗାଧୋଇ ଆସି ମୂଳରେ ପାଣି ଦେବା, ଅରୁଆ ଚାଉଳ ପୁଞ୍ଜାଏ ଭୋଗ ଦେବା, ସଞ୍ଜ ଦେବା, ଏହିସବୁ କାର୍ଯ୍ୟ କରୁ କରୁ ଦିନ ଅଣ୍ଟେ ନାହିଁ । ସଞ୍ଜ ଦେଇସାରି ବେକରେ ପଣନ୍ତ କାନି ପକାଇ ପୂରା ଅଧ ଘଡିଏ ଜୁହାର ହୁଅନ୍ତି ତୁନି ତୁନି କ'ଣ କହନ୍ତି ବୃନ୍ଦାବତୀଙ୍କୁ ଜଣା । । ମଙ୍ଗରାଜଙ୍କ

- ମରୁଆ ଧୀରେ ଧୀରେ ଚଉରା ପାଖକୁ ଯାଇ ଭଲ କରି ଅନାଇଲା ଏଁ, ଏ କ'ଣ ? ସାଆନ୍ତାଣିକଏଁ ସାଆନ୍ତକାଣିଏଁ - ସାଆନ୍ତାଣିଏଁ -ଉତ୍ତର - ନାହିଁ। ମରୁଆ ଢାଳଟି ତଳେ ଥୋଇଦେଇ ଦେହରେ ହାତ ଦେଇ ହଲାଇଲା । ରାତିରେ ଅସ୍ରାଏ ପାଣି ବର୍ଷିଯାଇଛି । ଲୁଗାପଟା ଓଦା, କାଦୁଅ ଲଟପଟ, ଦେହଟା କାଠ ପରି ହୋଇଯାଇଛି, କୁଆପଥର ପରି ଶୀତଳ । ମରୁଆ ଗୋଟାଏ ଗାଁ ଏମୁଣ୍ଡ ସ୍ତ୍ରୀମାନେ ମଧ୍ଯ 1 ଭୟଙ୍କର ରଡି ଛାଡି ବାହୁନି ବସିଲା--''ମୋ ସାଆନ୍ତଣି ଗୋ; ମୋ ସାଆନ୍ତାଣି ! କାହିଁ ହୁଡିଗଲ, ମୋ ସାଆନ୍ତଣି ! ପିମ୍ପୁଡି ପେଟବଥା କଥା କିଏ ଜାଣିବ, ମୋ ସାଆନ୍ତାଣୀ ଗୋ ! ମୋତେ ଜର ହେଲେ କିଏ ପଥ୍ ରାନ୍ଧି ଖୁଆଇବ, ମୋ ସାଆନ୍ତାଣି ଗୋ ! ମରୁଆ ପାଟି ଶୁଣି ଉଆସର ସମସ୍ତେ । ଧାଇଁ ଆସିଲେ, ଅଗଣା ପୂରିଗଲା । ସମସ୍ତେ ବାହୁନି ବସିଲେ, ବୋହୂମାନଙ୍କ ମୁଣ୍ଡରେ ଲୁଗା ନାହିଁ, କାନ୍ଦି ଲୋଟି ଯାଉଛନ୍ତି । ସମସ୍ତଙ୍କଠାରୁ ବେଶି ବାହୁନିଲା ଚମ୍ପା । ସେ ବାଡି ଦୁଆରଠାରୁ ଦାଣ୍ଡ ଦୁଆର ପର୍ଯ୍ୟନ୍ତ ଧାଁଦଉଡ କରି ଡାକ ଛାଡିଥାଏ । ସମସ୍ତେ କାନ୍ଦି ବସିଛନ୍ତି ; କିଏ କାହାକୁ ତୁନି କରାଉଛି? ମୁହୂର୍ତ୍ତ ମଧ୍ୟରେ ସେମୁଣ୍ଡ ବିଦ୍ୟୁତ୍ ଗତିରେ ଖବର ହୋଇଗଲା । ସ୍ତ୍ରୀ ଲୋକମାନେ ବାସିପାଇଟି ଛାଡି, ପୁରୁଷମାନେ ଦୁଃଖ ଧନ୍ଦାଛାଡି ସାଆନ୍ତାଣିଙ୍କ ଗୁଣ ଗାଇ ବସିଲେ । ନିତାନ୍ତ ନିଃସମ୍ପର୍କୀୟା କାକନ୍ଦିପକାଇଲେ । କେହି କହିଲା--ଆଜି ମହାଷ୍ଟମୀ ପୁଣ୍ୟଦିନରେ ଗାଁରୁ ଲକ୍ଷ୍ମୀ ଚାଲିଗଲେ । କେହି କହିଲା ମଙ୍ଗରାଜଙ୍କ ଘର ବଢନ୍ତି ଏତିକି, ଆଜିଠାରୁ ଶିରୀ ଛାଡିଲା । ଗାଁ ସ୍ତ୍ରୀମାନଙ୍କ ମଧ୍ୟରେ ସ୍ଵାମୀସେବା କଥା ପଡିଲେ, ସାଆନ୍ତାଣୀଙ୍କୁ ପଟାନ୍ତର ଦେଉଥିଲେ । ତାହାଙ୍କ ଚରିତ୍ର ଯେମନ୍ତ ନିର୍ମଳ ଧର୍ମରେ ସେହିପରି ମତି । ସ୍ତ୍ରୀମାନଙ୍କ ସର୍ବସ୍ଥ ଧନ ' ପତିସୋହାଗ' ବିଧାତା ତାହାଙ୍କ କପାଳରୁ ପୋଛି ଦେଇଥିଲା; ମାତ୍ର ସେଥୁ ତାଙ୍କର ଶୋଚନା ନ ଥାଏ । ସେ ମନରେ ଭଲକରି ବୁଝିଥିଲେ, ପତି ସେବା ସ୍ତ୍ରୀମାନଙ୍କର ଧର୍ମ , ପତି ସେବାରେ ସ୍ତ୍ରୀମାନଙ୍କର ସୁଖ । କେବଳ ପତିସେବା ନୁହେଁ, ମନୁଷ୍ୟ ସେବାକୁ ମଧ୍ୟ ସେ ମଧ୍ୟ ସେ ମହାସୁଖକର ଜ୍ଞାନ କରୁଥିଲେ । ମୁଣ୍ଡକୁ ହାତ ପାଇଲା ଦିନୁ ପୁଅମାନେ ପାଖ ପଶନ୍ତି ନାହିଁ । ବୋହୂମାନେ ଯେ ଅମାନ୍ୟ କରନ୍ତି ତାହା ନୁହେଁ, ମାତ୍ର ମୁରବୀ ମାନ୍ୟଟା ଥିଲା ନାହିଁ । ଶାଶୁ ବାଧ୍ୱକି ପଡିଛନ୍ତି ବୋଲି ଯେ ବୋହୁମାନେ ତେଲ ହାତଟା ଗୋଡରେ ହାତରେ ବୁଲାଇ ଦେଇଛନ୍ତି, ଏ କଥାଟା କେବେ ଦେଖ‌ିବାରେ ଆସି ନାହିଁ । ଏଇଟା କିନ୍ତୁ ସାଆନ୍ତାଣିଙ୍କ ନିଜ କୃତ ଦୋଷର ଫଳ । ଘରଣୀପଣିଆ ଜଣାଇବା, ପୁଅ ବୋହୂ, ଚାକର, ପୋଇଲୀମାନଙ୍କୁ ଶାସନରେ ରଖିବାର କ୍ଷମତା ତାଙ୍କର ନଥିଲା । ସେ କଥାଟାକୁ ସେ ମଧ୍ୟ ସୁଖ ପାଉ ନ ଥିଲେ । ତାଙ୍କଠାରେ ଧୁଆ ମୂଳା ଅଧୁଆ ମୂଳା ସମାନ। ତାଙ୍କୁ ଯେ ମାନିଲା ଭଲ, ଯେ ନ ମାନିଲା ସେ ମଧ୍ଯ ଭଲ। କେହି ଦଶ ପଦ ଗାଳି ଦେଉ ଜାଡି ହାଉଡି ପରି ଥାଆନ୍ତି । ଶାଳଗ୍ରାମର ଶୋଇବା ବସିବା ପରି ତାଙ୍କ ହସ କାନ୍ଦ କେହି ଜାଣିପାରିବେ ନାହିଁ । କାହାରି ସଙ୍ଗରେ କଳି କିମ୍ବା କାହାରି ସଙ୍ଗରେ ଭାବ ନାହିଁ । କାହାରି ପାଖରେ ବସି ଦୁଃଖ-ସୁଖ ଦୁଇଟା କଥା କହିବାର କେହି ଦେଖୁନାହିଁ । କେବଳ ଉଆସ ମଧ୍ଯରେ କାହାରି ବେମାର ହେଲେ ଦିନ ନାହିଁ ରାତି ନାହିଁ, ଜଗି ବସି ସେବା କରନ୍ତି । ବେମାରି ସମୟରେ ପୋଇଲି ହେଉ ବା ବୋହୂ ହେଉ, ନାହିଁ କରୁ କରୁ ଗୋଡରେ, ହାତରେ ହାତ ବୁଲାଇଦେବେ । ବାହାରେ ହେଉ, ଘରେ ହେଉ, କେହି ଉପାସ ଥିଲେ ତାକୁ ନ ଖୁଆଇ ଜଳ ଛୁଅନ୍ତି ନାହିଁ । ଗାଁର ଦରିଦ୍ର ବୁଢୀ ବା ଅନାଥା ବିଧବାଙ୍କର ସର୍ବଦା ଖବର ନିଅନ୍ତି । କାହାରି ଘରେ ଖାଇବାକୁ ନ ଥିବାର ଶୁଣିଲେ ସାଆନ୍ତକୁ ଲୁଚାଇ, ପୁଅବୋହୂଙ୍କୁ ଲୁଚାଇ, ଚାଉଳ ମାଣେ, ବିରିଜାଇ ମୁଠାଏ, ଲୁଣ ବକଟେ, ତେଲ ଟିକିଏ, କଖାରୁ ଖଣ୍ଡେ ଭେଣ୍ଡି ଜହ୍ନି ପୁଞ୍ଜାଏ, ଯାହାର ଯାହା ଦରକାର ପଠାଇ ଦିଅନ୍ତି । ଗାଁର କାହାରି ବୋହୂଝିଅ ଦେହକୁ ଲାଗିଲେ ପୋଇଲି ପଠାଇ ତନଖ୍ କରନ୍ତି । ଦେଉନ୍ତୁ ନ ଦେଉନ୍ତୁ । ଗରିବ ଦୁଃଖୀମାନଙ୍କର ତାଙ୍କଠାରେ ଗୋଟାଏ ବଡ ଆଶା ଭରସା ଥାଏ । ଅନେକ ପରଜାଏ ଖାତକ, ଅନେକ ଦରିଦ୍ର ପ୍ରଜା ଯତ୍ନରେ ମଙ୍ଗରାଜଙ୍କ ଦାଜରୁ ମୁକ୍ତି ପାଇଥିବାର ଶୁଣାଯାଏ । ମଙ୍ଗରାଜେ କାହାରି ଉପରେ ଜୁଲମ କଲେ ସେ ଯଦି ବୋହୂ ଝିଅ ପଠାଇ ସାଆନ୍ତାଣୀଙ୍କ କାନରେ ଦୁଃଖ କଥାଟା ବଜାଇପାରିଲା, ତେବେତ ବାସ୍‌ । ସେଥୁସକାଶେ ମଙ୍ଗରାଜଙ୍କଠାରୁ ଢେର୍ ଗାଳି ଗଞ୍ଜଣା ଶୁଣିବାକୁ ହୁଏ । ଚମ୍ପା ଟାହୁଲି ମାହୁଲି କେତେ କଥା କହେ; ମାତ୍ର ସାଆନ୍ତାଣୀ ତେତେବେଳେ କାଲୁଣୀ । କାହାରି ଉପକାର କରିପାରିଲେ କୋଟିନିଧ୍ ପାଆନ୍ତି । ଶିବୁ ପଣ୍ଡିତେ ସାଧୁ ଭାଷାରେ କହନ୍ତି, 'ସାଆନ୍ତାଣୀ ଦୟା, ସ୍ନେହ, ଭକ୍ତି ପ୍ରଭୃତି ସ୍ଵର୍ଗୀୟ ଗୁଣାବଳୀର ମୁର୍ତିମତୀ ଦେବୀ । ସାଆନ୍ତାଣୀଙ୍କର ତାଙ୍କର କିନ୍ତୁ ଗୋଟିଏ ବିଚିତ୍ର ସ୍ଵଭାବ ଥିଲା, ସେଇଟି ଦୋଷ କି ଗୁଣ, ଆମ୍ଭେମାନେ ସ୍ଥିର କରିପାରୁ ନାହୁଁ, ଆପଣମାନେ ବୁଝନ୍ତୁ । ପାଞ୍ଚଟା କଥା ଯୋଡି ରଙ୍ଗଭଙ୍ଗ କରି କହିବାର ଶକ୍ତି ନ ଥିଲା, ପୁଣି କଥାଗୁଡାକ ଏତେ ଧୀର ଯେ, ଦାଣ୍ଡଦୁଆର ଲୋକେ କେଭେ ତାଙ୍କର ତୁଣ୍ଡ ଶୁଣି ନାହାନ୍ତି ; ମାତ୍ର ସାଆନ୍ତେ ଉଆସ ମଧ୍ୟରେ କୌଣସି ପୋଇଲୀ ବା ଚାକର ଉପରେ ରାଗି ଚଳିହେଲେ ବା ମାରିବାକୁ ବସିଲେ, ସାଆନ୍ତାଣୀ କିଛି ନ ଶୁଝି ମଝିରେ ପଶିଯାନ୍ତି ଏବଂ ବିବିଧ ଯୁକ୍ତି ପ୍ରୟୋଗପୂର୍ବକ ତାହାର ନିଘୋଷତା ପ୍ରମାଣ କରାଇବାକୁ ବିବିଧ ପ୍ରକାର ଚେଷ୍ଟା କରନ୍ତି । ତେତେବେଳେ ସତ୍ୟ ମିଥ୍ୟା ଜ୍ଞାନ ଥାଏ ନାହିଁ; ସୁତରା ସାଆନ୍ତଙ୍କ ରାଗଟା ତାଙ୍କରି ମୁଣ୍ଡ ଉପର ଦେଇ ଚାଲିଯାଏ । ପର ପାଇଁ ବିଶେଷରେ ଦୋଷୀକୁ ରକ୍ଷା କରିବା ପାଇଁ ମିଥ୍ୟା କଥା କହିବା ଏବଂ ଅନ୍ୟର ଅପରାଧ ସକାଶେ ଆପେ ଲାଞ୍ଛିତ ହେବା ଅବଶ୍ୟ ବୁଦ୍ଧିମତ୍ତାର କାର୍ଯ୍ୟ ନୁହେଁ, ମାତ୍ର ଆଜିଯାଏ ତାଙ୍କର ସ୍ଵଭାବ ବଦଳି ନ ଥିଲା । ' ସ୍ଵଭାବୋ ନୈବ ମୁଚ୍ୟତେ ।' ଦୋଷୀ ହେଉ ବା ନିଘୋଷ ହେଉ, କାହାରି ଦୁଃଖ ଦେଖ‌ିଲେ ସେ କାନ୍ଦି ପକାଉଥିଲେ । ଆଉ ଗୋଟିଏ କଥା, ଉଆସ ମଧ୍ଯରେ ଦୁଇଟା ପୋଇଲୀ ମଧ୍ୟରେ ବା ବୋହୂ ବୋହୂ ମଧ୍ଯରେ କଳି ହେଲେ ସେ ପ୍ରାୟ ଦୁର୍ବଳ ପଟ ଧରି ଚାଲିବାର ଦେଖାଯାଏ । ଏଇଟା ଅବଶ୍ୟ ପକ୍ଷପାତିତାର ଚିହ୍ନ । ବୁଝି ସମଝି ପକ୍ଷ ଧରିବାକୁ ହୁଏ, ତାଙ୍କଠାରେ ଏ ଗୁଣର ନିତାନ୍ତ ଅଭାବ ଥିଲା । ଗୋଟିଏ ମହତ୍ ଦୋଷ ଥିଲା- ଅବଶ୍ୟ ମହତ୍ ଦୋଷ ବୋଲିବାକୁ ହେବ, ସାଆନ୍ତେ ସେସକାଶେ ଚିରକାଳ ବିରକ୍ତ । ତାଙ୍କର ଘରକରଣା ବୁଦ୍ଧି ଜଡସଦ ନ ଥିଲା । ଟଙ୍କା ପଇସା ଯେ କି ମହାମୂଲ୍ୟ ପଦାର୍ଥ, ସେ ତାହା ଜାଣୁ ନ ଥିଲେ । ସେ ଖୋଜନ୍ତି ନାହିଁ, ସୁତରାଂ ହାତ ପୈଠ ହୁଏ ନାହିଁ । ଯଦି ଦୌବାତ୍ ଦୁଇ ଅଣା ଚାରି ଅଣା ପଇସା, ଟଙ୍କାଟିଏ , ସୁକିଟିଏ ହାତରେ ପଡିଯାଏ, ଧାନଉଷୁଆଁ ହାଣ୍ଡିତଳେ, ନୋହିଲେ କୁଣ୍ଡାହାଣ୍ଡି ଉଗାଡି ପକାନ୍ତି, ନୋହିଲେ ଚାଳବାଡ଼ରେ ଖୋସିଦିଅନ୍ତି । ଗାଁର କାହାରି ଝିଅ ଶାଶୁଘରକୁ ଯିବାବେଳେ ଶାଢୀ ଖଣ୍ଡେ କିମ୍ବା ଥୋପ ଯୋଡାଏ କିମ୍ବା ସାଆନ୍ତାଣୀଙ୍କର ତଳେ ଭୁଜାଉଖୁଡା ଦୁଇମାଣ ମୁକୁନ୍ଦ ହାତରେ କିଣେଇଦିଅନ୍ତି କିମ୍ବା କାହାରି ଘରେ ଖାଇବାର ନ ଥିଲେ ତାହା ଭାଗ୍ୟରେ ପଡେ । ଏପରି ଦେବାର ଶୁଣାଯାଏ, କିନ୍ତୁ କେହି କେବେ ଦେଖ୍ ନାହିଁ । ଯାହାହେଉ, ସାଆନ୍ତାଣୀଙ୍କର ଦୋଷ ଥାଉ ବା ଗୁଣ ଥାଉ, ଘରଠାରୁ ବାହାର ପର୍ଯ୍ୟନ୍ତ ସମସ୍ତେ ହାୟ ହାୟ କରୁଛନ୍ତି । କେବଳ କାନ୍ଦୁ ନାହିଁ ଜଣେ । ମୁକୁନ୍ଦା ହଳିଆ ପାକୁଆ ପାଟିଟାକୁ ଆଁ କରି, ଆଖୁବୁଜି, ମାଂସଶୂନ୍ୟ ଡେଙ୍ଗା ହାଡୁଆ ଗୋଡ ଦୁଇଟା ଲମ୍ବାଇଦେଇ ବାଡକୁ ଆଉଜି ବସି ପଡିଅଛି । ମୁକୁନ୍ଦାର ତିନିକୂଳରେ କେହିଥ‌ିବାର ଜଣା ନାହିଁ । ତାହାର ବୟସ, ଜାତି, କୁଳ, ଗୁଣ ଗ୍ରାମର କଥା ଶୁଣିବେ ? ହଳିଆ ବାପୁଡା କଥା କିଏ ପଚାରେ ? ସେ ନିଜେ କହେ ସାଆନ୍ତାଣୀଙ୍କ ଜନ୍ମସମୟରେ ଧାକଈକୁ ଡାକିଦେବାକୁ ଯାଇଥିଲା । ତାହା କୋଳରେ ସାଆନ୍ତାଣୀ ଏଡେଟିଏ, ବାପଘରୁ ସାଙ୍ଗେ ସାଙ୍ଗେ ଆସିଅଛି । ହାଉଡା କଥା ହାଉଡା ମା ଜାଣେ । କେବଳ ମୁକୁନ୍ଦା ସାଆନ୍ତାଣୀ ମନକଥା ବୁଝୁଥିଲା । କୌଣସି କଥାରେ ସାଆନ୍ତାଣୀ ମନ ଦୁଃଖ କଲେ ମୁକୁନ୍ଦା ଆସି ଜଳ ଜଳ କରି ତାଙ୍କ ମୁହଁକୁ ଚାହିଁରହେ । ସାଆନ୍ତାଣୀ ତା ମୁହଁକୁ ଚାହିଁ ମୁଣ୍ଡ ତଳକୁ ପୋତିଦିଅନ୍ତି । ସେ ଚାହାଣୀ ଅର୍ଥାତ୍ ନୀରବ ବକ୍ତୃତାରେ ସବୁ କଥା ଛିଡେ। ସାଆନ୍ତାଣୀ ସାନ୍ତନାପାଇ ତୁନି ହୁଅନ୍ତି । ସାଆନ୍ତାଣୀ କିଛି ମାତ୍ର ମନଦୁଃଖ କଲେ ତାହା ଆଖୁରୁ ଝରଝର ହୋଇ ପାଣି ବୋହି ପଡୁଥିଲା; ଆଜି ମରି ପଡିଛନ୍ତି , ସେ କାନ୍ଦୁନାହିଁ । ଯାହାର ଜଗତର ସମସ୍ତ ସୁଖ, ସମସ୍ତ ଶାନ୍ତି, ସମସ୍ତ ଭରସା, ସମସ୍ତ ଆଜ୍ଞା ସମସ୍ତ ସାନ୍ତ ନା ସମସ୍ତ ସ୍ନେହ ଏକ ସଙ୍ଗରେ ଶେଷ ହୋଇଯାଏ, ସେ ନାହିଁ । କେବଳ ସେ ବେଳେବେଳେ ଫ-ଫି ନିଃଶ୍ୱାସ ପକାଉଅଛି । ବୋଧହୁଏ ସେଥୁସକାଶେ ତାହାର ଶୁଷ୍କ ହୃଦୟ ଫାଟିଯାଉ ନାହିଁ । 1 କାନ୍ଦେ

