shabd-logo

ଦ୍ଵିତୀୟ ପରିଚ୍ଛେଦ : ସ୍ଵନାମ ପୁରୁଷ ଧନ୍ୟ

22 September 2023

0 ଦର୍ଶନ 0

ଦ୍ଵିତୀୟ ପରିଚ୍ଛେଦ 

ସ୍ଵନାମ ପୁରୁଷ ଧନ୍ୟ

 ମଙ୍ଗରାଜେ ଗରିବ ପୁଅ ଥିଲେ। ଶୁଣାଅଛି, ସାତବର୍ଷ ବୟସରେ ସେ ଛେଉଣ୍ଡ ହୋଇ ବୁଲୁଥିଲେ। ପଇସା ଅଭାବକୁ ବାପର ଶୁଦ୍ଧ ହୋଇନାହିଁ । ଚାଳକୁ ନଡା ନ ଉଠିବାରୁ କାନ୍ଥ ପଡିଯାଇଥିଲା। ଏହାଙ୍କ ବାଲ୍ୟଜୀବନ ବିଦ୍ୟାଶିକ୍ଷା କର୍ମକ୍ଷେତ୍ରରେ ପ୍ରବେଶ ପ୍ରଭୁତି ଘଟଣାମାନ ବିଚିତ୍ର ରକମର । ଜଗତର କୌରସି ପ୍ରଧାନ ଲୋକଙ୍କ ଜୀବନ ଚରିତ ଅଲୌକିକ ଘଟଣାଶୂନ୍ୟ ନୁହେଁ । ସେ ସବୁ କଥା ଲେଖିବାକୁ ଗଲେ ଢ଼େର କାଗଜ କଲମ, ଢ଼େର ସମୟ ଆବଶ୍ୟକ ମାତ୍ର ପରିମିତବ୍ୟୟିତା ଯେ ଗୋଟିଏ ମହତ୍ ଗୁଣ, ଏ ବିଷୟରେ ଆମ୍ଭମାନଙ୍କ ର ଶିକ୍ଷାଗୁରୁ ଅର୍ଥନୀତି ସମ୍ବନ୍ଧରେ ମହାପଣ୍ଡିତ ବେଞ୍ଜାମିନ ଫ୍ରାଙ୍କ୍ ଲିନ ଯେଉଁ ଉପଦେଶ ଦେଇଯାଇଛନ୍ତି, ସେଥ୍ର ମର୍ମ ଆମ୍ଭେମାନେ ଠିକେ ଠିକେ ସବୁକଥା ଲେଖ୍ ମଙ୍ଗରାଜ ଅର୍ଥନୀତିର ମର୍ଯ୍ୟାଦା ରକ୍ଷା କରିବାକୁ ଚେଷ୍ଟା କରିବୁ । ମଙ୍ଗରାଜଙ୍କ ଜମିଦାରୀ ନାମ ଫତେପୁର ସରଷଣ୍ଢ, ସଦରଜମା ପାଞ୍ଚ ହଜାର , ଅଠେଇଶ ବାଟି ବାହେଲ ଲାଖରାଜ, ବାଜିଆପ୍ତି ପନ୍ଦର ବାଟି ସତାଇଶ ମାଣ କିମ୍ବା ଜାଣି ଏଥର ଜଣେ ସାତ ମାଣିଆ ସରିକଦାର ଥ‌ିବାର ଜଜ୍ ଅଦାଲତରେ ଅପିଲ୍ ଦାୟର ଅଛି। ଲୋକେ କହନ୍ତି ଚାଳିଶ ପଚାଶ ହଜାର ଟଙ୍କା ମହାଜନୀରେ ଖେଳୁଅଛି। ବଡଲୋକ ଘରକଥା ବଡ ଶୁଭେ । ଆମ୍ଭେମାନେ ଅନୁମାନ କରୁଁ ୧୫ ହଜାରରୁ ବେଶିନୁହେଁ । ମିଥ୍ୟା କଥା କହିବା ଧର୍ମନୁହେଁ । ଇନକମ୍ ଟିକସ ଇଲାକା ପିଆଦାଠାରୁ ଶୁଣି ଏକଥା କହୁଅଛୁ । ଧାନ ମହାଜନୀ କାଗଜ କୋଡିଏ ବରଷ ହେଲା ରଫା ହୋଇନାହିଁ। ଏଥର ସଠିକ ହିସାବ ଦେବାକୁ ଅକ୍ଷମ । ଗଲାଅଙ୍କ ସୁନିଆଁ ବାହାରେ ଧାନଘରିଆ ଯେଉଁ ପାଞ୍ଜି ଦାଖଲ କରିଥିଲା, ସେଥ୍ ମଥୋଟରୁ ଆମ୍ଭେମାନେ ଜାଣିଅଛୁ ଯେ , ଦୁଇ ହଜାର ସାତ ଭରଣ ପନ୍ଦର ନଉତି ଛ ବିଶ୍ଵା ଦୁଇ କାଣି ଧାନ ଅମାରରେ ଜମା ଅଛି। ଘର ପାଞ୍ଚ ପରସ୍ତ । ତିନି କାନ୍ଥରେ ପୁଅ। ଏକ ପରସ୍ତରେ ସାଆନ୍ତ ସାଆନ୍ତାଣି ଓ ସାନଝିଅ ମାଳତିଥାନ୍ତି, ବାହାର ପରସ୍ତ କଚେରୀ । କଚେରୀ ଘର ପାଞ୍ଚ ଶେଣିଆ, ଶେଣି ପଟାରେ ବାଘ, ହାତୀ, ବିରାଡି, ରାଧାକୃଷ୍ଣ , ମାଙ୍କଡ ଖୋଳାଯାଇଅଛି| କାନ୍ଥ ସବୁରେ ନୀଳ, ଶୁକ୍ଳ, ରକ୍ତ, ହରୀତ, ପାଟଳ ବିବିଧ ରଂଗର ପଦ୍ମ, କହ୍ଲାର କୁମୁଦ, ମାଳତି ପୁଷ୍ପମାଳା , ବାନରଯୁଥ, ରାକ୍ଷସ ଶ୍ରେଣୀ ସମ୍ବଳିତ ରାମ ରାବଣ ଯୁଦ୍ଧ ପ୍ରଭୁତି ପୌରାଣିକ ଘଟଣାମାନ ଅଙ୍କିତ ରହିଅଛି। ରାଜପୁତନାର କୌଣସି ସ୍ଥାନରେ ଗୋଟିଏ ଉଲଙ୍ଗ ସ୍ତ୍ରୀ ମୂର୍ତ୍ତ ଦେଖ୍ ଟଡ୍ ସାହେବ ଅନୁମାନ କରିଅଛନ୍ତି । ଭାରତର ପୂର୍ବକାଳରେ ଅଙ୍ଗନାମାନେ ଉଲଙ୍ଗ ଥିଲେ । ହାୟ ! ହାୟ ! ଆମ୍ଭେମାନେ ମଙ୍ଗରାଜଙ୍କ ଚିତ୍ର ଦେଖାଇ ସାହେବଙ୍କ ମୂର୍ଖତା ଦୂର କରିପାରିଲୁ ନାହିଁ। ଭିଭିଚିତ୍ରିତ ସଖୂମଣ୍ଡଳୀ ପରିବେଷ୍ଟିତ ରାଧିକାଙ୍କର ଗେରୁ ରଂଗରେ ହାଣ୍ଡିକଳା ବୁଟାଦାର ଘାଗରା ଦେଖ‌ିଲେ ଅବଶ୍ୟ ସାହେବଙ୍କର ମୂର୍ଖତା ଓ ଭ୍ରାନ୍ତି ବିଦୁରିତ ହୋଇଥାନ୍ତା । ଏହି ସମସ୍ତ ଚିତ୍ର ଅଙ୍କିତ କରାଇବା ନିମନ୍ତେ ଅନ୍ୟଦେଶରୁ ଚିତ୍ରକାର ଲୋଡିବାକୁ ହୋଇନାହିଁ । ସମସ୍ତ କାର୍ଯ୍ୟ ଚଂପାଙ୍କର ହୃହସ୍ତ ସଂପାଦିତ ଅଟେ । ଚଂପା ଏତେ ପ୍ରକାର ପଶୁର ଛବି ଚିତ୍ର କରିପାରେ ଯେ ସେପରି ପୂର୍ବରୁ କଲିକତା ଜୁଲଜିକେଲ ଉଦ୍ୟାନରେ (ଚିଡିଆଖାନା) ତୁମ୍ଭେ ଖୋଜି ପାଇବନାହିଁ ।