ମଙ୍ଗରାଜେ ମୁଣ୍ଡ ପାଖରେ ବସି ଏକଧ୍ୟାନରେ ସାଆନ୍ତାଣୀଙ୍କ ମୁହଁକୁ ଅନାଇ ଅଛନ୍ତି । ନିଶ୍ଚଳ ସ୍ତବ୍ଧଧ ଦୁଇ ସ୍‌ରୁ ଲୋତକ ବହିଯାଉଅଛି। ମଙ୍ଗରାଜଙ୍କ ଆଖରେ କେହି କେବେ ଲୋତକ ଦେଖୁନାହିଁ, ଆଜି ନୂତନ ଦେଖାଗଲା। ଲୋକେ କହନ୍ତି ସ୍ନେହ, ମାୟା, ମମତା, ଚକ୍ଷୁଲଜ୍ଜା ଧର୍ମକର୍ମ ମଙ୍ଗରାଜଙ୍କ ମନକୁ ଛୁଇଁନାହିଁ। ସେ ଭଲକରି ବୁଝିଥିଲେ ''ଟଙ୍କା ମଙ୍ଗରାଜ ଏବଂ ମନୁଷ୍ୟାମାଂ ଚତୁବର୍ଗଫଳପ୍ରଦା । '' ଦିବା-ରାତ୍ର ତାଙ୍କର ଟଙ୍କା ଥିଲା ଧ୍ୟାନ - ଟଙ୍କା ଥିଲା ଜ୍ଞାନ । ସେ ତୁନି ହୋଇ ବସି ଭାବିବାର ଅନେକଥର ଦେଖାଯାଇଛି; କିନ୍ତୁ ସେ ସମୟରେ ଏକ ପ୍ରକାର ଜ୍ୟୋତି ତାଙ୍କ ଖୁରୁ ବାହାରୁଥାଏ । ସମୁଦ୍ର ଗର୍ଭଜାତ ଉତ୍ତାଳ ତରଙ୍ଗମାଳା ବେଳାଭୂମିରେ ପଡି ଲୀନ ହୋଇଗଲା ପରି ହୃଦୟଜାତ ନାନା ଆଶା, ନାନା ଚିନ୍ତାର ତରଙ୍ଗ ଆସି ଭ୍ରୂଲତାର ଉପରିଭାଗରେ ରେଖାକାର ଧରି ଲୀନ ହେଉଥାଏ । ଆଜି ଭାବନା କିନ୍ତୁ ଅନ୍ୟ ରୂପ । ନେତ୍ର ଅର୍ଦ୍ଧ ନିମୀଳିତ, ସ୍ପନ୍ଦନ ଶୂନ୍ୟ ଅଶ୍ରୁସିକ୍ତ । କି ସାଆନ୍ତାଣୀଙ୍କ ସକାଶେ କାନ୍ଦୁଛନ୍ତି ? ପ୍ରିୟବସ୍ତୁର ବିୟୋଗ ମନୁଷ୍ୟ ପକ୍ଷରେ ଅସହ୍ୟ । ମଙ୍ଗରାଜ କି ପବିତ୍ର ଦାମ୍ପତ୍ଯ ପ୍ରେମର ସ୍ଵର୍ଗୀୟମାଧୁରୀ ଅନୁଭବ କରୁଥିଲେ ? କାହିଁ ? ସେ ସାଆନ୍ତୀଣୀଙ୍କୁ ପ୍ରେମରେ ଦୁଇଟା କଥା କହିବାର ତ କେହି କେବେ ଶୁଣି ନାହିଁ। ତେବେ ଆଜି ଏତେ ବ୍ୟାକୁଳ କି ପାଇଁ ? ଯାହାହେଉ ସାଆନ୍ତାଣୀଙ୍କ ବିଚ୍ଛେଦଯନ୍ତ୍ରଣା ଯେ ସେ ଅନୁଭବ କରିଅଛନ୍ତି, ସହଜ ବିଶ୍ଵାସରେ ଆମ୍ଭେମାନେ ଏହା ବୋଧ କରୁଅଛୁ । ଯାହାକୁ ଆଠକଳସ ମାଡି ବେଦି ଉପରେ ବିବାହ କରି ଅର୍ଦ୍ଧାଙ୍ଗ ରୁପେ ଗ୍ରହଣ କରିଅଛି, ସେ ଭଲ ହେଉ ବା ମନ୍ଦ ହେଉ ତା' ପ୍ରତି ଗୋଟାଏ ମାୟା ଥାଏ। ଏହି ନୈସର୍ଗିକ ମାନବ ଧର୍ମ ଅତିକ୍ରମ କରିବା ସହଜସାଧ୍ୟ ନୁହେଁ ଯେ ସ୍ତ୍ରୀ ଧର୍ମକାର୍ଯ୍ୟର ସହଧର୍ମିଣୀ -ପ୍ରାଣାତ୍ମକ ସନ୍ତାନ - ସନ୍ତତିଙ୍କ ଜନନୀ, ଯେ ସ୍ତ୍ରୀ ଦୁଃଖରେ ଏକମାତ୍ର ସମଭାଗିନୀ , ଯେ ସ୍ତ୍ରୀ ରୋଗରେ ଶୁଶ୍ରୁଷାକାରିଣୀ, ବିପଦରେ ମନ୍ତ୍ରୀ ଶରୀରରକ୍ଷାରେ ଧାତ୍ରୀ ତୁମ୍ଭେ ଯଦି ନିତାନ୍ତ ପାଷାଣ୍ଡ ହୁଏ , ତାହାର ଗୁଣଗାରିମା ଅନୁଭବ କରିବାର ଶକ୍ତି ଯଦି ନିତାନ୍ତ ତୁମ୍ଭର ନଥାଏ- ଜୀବନ କାଳରେ ତାହାକୁ ପ୍ରେମ କର ଅବା ନକର; କିନ୍ତୁ ତାହାର ବିଚ୍ଛେଦ ଯନ୍ତ୍ରଣା ଅବଶ୍ୟ ଭୋଗ କରିବାକୁ ହେବ । ଆଉ ସାକ୍ଷ୍ମୀ, ସଚ୍ଚରିତ୍ରା ପତିପରାୟଣା, ଧାର୍ମିକ ସ୍ତ୍ରୀର ଗୁଣଗାରିମା ଯେଉଁ ଲୋକ ଥରେ ମାତ୍ର ହୃଦୟରେ ଅନୁଭବ କରୁଅଛି ତାହାର ବିଚ୍ଛେଦ ଯନ୍ତ୍ରଣା ଅସହ୍ୟ ତାହା ବର୍ଣ୍ଣନା କରିବାକୁ ଭାଷାର ସୃଷ୍ଟି ହୋଇନାହିଁ । ତାହା ସ୍ତ୍ରୀ ସୁଖ ବା ଯେ କି ରୂପ 1 1 ବିୟୋଗବିଧୂର ବ୍ୟକ୍ତି କେବଳ ହୃଦୟରେ ଅନୁଭବ କରେ। ନାଗସର୍ପ ଯାହାକୁ ଦଂଶନ କରିଅଛି, ସେ ବ୍ୟକ୍ତି ବିଷର ଯନ୍ତ୍ରଣା ଜାଣେ, କଥାରେ ବୁଝାଇବାର କଥା ନୁହେଁ। ସେହି ବ୍ୟକ୍ତି ଜାଣେ, ଶୋଣିତବାହିନୀ ଶିରା ସମସ୍ତ ନ୍ନଭିନ୍ନ ହୋଇଯାଇ ତାହାର ହୃତ୍‌ପିଣ୍ଡ ଶୁଷ୍କଭାବରେ ପଡିଅଛି, ସେହି ବ୍ୟକ୍ତି ବୋଧକରେ ଜଗତର ସମସ୍ତ ସୁନ୍ଦର ପଦାର୍ଥର ସୌନ୍ଦର୍ଯ୍ୟ , ସମସ୍ତ ମାଧୁର୍ଯ୍ୟର ମଧୁରିମା, ସମସ୍ତ ପୁଷ୍ପର ସୁଗନ୍ଧ ସମସ୍ତ ସଙ୍ଗୀତର ତାନଲହରୀ , ସମସ୍ତ ପବିତ୍ରତା ଚିତାଗ୍ନିରେ ଦିଗ୍‌ଭୂତ ହୋଇ ଯାଇଅଛି । ସଂକ୍ଷେପରେ କହିବାକୁ ଗଲେ , ସେ ଆପଣକୁ ମୃତଲୋକ ମଧ୍ୟରେ ଜୀବିତ, ଜୀବିତ ମଧ୍ୟରେ ଆପଣକୁ ମୃତ ବୋଲି ଜ୍ଞାନ କରେ ମଙ୍ଗରାଜଙ୍କ ଜୀବନ କ୍ଷେତ୍ରରେ ଦୁଇଗୋଟି ନଦୀ ପ୍ରବାହିତ ହେଉଥିଲା । ଗୋଟିଏ ଉତ୍ତାଳ ତରଙ୍ଗମୟୀ ସର୍ପ କୁମ୍ଭୀର ସଙ୍କୁଳା କୂଳପ୍ଲାବିନୀ ଚର୍ମଣତୀ ଗୋଟିଏ ଅନ୍ତଃସ୍ରୋତ ପୂତସଲିଳା କୂଳପ୍ଲାବିନୀ ଫଲ୍‌ଗୁ । ହୁଏତ ମଙ୍ଗରାଜେ ବୁଝିଛନ୍ତି ଫଲ୍‌ଗୁ ଚିରକାଳ ନିମନ୍ତେ ବିଦାୟ ଗ୍ରହଣ କଲା । ମଦ୍ୟପର ସମ୍ମୁଖରେ ଗିନାଏ ଜଳ, ଗିନାଏ ମଦିରା ଥୁଆହୋଇଥ୍ଲେକ ସେ ସୁରା ଗିନାଟିକୁ ଅଧ‌ିକ ଆଦର କରେ ଏବଂ ଯତ୍ନରେ ରଖେ; ମାତ୍ର ଜଳଗିନାଟିର ଏକାବେଳେକେ ଅଭାବ ହେଲେ ସେ ତେତେବେଳେ ବୁଝିପାରେ ସୁରା ଉନ୍ମାଦକାରିଣୀ ସତ୍ୟ , ମାତ୍ର ଜଳ ତାହାର ଜୀବନ । ଆଉ 3 1

ମଙ୍ଗରାଜଙ୍କ ଅବସ୍ଥା ଦେଖ୍ ଆମ୍ଭେମାନେ ଅନୁମାନ କରୁଅଛୁ, ତାଙ୍କ ମନରେ ଦୁଃଖ ଓ ଅନୁତାପ ଉଭୟ ଉପସ୍ଥିତ ହୋଇଅଛି । ଦୁଃଖରେ ମନୁଷ୍ୟ କାନ୍ଦେ ଅନୁତାପରେ କାନ୍ଦେନାହିଁ, ଦୁଃଖ ହୃଦୟର ଜ୍ଵଳନ୍ତ ଅଙ୍ଗାର , ଆନୁତାପ ତୁକଷା ନଳ । ନିଜର ଦୃଷ୍କୃକ୍‌ତି ନିଜର ଅଯତ୍ନ ସହିତ ମୃତ୍ୟୁର ନିକଟସମ୍ବନ୍ଧ ଥ‌ିବାର ଅନୁମାନ କରି ସେ ଅନୁତାପ କରୁଅଛନ୍ତି କି ?ତାଙ୍କଦ୍ୱାରା ସଂଖ୍ୟାତୀତ ଦୁଷ୍କୃତ ଅନୁଷ୍ଠିତ ହୋଇଅଛି | କାହିଁ, କେବେହେଲେ ସେ ତ ଅନୁତାପ କରୁଥିବାର କେହି ଦେଖୁନାହିଁ ? କିଏ ବୋଲିପାରେ ? କ୍ଷଣ ପରି ବର୍ତ୍ତନଶୀଳ ମନୁଷ୍ୟ ସ୍ଵଭାବ କିଏ ଜାଣେ ? ସାଆନ୍ତାଣୀଙ୍କ ଓ ବିଶ୍ବବିଧାତା ସମାନ ଉପାଦାନରେ ଜଗତରେ ସମସ୍ତ ନରନାରୀକୁ ସୃଷ୍ଟି କରିଅଛନ୍ତି । ରକ୍ତ , ମାଂସ, ଅସ୍ଥି, ମଳ, ମୂତ୍ରରେ ଯେପରି ଶରୀର ଗଠିତ, ସେହିପରି ଦୟା, ମାୟା, ସ୍ନେହ, ମମତା, ହିଂସା, ଦ୍ବେଷ ନିଷ୍ଠୁରତା ପ୍ରଭୃତି ବୃତ୍ତିମାନଙ୍କରେ ମନ ଗଠିତ । ସେହି ସମସ୍ତ ବୃତ୍ତି ଉପଯୁକ୍ତରୂପେ ସମାନ ଭାବରେ କାର୍ଯ୍ୟକାରୀ ହେଲେ ମନୁଷ୍ୟ ମନୁଷ୍ୟ ହୋଇଥାଏ; ମାତ୍ର ଯେବେ ଗୋଟିଏ ଉପାଦାନ ବଳବତ୍ତର ହୋଇ ସୀମା ଲଙ୍ଘନପୂର୍ବକ ଅନ୍ୟ ବୃତ୍ତିମାନଙ୍କ ଉପରେ ଆଧୂପତ୍ୟ ବିସ୍ତାର କରେ, ତେବେ ସେ ମନୁଷ୍ୟର ମନୁଷ୍ୟ ଲୁପ୍ତ ହୋଇଯାଏ, ତେତେବେଳେ ହୁଏତ ସେ ଦେବତା, ନଚେତ୍ ରାକ୍ଷାସ ରୂପରେ ପରିଣତ ହୁଏ, ଅର୍ଥାତ୍ ମନୁଷ୍ୟର ମନ ସ୍ଵର୍ଗୀୟ ନାରକୀୟ ବୃଦ୍ଧି ରାକ୍ଷାସ କରି ପକାଏ । ଯଦି ତୁମ୍ଭେ ଶୁଣ ଗୋଟିଏ ଲୋକ ଦୟାପରବଶ ହୋଇ ଅନ୍ୟର ଜୀବନ ରକ୍ଷା କରିବାକୁ ଯାଇ ଆପଣା ଜୀବନ ବିସର୍ଜନ କଲା, ସେତେବେଳେ ତାହାକୁ କି ଦେବତା କହିବ ନାହିଁ ? ଯେତେବେଳେ ଶୁଣ , ଜଣେ ଲୋକ କେତେକ ଖଣ୍ଡ ସୁନା ଅଳଙ୍କାର ସକାଶେ ଗୋଟିଏ ଶିଶୁହତ୍ୟା କଲା; ମିଳାଇ ଦେଖ, ପୁରାଣବର୍ଣ୍ଣିତ ରାକ୍ଷାସ ସହିତ ତାହାର ମେଳ ହେଉଛି କି ନା ? ମାତ୍ର ଏପରି ଦୃଷ୍ଟାନ୍ତ ବିରଳ ଥିଲେ ମଧ୍ୟ ସଚରାଚର ଦେଖାଯାଏ ନାହିଁ । ମନୁଷ୍ୟ ଚିରକାଳି ମନୁଷ୍ୟ ଏବଂ ମନୁଷ୍ୟ ମୂଳ ଉପାଦାନ ସମାନ ଥିଲେ ମଧ୍ୟ ବାହ୍ୟ ପ୍ରକୃତି ଆସାମଞ୍ଜସ୍ୟମୟ କୋଟି କୋଟି ମନୁଷ୍ୟ ମଧ୍ୟରେ ଜଣକ ରୂପ ସହିତ ଅନ୍ୟ ଜଣକର ରୂପରେ ମିଳନ ନାହିଁ, ମାନସ ପ୍ରକୃତି ମଧ୍ୟ ସେହିପରି । କାହାରି କାହାରି କୌଣସି ଚିରବୃତ୍ତି ବଳବତୀ, କାହାର ଦୁର୍ବଳ , କାହାର କାହାର ଚିରନିଦ୍ରିତା । ସମୟ ବିଶେଷରେ ଘଟନାଚକ୍ର ପରିବର୍ତ୍ତରେ ନିଦ୍ରିତା ବୃତ୍ତି ସମସ୍ତ ଜାଗରିତ ହୋଇ ଉଠିବାର ଦେଖାଯାଏ । ମଦ୍ୟପ ଦୂରାଚର ଜଗାଇ ମାଧାଇ ପରମ ବୈଷ୍ଣବ ହେବେ, କିଏ ଜାଣିଥିଲା ? ଆଉ ଖ୍ରୀଷ୍ଟ ବିଦ୍ବେଷୀ ଅତ୍ଯାଚାରୀ ପାଉଲ୍ ଆଜି ପୂଜନୀୟ ମହର୍ଷୀ ପଦବାଚ୍ୟ । ଗାଧୁନନ୍ଦନ ରାଜର୍ଷି ବିଶ୍ଵାମିତ୍ରଙ୍କର ସହସ୍ର ସହସ୍ର ଯୁଗବ୍ୟାପୀ ତପସ୍ୟା ତତୋକ ଽଧିକ ଜ୍ଵଳନ୍ତ ବ୍ରାହ୍ମନିଷ୍ଠା ମେନକାର ନିମେଷ ମାତ୍ର ଅପାଙ୍ଗ ମନର ଦୃଷ୍ଟିରେ ଟଳି ଗଲା । ବିଶେଷ ଅନୁଧ୍ୟାନ ପରିବର୍ତ୍ତନର ମୂଳ କାରଣ ଘଟଣା ଶଙ୍କରାଚାର୍ଯ୍ୟଙ୍କର ମହାବାକ୍ୟ ସମସ୍ତଙ୍କର କରି ଦେଖ , ଏପରି ହଠାତ୍ ଏବଂ ସଂସର୍ଗ ଭଗବାନ ସ୍ମରଣ ରଖିବାର ଉଚିତ୍ --