ମଙ୍ଗରାଜ ଉଆସ ଲଗାଲଗି ପଛରେ ଗୋଟିଏ ବଡ ବଗିଚା , ବାଡିଦୁଆର ଚାରି ପାଖରେ ଗୋଟିଏ, ପୋଖରୀ ----ପୋଖରୀ ଚାରିପାଖରେ ନଡିଆ ଗଛ, ତା ପଛକୁ କଦଳୀ, ଆମ୍ବ, ପଣସ, ଓଆଉ ଗଛ। ବଗିଚା ପଗାର ଚାରିପାଖ ସୁନାର ଖାଇ ବାଉଁଶ ବାଡୀ ପ୍ରାଚୀର ପରି ବେଢ଼ି ରହିଅଛି। ପରି ନିସ୍ୱାର୍ଥ ଲୋକ ଦୁନିଆରେ ଅଳ୍ପ ଦେଖ‌ିବ । ତାଙ୍କର ପରୋପକାର ନିମନ୍ତେ । ସାଆନ୍ତଙ୍କର ଏହିବଡ ବଗିଚାଟି ଗୋବିନ୍ଦପୁର ହାଟର ସ୍ଥିତି ଓ ଉନ୍ନତିର ମୂଳାଧାର ଅଟେ । ବଗିଚାର ନଡିଆ, କଦଳୀ , ବାଇଗଣ, କଖାରୁ, ଖଡାଠାରୁ ଲଙ୍କାମରିଚ ପର୍ଯ୍ୟନ୍ତ ନ ଯାଉଥିଲେ ହାଟର ଏଡେ ଜାରି ଦେଖନ୍ତି ନାହିଁ । ସାଆନ୍ତଙ୍କ ବଗିଚାର ପରିବା ବିକା ନ ସାଧନ ' ସରିଲେ ଆଉ କାହାରି ବିକିବାର ଅଧିକାର ନାହିଁ । ସେ ତ ଠିକ କଥା । ଭଲ ଜିନିଷ ଗୁଡାକ ପଡିରହିବ, ଖରାପ ଜିନିଷ ଆଗେ ବିକ୍ରି ହେବ, ଏହା ତ ଉଚିତ୍ ନୁହେଁ । ହାଟ ଯେ ନିଜ ଜମିଦାରୀ ମଧ୍ୟରେ ଅନ୍ୟ ଲୋକର ହୋଇ ଥିଲେ ଅନ୍ୟ କଥା । ସୁନିଆ ଓ ପର୍ବ ପର୍ବାଣୀରେ ଯେ ସବୁ କଖାରୁ , ବାଇଗଣ, କଖାରୁ ଭେଟି ଆସେ , ସେ ସବୁ ସଳଖେ ସଳଖେ ହାଟକୁ ଯାଏ । ଚୀନ୍ ଦେଶର ପ୍ରାଚୀର ତୟାରୀ ହେଲା ଉତ୍ତାରେ ସମ୍ରାଟ ସମସ୍ତ ଇତିହାସ ଲେଖକଙ୍କୁ ଧରିଆଣି ହତ୍ୟା କରିଥିଲେ; କାରଣ ପ୍ରାଚୀରରେ କେତେ ଟଙ୍କା ଖରଚ ହେଲା , କାଳସେମାନେ ଲେଖୂପକାଇବେ । ଏଥକୁ ଆମ୍ଭେମାନେ ସମ୍ରାଟଙ୍କୁ ନିରହଙ୍କାରି ପୁରୁଷ ବୋଲି କହୁ। ମହତ ଲୋକମାନେ ମହତ କାର୍ଯ୍ୟ କରି ସେଥ‌ିରେ କେତେ ଟଙ୍କା ଖରଚ ହେଲା କହିବୁଲନ୍ତି ନାହିଁ । ମଙ୍ଗରାଜଙ୍କୁ ପଚାର, ଆପଣଙ୍କ ନ‍ଅର ବନାରେ କେତେଟଙ୍କା ଲାଗିଲା ? ଉତ୍ତର ଢ଼େର ଟଙ୍କା ଢ଼େର ଟଙ୍କା , ମୁଁ ତ ସେଥ୍ରେ ମରିଗଲି । ' ପାଠକ ନିରାଶ ହେବେ ନାହିଁ, ଅଧର ହେବେ ନାହିଁ ।