''କ୍ଷଣମିହ ସଜ୍ଜନ ସଂଗତିରେକା ଭବତି ଭବାର୍ଣ୍ଣବତରେଣ ନୌକା ।''

ମଙ୍ଗରାଜଙ୍କର ମନର ସନାତନ ବ୍ରହ୍ମଧର୍ମର ଉପଦେଶ ତୁମ୍ଭେ ପାପକୁ ଘୃଣା କର, ପାପୀକୁ ଘୃଣା କର ନାହିଁ । ଯେଉଁ ବୃତ୍ତିର ବଶମ୍ବଦ ହୋଇ ମନୁଷ୍ୟ ଅନୁତାପ କରେ, ସେହି ବୃତ୍ତି ଆଜି ଉତ୍ତେଜିତ ହୋଇ ଉଠିନାହିଁ, ଏକଥା କିଏ କହିପାରେ ? ଆମ୍ଭେମାନେ ଅନ୍ତର୍ଯ୍ୟାମୀ ନୋହୁ, ମଙ୍ଗରାଜଙ୍କର ଭାବ କିପରି ଜାଣିବୁ ? ଜାଣିଲେ ମଧ୍ୟ ଦୁଃଖ ଏବଂ ଅନୁତାପ ଯୁଗପତ୍ କିପରି ତାହାଙ୍କ ମନକୁ ବଶୀଭୂତ କରି କଣ୍ଠରୋଧ ଏବଂ ବାହ୍ୟଜ୍ଞାନଶୂନ୍ୟ କରିପକାଉଛି, ତାହା ବର୍ଣ୍ଣନାକରି ଆପଣଙ୍କୁ ବୁଝାଇଦେବାର ଶକ୍ତି ନାହିଁ ।

ଜଡା ଯେପରି କଥା କହି ନପାରି ହାତ ଗୋଡ ହଲାଇ ଆପଣା ମନର ଭାବକୁ ପ୍ରକାଶ କରିବାକୁ ଚେଷ୍ଟା କରେ, ଆମ୍ଭେମାନେ ସେହିପରି ଏଣୁ ତେଣୁ ଗୁଡାଏ କହିପକାଇଲୁ ।

ହେ ପାଠକ ଅବଧାନ ! କ୍ଷମା କରନ୍ତୁ , ଏତିକି ହେଉ, ଦେବଦୁନ୍ଦୁଭି ଅହିଅ ନାଗରା ବାଜିଗଲଣି, ଶୁଭକଉଡି ଗୋଟାଇନେଇ ମଙ୍ଗଳ ପେଡିରେ ରଖୁବା ସକାଶେ ଗ୍ରାମର ସୁଲକ୍ଷଣୀ ଅହିଅ ସ୍ତ୍ରୀମାନେ ଦାଣ୍ଡକୁ ଚାହିଁ ବସିଛନ୍ତି , ଏତିକି ହେଉ ।

'ହରି ହରି ବୋଲ ମନ ' ।

ଫକୀର ମୋହନ ସେନାପତି by ଦ୍ୱାରା ଅଧିକ ପୁସ୍ତକ

26
ପ୍ରବନ୍ଧଗୁଡିକ
ଛମାଣ ଆଠ ଗୁଣ୍ଠ
0.0
ଫତେପୁର ଗୋବିନ୍ଦପୁର ଜମିଦାର ରାମଚନ୍ଦ୍ର ମଙ୍ଗରାଜ ଜଣେ ଅତି କୃପଣ ବ୍ୟକ୍ତି। କଳେ ବଳେ କୌଶଳେ ଅନ୍ୟର ସମ୍ପତି ହସ୍ତଗତ କରିବା ପାଇଁ ସେ ଜଣାଶୁଣା। ଗାଆଁର ତନ୍ତୀ ଦମ୍ପତି ଭଗିଆ ଓ ସାରିଆ ନିଜର ପୈତୃକ ସମ୍ପତି ଛ’ ମାଣ ଆଠ ଗୁଣ୍ଠ ଭୋଗ କରନ୍ତି, ଯାହାକୁ ରାମଚନ୍ଦ୍ର ଅକ୍ତିଆର କରିବାକୁ ଚାହାନ୍ତି। ଏଥିପାଇଁ ସେ ଚାକରାଣୀ ଚମ୍ପା, ଗୋବରା ଜେନା ଆଦିଙ୍କ ସହାଯ୍ୟ ନିଅନ୍ତି। ଏପଟେ ଭଗିଆ ଓ ସାରିଆ ନିଃସନ୍ତାନ ହୋଇଥିବାରୁ ଚମ୍ପା ସାରିଆକୁ ଗ୍ରାମଦେବତୀ ବୁଢ଼ୀ ମଙ୍ଗଳାଙ୍କ ମନ୍ଦିର ନିର୍ମାଣ କରିବାକୁ ପ୍ରବର୍ତ୍ତାଉଛି। ଠାକୁରାଣୀ ସନ୍ତୁଷ୍ଟ ହେଲେ ସେମାନଙ୍କୁ ସନ୍ତାନ ଦାନ କରି ପାରନ୍ତି। କିନ୍ତୁ ଏଥିପାଇଁ ପ୍ରଚୁର ଅର୍ଥ ଲୋଡ଼ା। ଚମ୍ପା ସାରିଆକୁ ଛ’ ମାଣ ଆଠ ଗୁଣ୍ଠ ଜମିଦାରଙ୍କ ପାଖରେ ବନ୍ଧା ରଖିବା ପାଇଁ କହୁଛି। ପରେ କିଛି ଆଳ ଦେଖାଇ ଜମିଦାର ସାରିଆର ଗାଈ ନେତୀକୁ ଜବତ କରୁଛନ୍ତି। ଘଟଣାକ୍ରମରେ ସାରିଆର ସନ୍ଦେହଜନକ ମୃତ୍ୟୁ ଜମିଦାରଙ୍କ ବାଡ଼ିରେ ହୁଏ। ଗ୍ରାମବାସୀଙ୍କ ବୟାନ ଅନୁସାରେ ମୁଖ୍ୟ ଅଭିଯୁକ୍ତ ଜମିଦାର ରାମଚନ୍ଦ୍ର ମଙ୍ଗରାଜକୁ ପୁଲିସ ଗିରଫ କରୁଛି। ଏ ଦୁଃଖରେ ସାଆନ୍ତାଣୀଙ୍କର ଅନାହାର ତଥା ସନ୍ନିପାତରେ ମୃତ୍ୟୁ ହେଉଛି। ଜମିଦାରଙ୍କ ଗିରଫ, ସାଆନ୍ତାଣୀଙ୍କ ମୃତ୍ୟୁ ଓ ପିଲାମାନଙ୍କ ଅଯୋଗ୍ୟତା ଦେଖି ଚମ୍ପା ଗୋବିନ୍ଦ ଚାକର ସହ ମିଶି ଜମିଦାରଙ୍କ ମୂଲ୍ୟବାନ ସମ୍ପତି କିଛି ଚୋରି କରି ଖସିଯିବାରେ ସକ୍ଷମ ହେଉଛି। କିନ୍ତୁ କଟକ ଯିବା ରାସ୍ତାରେ ଗୋବିନ୍ଦ ସହିତ ମତାନ୍ତର ହେବାରୁ ଗୋବିନ୍ଦ ଚମ୍ପାକୁ ହତ୍ୟା କରୁଛି। ପରେ ଗୋବିନ୍ଦ ପୁଲିସ ପାଖର ନିଜର ଅପରାଧ ସ୍ୱୀକାର କରୁଛି। ଜମିଦାର ଦଣ୍ଡରୁ ମୁକୁଳିବା ପାଇଁ ଯଥାସମ୍ଭବ ଚେଷ୍ଟା କରୁଛନ୍ତି, ଏଥିପାଇଁ ପ୍ରବଳ ଅର୍ଥ ଓକିଲ ହସ୍ତଗତ କରୁଛି। କିନ୍ତୁ ଦୁଃଖଦ ଭାବେ ଜମିଦାରଙ୍କୁ ସଜା ହେଉଛି। ସଜା ଶେଷ ହେବା ପରେ ଜମିଦାର ନିଜ ଘରେ ପହଞ୍ଚି ଅସ୍ୱାସ୍ଥ୍ୟ ତଥା ମତିଭ୍ରମରେ ସାରିଆର ଦୂର୍ଗା ରୂପ ଦେଖି ଶେଷ ନିଶ୍ୱାସ ତ୍ୟାଗ କରୁଛନ୍ତି।
1

ପ୍ରଥମ ପରିଚ୍ଛେଦ : ରାମଚନ୍ଦ୍ର ମଙ୍ଗରାଜ

22 September 2023
0
0
0

ପ୍ରଥମ ପରିଚ୍ଛେଦ   ରାମଚନ୍ଦ୍ର ମଙ୍ଗରାଜ :  ମହାଜନ-ନଗଦ ରାମଚନ୍ଦ୍ର ମଙ୍ଗରାଜ ଜଣେ ମଫସଲର ଜମିଦାର, ମଧ୍ଯ ଟଙ୍କା କାରବାର ଠାରୁ ଧାନର ମହାଜନୀ ବେଶି । ଶୁଣାଯାଏ, ଆଡ଼େ ଦୀର୍ଘ ଚାରି କୋଶ ମଧ୍ଯରେ ଆଉ କାହାରି କାରବାର ଚଳେନାହିଁ । ବଡ଼ ଧାର୍

2

ଦ୍ଵିତୀୟ ପରିଚ୍ଛେଦ : ସ୍ଵନାମ ପୁରୁଷ ଧନ୍ୟ

22 September 2023
0
0
0

ଦ୍ଵିତୀୟ ପରିଚ୍ଛେଦ  ସ୍ଵନାମ ପୁରୁଷ ଧନ୍ୟ :   ମଙ୍ଗରାଜେ ଗରିବ ପୁଅ ଥିଲେ। ଶୁଣାଅଛି, ସାତବର୍ଷ ବୟସରେ ସେ ଛେଉଣ୍ଡ ହୋଇ ବୁଲୁଥିଲେ। ପଇସା ଅଭାବକୁ ବାପର ଶୁଦ୍ଧ ହୋଇନାହିଁ । ଚାଳକୁ ନଡା ନ ଉଠିବାରୁ କାନ୍ଥ ପଡିଯାଇଥିଲା। ଏହାଙ୍କ ବାଲ୍ୟଜୀବ

3

ତୃତୀୟ ପରିଚ୍ଛେଦ

22 September 2023
0
0
0

ତୃତୀୟ ପରିଚ୍ଛେଦ ବାଣିଜ୍ୟ ବସତେ ଲକ୍ଷ୍ମୀସ୍ତଦ ଅସ୍ୟାର୍ଥୀ 'ବାଣିଜ୍ୟ ଲକ୍ଷ୍ମୀଙ୍କ କୃଷିକର୍ମଣି ବାସ, ତହୁଁ ଅଧେ କଲେ ଚାଷ । ' ଆମ୍ଭେମାନେ ଅନୁମାନ କରୁଁ, ଜଣେ ମରହଟ୍ଟା କବି ଏହି କବିତା କହିଅଛନ୍ତି । ଆଜିକାଲିର କବି ହୋଇ ଥିଲେ , ଏହିପ

4

ଚତୁର୍ଥ ପରିଛେଦ

22 September 2023
0
0
0

ଚତୁର୍ଥ ପରିଛେଦ:  ଅହଂ ନିଜଃ ପରୋବେଭି ଗଣନା ଲଘୁଚେତସାମ । ମଙ୍ଗରାଜେ ନିଜ ପର ଚାଷ ବୁଝନ୍ତି ନାହିଁ । ଶାସ୍ତ୍ରରେ ପାଠ ଡାକୁଛି ଲଘୁଚେତାମାନେ ଆପଣା ଚାଷ ପ୍ରତି ଯେପରି ନଜର, ପର ଚାଷ ପ୍ରତି ମଧ୍ୟ ସେପରି ଦୃଷ୍ଟି । ଆମ୍ଭେମାନେ ଦିନକର କଥା କ

5

ପଞ୍ଚମ ପରିଚ୍ଛେଦ : ମଙ୍ଗରାଜଙ୍କ ଆପଣ ତ ଆମ୍ଭମାନଙ୍କ କୁଟୁମ୍ବ

22 September 2023
0
0
0

ପଞ୍ଚମ ପରିଚ୍ଛେଦ :   ମଙ୍ଗରାଜଙ୍କ ଆପଣ ତ ଆମ୍ଭମାନଙ୍କ କୁଟୁମ୍ବ  ରାମଚନ୍ଦ୍ର ମଙ୍ଗରାଜେ ଜଣେ ବହୁପୋଷୀ ଲୋକ । ଘରେ ଖାଇବାକୁ କୁଟୁମ୍ବ ଢେର । ନିଜେ ସାଆନ୍ତ ସାଆନ୍ତାଣୀଙ୍କୁ ଛାଡି ତିନି ପୁଅ ହିସାବରେ ତିନି ବୋହୂ, ପୋଇଲୀ ପରିବାରୀ କୋଡିଏ

6

ଷଷ୍ଠ ପରିଚ୍ଛେଦ : ଚମ୍ପା

23 September 2023
0
0
0

ଷଷ୍ଠ ପରିଚ୍ଛେଦ ଚମ୍ପା :  ଉଆସ ମଧ୍ୟରେ କେତେ ଲୋକ ଅଛନ୍ତି, ସେଥୁମଧ୍ୟରୁ ଚମ୍ପା ଓରଫେ ଚମ୍ପା ସାଆନ୍ତାଣୀ ଓରଫେ ହରକଳା ସହିତ ମଙ୍ଗରାଜ -ବଂଶର କି ସମ୍ପର୍କ ଏ କଥା କାହାରିକି ଜଣା ନାହିଁ । ତାହାର ଜାତି, କୁଳ, ପିତୃ ବଂଶ ସମ୍ବନ୍ଧରେ ମଧ୍ୟ