ପ୍ରତ୍ନତତ୍ତ୍ବ ବିଦ୍ୟାଳୟରେ ସବୁ ପୁରୁଣା କଥାର ଠିକଣା ଲାଗିଯାଏ । ନଅଶ ବରଶ ଉତ୍ତାରେ ଜଣେ ସାହେବ ଆସି ପୁରୀ ମନ୍ଦିର ତୟାରିରେ କେତେ ଟଙ୍କା ଖରଚ ହେଲା, ତାହା ହିସାବ କରି ତାଲିକା ଲେଉଟିଆ ଶାଗ ବିକ୍ରି ପର୍ଯ୍ୟନ୍ତ ପତ୍ର ରହିଅଛି, ଘର ତୟାରି ଖରଚର କି ହିସାବ ମିଳିବ ନାହିଁ ? ଦେଓଆନ ଗଙ୍ଗାଗୋବିନ୍ଦ ସିଂହଙ୍କ ମାତୃ କ୍ରିୟା ପରି କ୍ରିୟା ଭାରତ ବର୍ଷରେ ଆଜିଯାଏ କେହି କରିନାହିଁ, କରିବ ନାହିଁ । ବଙ୍ଗଳା ହତାର ସମୁଦାୟ ଜିଲ୍ଲାର କିଲଟର ସାହେବ ଡାଲି, ଚାଉଳ, ମଇଦା, ତେଲ, ଘିଅ, ନଡିଆ, କଦଳୀ କିଣି ପଠାଇବେ ବୋଲି ବଡ଼ଲାଟ ସାହେବ ସେମାନଙ୍କ ଉପରେ ଚିଠା ଜାରି କରିଥିଲେ । ନବଦୀପର ରାଜା ଶିବଚନ୍ଦ୍ର ସେହିପରି ମାତୃକ୍ରିୟା କରିବାକୁ ଇଛାକରି ଖରଚର ଡାବ ମାଗି ପଠାଇଲେ । ଦେଓଆନ୍ ଗଙ୍ଗାଗୋବିନ୍ଦ କେବଳ ଗଞ୍ଜେଇ ପୁ, ଧୂଆଁପତ୍ର ଖରଚର ଡାବ ପଠାଇଦେଇ ତାହା ଅନୁପାତରେ ସମସ୍ତ ଖରଚର ଠିକଣା ଲଗାଇବାକୁ ସଙ୍କେତ କରି ଭାଷା ଆମ୍ଭେମାନେ ଲେଖୁଥ‌ିଲେ । ଏହିସବୁ ଜିନିଷ ଖରିଦରେ ବାସ୍ତରି ହଜାର ଟଙ୍କା କରଚ ପଡିଥିଲା | ନଗଦ ତ ଖରିଦ ଛାଡି ସମସ୍ତ ଜମିଦାରୀ ଭେଟିରେ ଅନେକ ଜିନିଷ ଦେଇଥିଲେ | ଘର ତୟାରିର ଗୋଟିଏ ହିସାବ ଦେଉଅଛୁ ବୁଦ୍ଧିମାନ ପାଠକମାନେ ତାକୁ ଧରି ମୋଟ ଖରଚ କଥା ବୁଝିପାରିବେ । ଧାନଘର ପାଞ୍ଜିରୁ ଆମ୍ଭେମାନେ ଠିକ୍ ହିସାବ ପାଇଅଛୁ । ବଢ଼େଇ, କମାର ବେଠିଆଙ୍କ ପଛେ ପନ୍ଦର ଭରଣ ବାଇଶି ନଉତି ଧାନ ଖରଚ ପଡିଥିଲା |