7

ସପ୍ତମ ପରିଚ୍ଛେଦ :ବୁଢ଼ୀ ମଙ୍ଗଳା

23 September 2023
0
0
0

ସପ୍ତମ ପରିଚ୍ଛେଦ ବୁଢ଼ୀ ମଙ୍ଗଳା : ' ଯା ଦେବୀ ବୃକ୍ଷମୂଳେସୁ ଶିଳାରୂପେଣ ସଂସ୍ଥିତା ।    ନମସ୍ତସୈ ନମସ୍ତସ୍ୟ ନମସ୍ତସ୍ୟନମୋନମଃ ।   ମୁଭିକାଶ୍ମଗଜାରୂଢା ବନ୍ଧ୍ୟାୟଃ ପୁତ୍ରଦାୟିନୀ,  ବାଡିସଂହାରିଣୀ ଦେବି ନାରାୟଣି ନମୋଽସ୍ତୁତେ ।" ଅ

8

ଅଷ୍ଟମ ପରିଚ୍ଛେଦ : ଜମିଦାର ସେଖ୍ ଦିଲବାର୍ ମିଆଁ

23 September 2023
0
0
0

ଅଷ୍ଟମ ପରିଚ୍ଛେଦ ଜମିଦାର ସେଖ୍ ଦିଲବାର୍ ମିଆଁ:   ସମସ୍ତେ ସେଖ କେରାମତ୍ ଅଲିଙ୍କ ଘର ପ୍ରଥମେ ଆରା ଜିଲ୍ଲାରେ ଥ‌ିବା, ବର୍ତ୍ତମାନ ଜିଲ୍ଲା ମେଦୀନିପୁର । ସେଖ କେରାମତ୍ ଅଲିଙ୍କୁ ଆଲିମିଆଁ ବୋଲି ଡାକନ୍ତି , ଆମ୍ଭେମାନେ ସେହି ନାମ ଲେଖୁବୁ ।

9

ନବମ ପରିଚ୍ଛେଦ : ଗାଁ ହାଲଚାଲ

23 September 2023
0
0
0

ନବମ ପରିଚ୍ଛେଦ ଗାଁ ହାଲଚାଲ :  ତାଲୁକେ ଫତେପୁର ସରଷଣ୍ଢ ଗୋଟାଏ ଭାରି ବଡ ତାଲୁକା । ସଦରଜମା ପାଞ୍ଚ ହଜାର ଦୁଇଶହ ଆଠ ଟଙ୍କା ଛ ଅଣା; ମଫସଲ ଅସୁଲ ଅଢେଇ ପଟ । ଫାଉ ଫଉରାତ୍‌ ଛାଡିଦିଅ । ଏଥ‌ିରେ ପାଞ୍ଚଗୋଟି ମୌଜା --- ମୌଚା ରାମନଗ, ବାଲିଆ ହ

10

ପରିଚ୍ଛେଦ - ୧୦ : ଭଗିଆ ଆଉ ସାରିଆ

23 September 2023
0
0
0

ପରିଚ୍ଛେଦ - ୧୦  ଭଗିଆ ଆଉ ସାରିଆ ତନ୍ତୀସାଇ ଭଗିଆ ଆଉ ସାରିଆ ମୁଣ୍ଡରେ ଭାଗବତ ଘର ଆଉ ଦଧିବାମନ ମନ୍ଦିର ତନ୍ତୀମାନଙ୍କ ଜାତିଆଣ ଟଙ୍କାରେ ମନ୍ଦିରଟି ତୟାର ହୋଇଅଛି । ଜାତିଆଣ ଟଙ୍କା କ'ଣ ଜାଣନ୍ତି ? ଅବଶ୍ୟ ଏ କଥାଟା ଆପଣଙ୍କୁ ବୁଝାଇଦେବା ଦର

11

ଏକାଦଶ ପରିଛେଦ : ଗୋବରା ଜେନା

23 September 2023
0
0
0

ଏକାଦଶ ପରିଛେଦ ଗୋବରା ଜେନା :  ତନ୍ତୀସାହିକୁ ଚାରିଶ ପାଞ୍ଚାଶ କଦମ ଦୂର ବିଲ ମଝିରେ ଡ଼ମସାଇ । ଏଟା ଅଲଗା ମୌଜା ନୁହେଁ, ଗୋବିନ୍ଦ ସାମିଲ । ସେଠାରେ ଦଶଘର ଡ଼ମ ଆଉ ଗୋବରା ଜେନା ଚୌକିଦାର ଘର । ଗୋବରା ଜେନା ନିଜ ମୌଜାରେ ଚୌକିଦାର ; ତା'ର ଦ

12

ଦ୍ଵାଦଶ : ଅସୁର ଦୀଘି

24 September 2023
0
0
0

ଦ୍ଵାଦଶ ପରିଚ୍ଛେଦ ଅସୁର ଦୀଘି: ଆମ୍ଭେମାନେ ଏଡ଼େବଡ଼ ଜଳକୀର୍ତ୍ତି ସମ୍ବନ୍ଧରେ ଗୋବିନ୍ଦପୁର ମୌଜାର ଗୋଟିଏ ମାତ୍ର ପୋଖରୀ; ଗ୍ରାମର ସମସ୍ତଲୋକ ଏଥିରେ ଜଳ କାରବାର କରନ୍ତି । ପୁଷ୍କରିଣୀଟା ଖୁବ୍ ବଡ଼, ଆଡ଼ ଦୀର୍ଘ ନଳି ଦେଲେ ଦଶବାର ବାଟିରୁ ଊ

13

ତ୍ରୟୋଦଶ ପରିଚ୍ଛେଦ : ହିତୋପଦେଶ

24 September 2023
0
0
0

ତ୍ରୟୋଦଶ ପରିଚ୍ଛେଦ ହିତୋପଦେଶ  ପାଖଲୋକ ମଧ୍ଯ ସମସ୍ତଙ୍କ ତୁମ୍ଭେ ପାଟିକରି କଥା କହ, ସେଥ‌ିରେ କେହି ମନ ଦେବେନାହିଁ, ନିହାତି ନ ଶୁଣିଲା ପରି ରହିବେ; କିନ୍ତୁ ଦୁଇଜଣ ଫୁସ୍ ଫୁସ୍ ହେଉନ୍ତୁ ଲୋକଙ୍କ ମନ ଦେଖ ସେହିଠାରେ, କଥାଟା ଶୁଣିବାପାଇଁ ମ

14

ଚତୁର୍ଦ୍ଦଶ ପରିଚ୍ଛେଦ :

24 September 2023
0
0
0

ଚତୁର୍ଦ୍ଦଶ ପରିଚ୍ଛେଦ :  ଏମାନଙ୍କ ହୁକେ-ହୁକେ-ହୋ । ହୁକେ-ହୁକେ-ହୋ । ହୁକେ-ହୋ, ବିଲୁଆ ଡାକିଲେ ଠିକ୍ ଅଧରାତି । ମଫସଲର ଗାଁରେ ଘଡି ଘଣ୍ଟା ନାହିଁ, ବିଲୁଆ ଡାକ ଶୁଣି ରାତି ଠିକ୍ କଲୁ । ଏହି ପ୍ରାଣୀଗୁଡିକ ଗ୍ରାମର ଭାରି ଉପକାରୀ । କ୍ଷୁଦ୍

15

ପଞ୍ଚଦଶ ପରିଚ୍ଛେଦ : ବାଘସିଂହ ବଂଶ

24 September 2023
0
0
0

ପଞ୍ଚଦଶ ପରିଚ୍ଛେଦ ବାଘସିଂହ ବଂଶ : ସମସ୍ତ ବହୁ କାଳପର୍ଯ୍ୟନ୍ତ ପ୍ରସିଦ୍ଧ ଆଇନ ଆକବରୀ ଲେଖକ ଆବୁଲ୍ ଫାଜଲ ବୋଲନ୍ତି ''ଓଡିଶାରେ ପ୍ରକୃତ ଭୂମ୍ୟଧିକାରୀ ଖଣ୍ଡାଏତମାନେ ଥିଲେ । ' ପ୍ରକୃତରେ ଗଜପତି ଦରବାରରେ ଖଣ୍ଡାମୁଠିଠାରୁ ଲେଖନ ମୁନପର୍ଯ୍ୟନ

16

ଷୋଡଶ ପରିଚ୍ଛେଦ : ଟାଙ୍ଗୀ ମାଉସୀ

24 September 2023
0
0
0

ଷୋଡଶ ପରିଚ୍ଛେଦ ଟାଙ୍ଗୀ ମାଉସୀ : ଆଜି ସ୍ନାନ ପୂର୍ଣ୍ଣିମା ଜ୍ୟେଷ୍ଠମାସିଆ ଦିନ, ଭାରୀ ଖରା, ମହାପ୍ରଭୁ ଅଣସରକୁ ଯାଇଛନ୍ତି, ଭାରୀ ଗୁଳୁଗୁଳି । ଆଜକୁ ଅଢ଼େଇ ମାସ ହେଲା ଟୋପାଏ ପାଣି ଦେଖୁବାକୁ, ନାହିଁ । ପବନ ଗୁମସୁମ କରି ରହିଅଛି, ଖୁଣ୍ଟା