ମଙ୍ଗରାଜଙ୍କ ମୁହଁରୁ ଅନେକ ଥର ଶୁଣାଯାଇଅଛି, ସେ କେବଳ ପରର ବିକଳ ସହିନପାରି ଧାନ ଟଙ୍କା କରଜ ଦିଅନ୍ତି ।, ନୋହିଲେ ସେଥ‌ିରେ ତାଙ୍କର ନିଜର କିଛି ଲାଭ ନାହିଁ । ଆମ୍ଭେମାନେ କହୁ, ବରଞ୍ଚ ଲୋକସାନ । ଧାନ ଦେଢ଼ରୁ ବେଶି କରଜା ନାହିଁ, ଏଥରେ ଲାଭ କଣ ? ଦିଅନ୍ତି ଶୁଖୁଲା ପୁରୁଣା ଧାନ, ନେବା ବେଳକୁ ନୂଆ କଞ୍ଚା । ଆଛା ପାଠକ, ଆପଣଙ୍କ ଓଦା ଲୁଗାଟା ଆଗେ ଓଜନ କରନ୍ତୁ ଦେଖ‌ିବେ ଓଦା ଶୁଖୁଲାର କେତେ ପ୍ରଭେଦ । ଗଲା ଅଙ୍କ ପାଞ୍ଜିଆ ଯେ ସାଲତମାମି ଦାଖଲ କରିଥିଲା, ସେଥ‌ିରେ ମହାଜନୀ କରଜରେ ଆଠ ଟଙ୍କା ଛଅଅଣା ଦୁଇକଡା ଦୁଇକ୍ରାନ୍ତି ଛାଡ ତଳେ ପଡିଥିବାର ଦେଖାଯାଇଅଛି। ଏତେଗୁଡାଏ ଟଙ୍କା ଛାଡ ସକାଶେ ପାଞ୍ଜିଆ ଗାଳି ଖାଇ ଯେଉଁ ପରି କୈଫିୟତ୍ ଦେଇଥିଲେ, ସେଥ୍‌ର ସାରମର୍ମ ଏହି ଭିକାରି ପଣ୍ଡା ନେବାର ମୂଲ୍ୟ ପାଞ୍ଚଟଙ୍କା । ସେଥ‌ିରେ କଳନ୍ତର ଚକ୍ରବୃ ଦ୍ଧି ପ୍ରମାଣେ ବାରଟଙ୍କା ପାଞ୍ଚଅଣା ଏଗାର ଟଙ୍କା ଦୁଇକଡା, ଗାଏ ଦୁଇ ପଦକୁ ମୋଟ ଆଦାୟ ସତରଟଙ୍କା ପାଞ୍ଚଅଣା ଦୁଇପଇସା ବାଦେ ବାକି ଛାଡ ଦେଢ଼ ଗଣ୍ଡା ।


ଫକୀର ମୋହନ ସେନାପତି by ଦ୍ୱାରା ଅଧିକ ପୁସ୍ତକ

26
ପ୍ରବନ୍ଧଗୁଡିକ
ଛମାଣ ଆଠ ଗୁଣ୍ଠ
0.0
ଫତେପୁର ଗୋବିନ୍ଦପୁର ଜମିଦାର ରାମଚନ୍ଦ୍ର ମଙ୍ଗରାଜ ଜଣେ ଅତି କୃପଣ ବ୍ୟକ୍ତି। କଳେ ବଳେ କୌଶଳେ ଅନ୍ୟର ସମ୍ପତି ହସ୍ତଗତ କରିବା ପାଇଁ ସେ ଜଣାଶୁଣା। ଗାଆଁର ତନ୍ତୀ ଦମ୍ପତି ଭଗିଆ ଓ ସାରିଆ ନିଜର ପୈତୃକ ସମ୍ପତି ଛ’ ମାଣ ଆଠ ଗୁଣ୍ଠ ଭୋଗ କରନ୍ତି, ଯାହାକୁ ରାମଚନ୍ଦ୍ର ଅକ୍ତିଆର କରିବାକୁ ଚାହାନ୍ତି। ଏଥିପାଇଁ ସେ ଚାକରାଣୀ ଚମ୍ପା, ଗୋବରା ଜେନା ଆଦିଙ୍କ ସହାଯ୍ୟ ନିଅନ୍ତି। ଏପଟେ ଭଗିଆ ଓ ସାରିଆ ନିଃସନ୍ତାନ ହୋଇଥିବାରୁ ଚମ୍ପା ସାରିଆକୁ ଗ୍ରାମଦେବତୀ ବୁଢ଼ୀ ମଙ୍ଗଳାଙ୍କ ମନ୍ଦିର ନିର୍ମାଣ କରିବାକୁ ପ୍ରବର୍ତ୍ତାଉଛି। ଠାକୁରାଣୀ ସନ୍ତୁଷ୍ଟ ହେଲେ ସେମାନଙ୍କୁ ସନ୍ତାନ ଦାନ କରି ପାରନ୍ତି। କିନ୍ତୁ ଏଥିପାଇଁ ପ୍ରଚୁର ଅର୍ଥ ଲୋଡ଼ା। ଚମ୍ପା ସାରିଆକୁ ଛ’ ମାଣ ଆଠ ଗୁଣ୍ଠ ଜମିଦାରଙ୍କ ପାଖରେ ବନ୍ଧା ରଖିବା ପାଇଁ କହୁଛି। ପରେ କିଛି ଆଳ ଦେଖାଇ ଜମିଦାର ସାରିଆର ଗାଈ ନେତୀକୁ ଜବତ କରୁଛନ୍ତି। ଘଟଣାକ୍ରମରେ ସାରିଆର ସନ୍ଦେହଜନକ ମୃତ୍ୟୁ ଜମିଦାରଙ୍କ ବାଡ଼ିରେ ହୁଏ। ଗ୍ରାମବାସୀଙ୍କ ବୟାନ ଅନୁସାରେ ମୁଖ୍ୟ ଅଭିଯୁକ୍ତ ଜମିଦାର ରାମଚନ୍ଦ୍ର ମଙ୍ଗରାଜକୁ ପୁଲିସ ଗିରଫ କରୁଛି। ଏ ଦୁଃଖରେ ସାଆନ୍ତାଣୀଙ୍କର ଅନାହାର ତଥା ସନ୍ନିପାତରେ ମୃତ୍ୟୁ ହେଉଛି। ଜମିଦାରଙ୍କ ଗିରଫ, ସାଆନ୍ତାଣୀଙ୍କ ମୃତ୍ୟୁ ଓ ପିଲାମାନଙ୍କ ଅଯୋଗ୍ୟତା ଦେଖି ଚମ୍ପା ଗୋବିନ୍ଦ ଚାକର ସହ ମିଶି ଜମିଦାରଙ୍କ ମୂଲ୍ୟବାନ ସମ୍ପତି କିଛି ଚୋରି କରି ଖସିଯିବାରେ ସକ୍ଷମ ହେଉଛି। କିନ୍ତୁ କଟକ ଯିବା ରାସ୍ତାରେ ଗୋବିନ୍ଦ ସହିତ ମତାନ୍ତର ହେବାରୁ ଗୋବିନ୍ଦ ଚମ୍ପାକୁ ହତ୍ୟା କରୁଛି। ପରେ ଗୋବିନ୍ଦ ପୁଲିସ ପାଖର ନିଜର ଅପରାଧ ସ୍ୱୀକାର କରୁଛି। ଜମିଦାର ଦଣ୍ଡରୁ ମୁକୁଳିବା ପାଇଁ ଯଥାସମ୍ଭବ ଚେଷ୍ଟା କରୁଛନ୍ତି, ଏଥିପାଇଁ ପ୍ରବଳ ଅର୍ଥ ଓକିଲ ହସ୍ତଗତ କରୁଛି। କିନ୍ତୁ ଦୁଃଖଦ ଭାବେ ଜମିଦାରଙ୍କୁ ସଜା ହେଉଛି। ସଜା ଶେଷ ହେବା ପରେ ଜମିଦାର ନିଜ ଘରେ ପହଞ୍ଚି ଅସ୍ୱାସ୍ଥ୍ୟ ତଥା ମତିଭ୍ରମରେ ସାରିଆର ଦୂର୍ଗା ରୂପ ଦେଖି ଶେଷ ନିଶ୍ୱାସ ତ୍ୟାଗ କରୁଛନ୍ତି।
1

ପ୍ରଥମ ପରିଚ୍ଛେଦ : ରାମଚନ୍ଦ୍ର ମଙ୍ଗରାଜ

22 September 2023
0
0
0

ପ୍ରଥମ ପରିଚ୍ଛେଦ   ରାମଚନ୍ଦ୍ର ମଙ୍ଗରାଜ :  ମହାଜନ-ନଗଦ ରାମଚନ୍ଦ୍ର ମଙ୍ଗରାଜ ଜଣେ ମଫସଲର ଜମିଦାର, ମଧ୍ଯ ଟଙ୍କା କାରବାର ଠାରୁ ଧାନର ମହାଜନୀ ବେଶି । ଶୁଣାଯାଏ, ଆଡ଼େ ଦୀର୍ଘ ଚାରି କୋଶ ମଧ୍ଯରେ ଆଉ କାହାରି କାରବାର ଚଳେନାହିଁ । ବଡ଼ ଧାର୍

2

ଦ୍ଵିତୀୟ ପରିଚ୍ଛେଦ : ସ୍ଵନାମ ପୁରୁଷ ଧନ୍ୟ

22 September 2023
0
0
0

ଦ୍ଵିତୀୟ ପରିଚ୍ଛେଦ  ସ୍ଵନାମ ପୁରୁଷ ଧନ୍ୟ :   ମଙ୍ଗରାଜେ ଗରିବ ପୁଅ ଥିଲେ। ଶୁଣାଅଛି, ସାତବର୍ଷ ବୟସରେ ସେ ଛେଉଣ୍ଡ ହୋଇ ବୁଲୁଥିଲେ। ପଇସା ଅଭାବକୁ ବାପର ଶୁଦ୍ଧ ହୋଇନାହିଁ । ଚାଳକୁ ନଡା ନ ଉଠିବାରୁ କାନ୍ଥ ପଡିଯାଇଥିଲା। ଏହାଙ୍କ ବାଲ୍ୟଜୀବ

3

ତୃତୀୟ ପରିଚ୍ଛେଦ

22 September 2023
0
0
0

ତୃତୀୟ ପରିଚ୍ଛେଦ ବାଣିଜ୍ୟ ବସତେ ଲକ୍ଷ୍ମୀସ୍ତଦ ଅସ୍ୟାର୍ଥୀ 'ବାଣିଜ୍ୟ ଲକ୍ଷ୍ମୀଙ୍କ କୃଷିକର୍ମଣି ବାସ, ତହୁଁ ଅଧେ କଲେ ଚାଷ । ' ଆମ୍ଭେମାନେ ଅନୁମାନ କରୁଁ, ଜଣେ ମରହଟ୍ଟା କବି ଏହି କବିତା କହିଅଛନ୍ତି । ଆଜିକାଲିର କବି ହୋଇ ଥିଲେ , ଏହିପ

4

ଚତୁର୍ଥ ପରିଛେଦ

22 September 2023
0
0
0

ଚତୁର୍ଥ ପରିଛେଦ:  ଅହଂ ନିଜଃ ପରୋବେଭି ଗଣନା ଲଘୁଚେତସାମ । ମଙ୍ଗରାଜେ ନିଜ ପର ଚାଷ ବୁଝନ୍ତି ନାହିଁ । ଶାସ୍ତ୍ରରେ ପାଠ ଡାକୁଛି ଲଘୁଚେତାମାନେ ଆପଣା ଚାଷ ପ୍ରତି ଯେପରି ନଜର, ପର ଚାଷ ପ୍ରତି ମଧ୍ୟ ସେପରି ଦୃଷ୍ଟି । ଆମ୍ଭେମାନେ ଦିନକର କଥା କ

5

ପଞ୍ଚମ ପରିଚ୍ଛେଦ : ମଙ୍ଗରାଜଙ୍କ ଆପଣ ତ ଆମ୍ଭମାନଙ୍କ କୁଟୁମ୍ବ

22 September 2023
0
0
0

ପଞ୍ଚମ ପରିଚ୍ଛେଦ :   ମଙ୍ଗରାଜଙ୍କ ଆପଣ ତ ଆମ୍ଭମାନଙ୍କ କୁଟୁମ୍ବ  ରାମଚନ୍ଦ୍ର ମଙ୍ଗରାଜେ ଜଣେ ବହୁପୋଷୀ ଲୋକ । ଘରେ ଖାଇବାକୁ କୁଟୁମ୍ବ ଢେର । ନିଜେ ସାଆନ୍ତ ସାଆନ୍ତାଣୀଙ୍କୁ ଛାଡି ତିନି ପୁଅ ହିସାବରେ ତିନି ବୋହୂ, ପୋଇଲୀ ପରିବାରୀ କୋଡିଏ