17

ସପ୍ତଦଶ ପରିଚ୍ଛେଦ : କିପରିଘର ପୋଡ଼ିଲା

24 September 2023
0
0
0

ସପ୍ତଦଶ ପରିଚ୍ଛେଦ କିପରିଘର ପୋଡ଼ିଲା :  ଆଜି ଅନନ୍ତପୁର ଗ୍ରାମରେ ଗ୍ରାମରେ ହାହାକାର ପଡ଼ିଛି । ଗଲା ଅଧରାତିରୁ ବାଘସିଂହ ଘରେ ନିଆଁ ଲାଗି ସମସ୍ତ ଘର, ଧାନ ଅମାର ପୋଡ଼ି ଛାରଖାର ହୋଇଗଲାଣି । ନିଆଁ ପାଉଁଶ ବୋଳି ହୋଇ କାଳିଆ କାଳିଆ କାନ୍ଥଗୁ

18

ଅଷ୍ଟାଦଶ ପରିଚ୍ଛେଦ : ସାଆନ୍ତାଣି

24 September 2023
0
0
0

ଅଷ୍ଟାଦଶ ପରିଚ୍ଛେଦ ସାଆନ୍ତାଣି : ସର୍ବେ ଚଳିବେ କାଳବଳେ, କଥା ରହିବ ମହୀକତଳେ ।'' ଶ୍ରାବଣ ମାସ ରାଧାଷ୍ଟମୀ ଦିନ, ଖୁବ୍ ଭୋର, ଅଳ୍ପ ଅଳ୍ପ ଅନ୍ଧାର ଅଛି, ଲୋକମାନେ ବିଛଣା ଛାଡି ନାହାନ୍ତି । ଅବଶ୍ୟ ଅନେକ ଲୋକଙ୍କ ନିଦ ଭାଙ୍ଗିଲାଣି ; ମାତ୍

19

ଊନବିଂଶ ପରିଚ୍ଛେଦ : ପୁଲିସ ତଦାରଖ

25 September 2023
0
0
0

ଊନବିଂଶ ପରିଚ୍ଛେଦ ପୁଲିସ ତଦାରଖ : ପ୍ରତିଦିନ ଗୋବିନ୍ଦପୁରରେ ଯେପରି ରାତି ପାହେ, ଆଜି ମଧ୍ୟ ଠିକ୍ ସେହିପରି ପାହିଅଛି; କିନ୍ତୁ ସୂର୍ଯ୍ୟ ସଙ୍ଗେ ଦେଖା ନାହିଁ । ମେଘଟା ଝରଝର ଫରଫର କରୁଥିଲା 'ସକାଳ ମେଘ ମେଘ ନୁହେଁ, ସକାଳ କୁଣିଆଁ କୁଣିଆଁ

20

ବିଂଶ ପରିଚ୍ଛେଦ : ଓକିଲ ରାମ ରାମ ଲାଲ

25 September 2023
0
0
0

ବିଂଶ ପରିଚ୍ଛେଦ 1 ଓକିଲ ରାମ ରାମ ଲାଲ :  କାଠ ରେଲିଂ ବେଢ଼ା ନାଜରଖାନା ଗାରଦଘରର ଗୋଟିଏ କୋଣରେ ବାଡକୁ ଆଖ୍ ବୁଜି ଗୋଟିଏ ଆସାମୀ ବସିଅଛି । ଚାରିଜଣ ବରକନ୍ଦାଜ ପହରା । ଆହା ! ଲୋକଟାକୁ ପଦେ କଥା କହିବାକୁ କେହି ନାହିଁ । ସମସ୍ତେ ସୁଖର ସାଥ

21

ଏକବିଂଶ ପରିଚ୍ଛେଦ : କଟକ ସେସନ୍ ଜଜକୋର୍ଟ

25 September 2023
0
0
0

ଏକବିଂଶ ପରିଚ୍ଛେଦ କଟକ ସେସନ୍ ଜଜକୋର୍ଟ ;  ଆଜି ଜଜ୍ କୋର୍ଟରେ ଭାରି ଭିଡ । କଚେରିଆ, ବଜାରୀ ହଟାରୀ ପର୍ଯ୍ୟନ୍ତ ଦେଖିବାକୁ ଧାଇଁଅଛନ୍ତି । କୌଣସି ସ୍ଥାନରେ ବାଦୀପାଲା ହେଲେ ଦେଖଣାହାରୀମାନେ ଯେପରି ଗାଆଣିଆମାନଙ୍କ ବେଶ ବାନ୍ଧିବା ଆଗରୁ ଜମି

22

ଦ୍ୱାବିଂଶ ପରିଚ୍ଛେଦ : ଗୋପୀସାହୁର ଦୋକାନଘର

25 September 2023
0
0
0

ଦ୍ୱାବିଂଶ ପରିଚ୍ଛେଦ ଗୋପୀସାହୁର ଦୋକାନଘର : ବିରୂପା ନଦୀକୂଳ-ଗୋପାଳପୁର ଘାଟ, ଏହିଟି କଟକ ଯିବାର ଦାଣ୍ଡ ; ଲୋକମାନେ ଏହିଠାରେ ପାରି ହୁଅନ୍ତି । ଆଗେ ଗୋପାଳପୁର ଗ୍ରାମ ଏହିଠାରେ ଥିଲା, ଗଲା ଆଠଅଙ୍କ ଭୋଦୁଅ ଅଷ୍ଟମୀ ବଡ଼ ବଢିରେ ଭାସିଯାଇଅଛି

23

ତ୍ରୟୋବିଂଶ ପରିଚ୍ଛେଦ : କର୍ମଫଳ

25 September 2023
0
0
0

ତ୍ରୟୋବିଂଶ ପରିଚ୍ଛେଦ କର୍ମଫଳ : ଗୋପାଳପୁର ପାଖରେ ବିରୂପା ନଦୀଟା ଭାରି ଚୌଡ଼ା, ଅଧେକୋଶରୁ ଊଣା ନୁହେଁ ମାତ୍ର ଧାରଟା ତେତେ ଚୌଡ଼ା ନୁହେଁ, ଗଣ୍ଡଗୋଳିଆ ଜାଗାକମ୍ ଚୌଡ଼ା ହୁଏ । ନଦୀର ଦକ୍ଷିଣ ତରଫଟାରେ ଧାର, ଗୋପାଳପୁର ଘାଟଠାରେ ତୁଚ୍ଛା ବା

24

ଚତୁର୍ବିଂଶ ପରିଚ୍ଛେଦ : ଖୁଣି ତଦାରଖ୍

25 September 2023
0
0
0

ଚତୁର୍ବିଂଶ ପରିଚ୍ଛେଦ ଖୁଣି ତଦାରଖ୍ :  ବେଳ ଅନୁମାନରେ ପହରେ କି ଛ ଘଡ଼ି , ଆଜି ବର୍ଷା ନାହିଁ, ଗୋପୀ ସାହୁ ଦୋକାନୀ ଚିରା ଗଣ୍ଡୁଳି କଳାକନା ପରି ଗାମୁଛା ଖଣ୍ଡିଏ ମୁଣ୍ଡରେ ପକାଇ ଦୋକାନ ଟୋକେଇ କାନ୍ଧରେ କାଞ୍ଚିଟା ହାତରେ ଧରି ଦୋକାନକୁ ଆସ

25

ପଞ୍ଚବିଂଶ ପରିଚ୍ଛେଦ : ମଙ୍ଗରାଜ ଘରର ହାଲଚାଲ

25 September 2023
0
0
0

ପଞ୍ଚବିଂଶ ପରିଚ୍ଛେଦ ମଙ୍ଗରାଜ ଘରର ହାଲଚାଲ : ଛଅମାଣ ଆଠଗୁଣ୍ଠ କ'ର ? କଥ୍‌ତ ଅଛି, ପୃଥ‌ିବୀର ବିଖ୍ୟାତ ମଣି କୋହିନୁର ଯାହାଠାରେ ରହେ, ତାହାର ବଂଶ ନାଶ କରିଦିଏ ଆଲ୍ଲାଉଦ୍ଦୀନ୍ଠାରୁ ରଣଜିତ୍ ସିଂହ ପର୍ଯ୍ୟନ୍ତ ତାହାର ଜାଜ୍ଯଲ୍ୟମାନ ପ୍ରମାଣ

26

ଷଡ଼ବିଂଶ ପରିଚ୍ଛେଦ : ବାବାଜୀ ଲଳିତା ଦାସ

25 September 2023
0
0
0

ଷଡ଼ବିଂଶ ପରିଚ୍ଛେଦ ବାବାଜୀ ଲଳିତା ଦାସ :  ମଙ୍ଗରାଜେ କଟକ ଯିବା ସାତ ଦିନଠାରୁ ପୁରୀ କ୍ଷେତ୍ରରୁ ଗୋଟିଏ ବାବାଜୀ ଆସି ଗୋବିନ୍ଦପୁରର ଭାଗବତ ଘରେ ମଠ କରିଅଛନ୍ତି । ବାବାଜୀଙ୍କ ନାମ ଲଳିତା ଦାସ, ବୟସ ଅଧୋଡା, ବର୍ଣ୍ଣ ଶ୍ୟାମଳ, ଦେହଟି ଥାକୁଲ

---

ବହି ପଢ଼ନ୍ତୁ