6

ଷଷ୍ଠ ପରିଚ୍ଛେଦ : ଚମ୍ପା

23 September 2023
0
0
0

ଷଷ୍ଠ ପରିଚ୍ଛେଦ ଚମ୍ପା :  ଉଆସ ମଧ୍ୟରେ କେତେ ଲୋକ ଅଛନ୍ତି, ସେଥୁମଧ୍ୟରୁ ଚମ୍ପା ଓରଫେ ଚମ୍ପା ସାଆନ୍ତାଣୀ ଓରଫେ ହରକଳା ସହିତ ମଙ୍ଗରାଜ -ବଂଶର କି ସମ୍ପର୍କ ଏ କଥା କାହାରିକି ଜଣା ନାହିଁ । ତାହାର ଜାତି, କୁଳ, ପିତୃ ବଂଶ ସମ୍ବନ୍ଧରେ ମଧ୍ୟ

7

ସପ୍ତମ ପରିଚ୍ଛେଦ :ବୁଢ଼ୀ ମଙ୍ଗଳା

23 September 2023
0
0
0

ସପ୍ତମ ପରିଚ୍ଛେଦ ବୁଢ଼ୀ ମଙ୍ଗଳା : ' ଯା ଦେବୀ ବୃକ୍ଷମୂଳେସୁ ଶିଳାରୂପେଣ ସଂସ୍ଥିତା ।    ନମସ୍ତସୈ ନମସ୍ତସ୍ୟ ନମସ୍ତସ୍ୟନମୋନମଃ ।   ମୁଭିକାଶ୍ମଗଜାରୂଢା ବନ୍ଧ୍ୟାୟଃ ପୁତ୍ରଦାୟିନୀ,  ବାଡିସଂହାରିଣୀ ଦେବି ନାରାୟଣି ନମୋଽସ୍ତୁତେ ।" ଅ

8

ଅଷ୍ଟମ ପରିଚ୍ଛେଦ : ଜମିଦାର ସେଖ୍ ଦିଲବାର୍ ମିଆଁ

23 September 2023
0
0
0

ଅଷ୍ଟମ ପରିଚ୍ଛେଦ ଜମିଦାର ସେଖ୍ ଦିଲବାର୍ ମିଆଁ:   ସମସ୍ତେ ସେଖ କେରାମତ୍ ଅଲିଙ୍କ ଘର ପ୍ରଥମେ ଆରା ଜିଲ୍ଲାରେ ଥ‌ିବା, ବର୍ତ୍ତମାନ ଜିଲ୍ଲା ମେଦୀନିପୁର । ସେଖ କେରାମତ୍ ଅଲିଙ୍କୁ ଆଲିମିଆଁ ବୋଲି ଡାକନ୍ତି , ଆମ୍ଭେମାନେ ସେହି ନାମ ଲେଖୁବୁ ।

9

ନବମ ପରିଚ୍ଛେଦ : ଗାଁ ହାଲଚାଲ

23 September 2023
0
0
0

ନବମ ପରିଚ୍ଛେଦ ଗାଁ ହାଲଚାଲ :  ତାଲୁକେ ଫତେପୁର ସରଷଣ୍ଢ ଗୋଟାଏ ଭାରି ବଡ ତାଲୁକା । ସଦରଜମା ପାଞ୍ଚ ହଜାର ଦୁଇଶହ ଆଠ ଟଙ୍କା ଛ ଅଣା; ମଫସଲ ଅସୁଲ ଅଢେଇ ପଟ । ଫାଉ ଫଉରାତ୍‌ ଛାଡିଦିଅ । ଏଥ‌ିରେ ପାଞ୍ଚଗୋଟି ମୌଜା --- ମୌଚା ରାମନଗ, ବାଲିଆ ହ

10

ପରିଚ୍ଛେଦ - ୧୦ : ଭଗିଆ ଆଉ ସାରିଆ

23 September 2023
0
0
0

ପରିଚ୍ଛେଦ - ୧୦  ଭଗିଆ ଆଉ ସାରିଆ ତନ୍ତୀସାଇ ଭଗିଆ ଆଉ ସାରିଆ ମୁଣ୍ଡରେ ଭାଗବତ ଘର ଆଉ ଦଧିବାମନ ମନ୍ଦିର ତନ୍ତୀମାନଙ୍କ ଜାତିଆଣ ଟଙ୍କାରେ ମନ୍ଦିରଟି ତୟାର ହୋଇଅଛି । ଜାତିଆଣ ଟଙ୍କା କ'ଣ ଜାଣନ୍ତି ? ଅବଶ୍ୟ ଏ କଥାଟା ଆପଣଙ୍କୁ ବୁଝାଇଦେବା ଦର

11

ଏକାଦଶ ପରିଛେଦ : ଗୋବରା ଜେନା

23 September 2023
0
0
0

ଏକାଦଶ ପରିଛେଦ ଗୋବରା ଜେନା :  ତନ୍ତୀସାହିକୁ ଚାରିଶ ପାଞ୍ଚାଶ କଦମ ଦୂର ବିଲ ମଝିରେ ଡ଼ମସାଇ । ଏଟା ଅଲଗା ମୌଜା ନୁହେଁ, ଗୋବିନ୍ଦ ସାମିଲ । ସେଠାରେ ଦଶଘର ଡ଼ମ ଆଉ ଗୋବରା ଜେନା ଚୌକିଦାର ଘର । ଗୋବରା ଜେନା ନିଜ ମୌଜାରେ ଚୌକିଦାର ; ତା'ର ଦ

12

ଦ୍ଵାଦଶ : ଅସୁର ଦୀଘି

24 September 2023
0
0
0

ଦ୍ଵାଦଶ ପରିଚ୍ଛେଦ ଅସୁର ଦୀଘି: ଆମ୍ଭେମାନେ ଏଡ଼େବଡ଼ ଜଳକୀର୍ତ୍ତି ସମ୍ବନ୍ଧରେ ଗୋବିନ୍ଦପୁର ମୌଜାର ଗୋଟିଏ ମାତ୍ର ପୋଖରୀ; ଗ୍ରାମର ସମସ୍ତଲୋକ ଏଥିରେ ଜଳ କାରବାର କରନ୍ତି । ପୁଷ୍କରିଣୀଟା ଖୁବ୍ ବଡ଼, ଆଡ଼ ଦୀର୍ଘ ନଳି ଦେଲେ ଦଶବାର ବାଟିରୁ ଊ

13

ତ୍ରୟୋଦଶ ପରିଚ୍ଛେଦ : ହିତୋପଦେଶ

24 September 2023
0
0
0

ତ୍ରୟୋଦଶ ପରିଚ୍ଛେଦ ହିତୋପଦେଶ  ପାଖଲୋକ ମଧ୍ଯ ସମସ୍ତଙ୍କ ତୁମ୍ଭେ ପାଟିକରି କଥା କହ, ସେଥ‌ିରେ କେହି ମନ ଦେବେନାହିଁ, ନିହାତି ନ ଶୁଣିଲା ପରି ରହିବେ; କିନ୍ତୁ ଦୁଇଜଣ ଫୁସ୍ ଫୁସ୍ ହେଉନ୍ତୁ ଲୋକଙ୍କ ମନ ଦେଖ ସେହିଠାରେ, କଥାଟା ଶୁଣିବାପାଇଁ ମ

14

ଚତୁର୍ଦ୍ଦଶ ପରିଚ୍ଛେଦ :

24 September 2023
0
0
0

ଚତୁର୍ଦ୍ଦଶ ପରିଚ୍ଛେଦ :  ଏମାନଙ୍କ ହୁକେ-ହୁକେ-ହୋ । ହୁକେ-ହୁକେ-ହୋ । ହୁକେ-ହୋ, ବିଲୁଆ ଡାକିଲେ ଠିକ୍ ଅଧରାତି । ମଫସଲର ଗାଁରେ ଘଡି ଘଣ୍ଟା ନାହିଁ, ବିଲୁଆ ଡାକ ଶୁଣି ରାତି ଠିକ୍ କଲୁ । ଏହି ପ୍ରାଣୀଗୁଡିକ ଗ୍ରାମର ଭାରି ଉପକାରୀ । କ୍ଷୁଦ୍

15

ପଞ୍ଚଦଶ ପରିଚ୍ଛେଦ : ବାଘସିଂହ ବଂଶ

24 September 2023
0
0
0

ପଞ୍ଚଦଶ ପରିଚ୍ଛେଦ ବାଘସିଂହ ବଂଶ : ସମସ୍ତ ବହୁ କାଳପର୍ଯ୍ୟନ୍ତ ପ୍ରସିଦ୍ଧ ଆଇନ ଆକବରୀ ଲେଖକ ଆବୁଲ୍ ଫାଜଲ ବୋଲନ୍ତି ''ଓଡିଶାରେ ପ୍ରକୃତ ଭୂମ୍ୟଧିକାରୀ ଖଣ୍ଡାଏତମାନେ ଥିଲେ । ' ପ୍ରକୃତରେ ଗଜପତି ଦରବାରରେ ଖଣ୍ଡାମୁଠିଠାରୁ ଲେଖନ ମୁନପର୍ଯ୍ୟନ

16

ଷୋଡଶ ପରିଚ୍ଛେଦ : ଟାଙ୍ଗୀ ମାଉସୀ

24 September 2023
0
0
0

ଷୋଡଶ ପରିଚ୍ଛେଦ ଟାଙ୍ଗୀ ମାଉସୀ : ଆଜି ସ୍ନାନ ପୂର୍ଣ୍ଣିମା ଜ୍ୟେଷ୍ଠମାସିଆ ଦିନ, ଭାରୀ ଖରା, ମହାପ୍ରଭୁ ଅଣସରକୁ ଯାଇଛନ୍ତି, ଭାରୀ ଗୁଳୁଗୁଳି । ଆଜକୁ ଅଢ଼େଇ ମାସ ହେଲା ଟୋପାଏ ପାଣି ଦେଖୁବାକୁ, ନାହିଁ । ପବନ ଗୁମସୁମ କରି ରହିଅଛି, ଖୁଣ୍ଟା

17

ସପ୍ତଦଶ ପରିଚ୍ଛେଦ : କିପରିଘର ପୋଡ଼ିଲା

24 September 2023
0
0
0

ସପ୍ତଦଶ ପରିଚ୍ଛେଦ କିପରିଘର ପୋଡ଼ିଲା :  ଆଜି ଅନନ୍ତପୁର ଗ୍ରାମରେ ଗ୍ରାମରେ ହାହାକାର ପଡ଼ିଛି । ଗଲା ଅଧରାତିରୁ ବାଘସିଂହ ଘରେ ନିଆଁ ଲାଗି ସମସ୍ତ ଘର, ଧାନ ଅମାର ପୋଡ଼ି ଛାରଖାର ହୋଇଗଲାଣି । ନିଆଁ ପାଉଁଶ ବୋଳି ହୋଇ କାଳିଆ କାଳିଆ କାନ୍ଥଗୁ

18

ଅଷ୍ଟାଦଶ ପରିଚ୍ଛେଦ : ସାଆନ୍ତାଣି

24 September 2023
0
0
0

ଅଷ୍ଟାଦଶ ପରିଚ୍ଛେଦ ସାଆନ୍ତାଣି : ସର୍ବେ ଚଳିବେ କାଳବଳେ, କଥା ରହିବ ମହୀକତଳେ ।'' ଶ୍ରାବଣ ମାସ ରାଧାଷ୍ଟମୀ ଦିନ, ଖୁବ୍ ଭୋର, ଅଳ୍ପ ଅଳ୍ପ ଅନ୍ଧାର ଅଛି, ଲୋକମାନେ ବିଛଣା ଛାଡି ନାହାନ୍ତି । ଅବଶ୍ୟ ଅନେକ ଲୋକଙ୍କ ନିଦ ଭାଙ୍ଗିଲାଣି ; ମାତ୍

19

ଊନବିଂଶ ପରିଚ୍ଛେଦ : ପୁଲିସ ତଦାରଖ

25 September 2023
0
0
0

ଊନବିଂଶ ପରିଚ୍ଛେଦ ପୁଲିସ ତଦାରଖ : ପ୍ରତିଦିନ ଗୋବିନ୍ଦପୁରରେ ଯେପରି ରାତି ପାହେ, ଆଜି ମଧ୍ୟ ଠିକ୍ ସେହିପରି ପାହିଅଛି; କିନ୍ତୁ ସୂର୍ଯ୍ୟ ସଙ୍ଗେ ଦେଖା ନାହିଁ । ମେଘଟା ଝରଝର ଫରଫର କରୁଥିଲା 'ସକାଳ ମେଘ ମେଘ ନୁହେଁ, ସକାଳ କୁଣିଆଁ କୁଣିଆଁ

20

ବିଂଶ ପରିଚ୍ଛେଦ : ଓକିଲ ରାମ ରାମ ଲାଲ

25 September 2023
0
0
0

ବିଂଶ ପରିଚ୍ଛେଦ 1 ଓକିଲ ରାମ ରାମ ଲାଲ :  କାଠ ରେଲିଂ ବେଢ଼ା ନାଜରଖାନା ଗାରଦଘରର ଗୋଟିଏ କୋଣରେ ବାଡକୁ ଆଖ୍ ବୁଜି ଗୋଟିଏ ଆସାମୀ ବସିଅଛି । ଚାରିଜଣ ବରକନ୍ଦାଜ ପହରା । ଆହା ! ଲୋକଟାକୁ ପଦେ କଥା କହିବାକୁ କେହି ନାହିଁ । ସମସ୍ତେ ସୁଖର ସାଥ

21

ଏକବିଂଶ ପରିଚ୍ଛେଦ : କଟକ ସେସନ୍ ଜଜକୋର୍ଟ

25 September 2023
0
0
0

ଏକବିଂଶ ପରିଚ୍ଛେଦ କଟକ ସେସନ୍ ଜଜକୋର୍ଟ ;  ଆଜି ଜଜ୍ କୋର୍ଟରେ ଭାରି ଭିଡ । କଚେରିଆ, ବଜାରୀ ହଟାରୀ ପର୍ଯ୍ୟନ୍ତ ଦେଖିବାକୁ ଧାଇଁଅଛନ୍ତି । କୌଣସି ସ୍ଥାନରେ ବାଦୀପାଲା ହେଲେ ଦେଖଣାହାରୀମାନେ ଯେପରି ଗାଆଣିଆମାନଙ୍କ ବେଶ ବାନ୍ଧିବା ଆଗରୁ ଜମି

22

ଦ୍ୱାବିଂଶ ପରିଚ୍ଛେଦ : ଗୋପୀସାହୁର ଦୋକାନଘର

25 September 2023
0
0
0

ଦ୍ୱାବିଂଶ ପରିଚ୍ଛେଦ ଗୋପୀସାହୁର ଦୋକାନଘର : ବିରୂପା ନଦୀକୂଳ-ଗୋପାଳପୁର ଘାଟ, ଏହିଟି କଟକ ଯିବାର ଦାଣ୍ଡ ; ଲୋକମାନେ ଏହିଠାରେ ପାରି ହୁଅନ୍ତି । ଆଗେ ଗୋପାଳପୁର ଗ୍ରାମ ଏହିଠାରେ ଥିଲା, ଗଲା ଆଠଅଙ୍କ ଭୋଦୁଅ ଅଷ୍ଟମୀ ବଡ଼ ବଢିରେ ଭାସିଯାଇଅଛି

23

ତ୍ରୟୋବିଂଶ ପରିଚ୍ଛେଦ : କର୍ମଫଳ

25 September 2023
0
0
0

ତ୍ରୟୋବିଂଶ ପରିଚ୍ଛେଦ କର୍ମଫଳ : ଗୋପାଳପୁର ପାଖରେ ବିରୂପା ନଦୀଟା ଭାରି ଚୌଡ଼ା, ଅଧେକୋଶରୁ ଊଣା ନୁହେଁ ମାତ୍ର ଧାରଟା ତେତେ ଚୌଡ଼ା ନୁହେଁ, ଗଣ୍ଡଗୋଳିଆ ଜାଗାକମ୍ ଚୌଡ଼ା ହୁଏ । ନଦୀର ଦକ୍ଷିଣ ତରଫଟାରେ ଧାର, ଗୋପାଳପୁର ଘାଟଠାରେ ତୁଚ୍ଛା ବା

24

ଚତୁର୍ବିଂଶ ପରିଚ୍ଛେଦ : ଖୁଣି ତଦାରଖ୍

25 September 2023
0
0
0

ଚତୁର୍ବିଂଶ ପରିଚ୍ଛେଦ ଖୁଣି ତଦାରଖ୍ :  ବେଳ ଅନୁମାନରେ ପହରେ କି ଛ ଘଡ଼ି , ଆଜି ବର୍ଷା ନାହିଁ, ଗୋପୀ ସାହୁ ଦୋକାନୀ ଚିରା ଗଣ୍ଡୁଳି କଳାକନା ପରି ଗାମୁଛା ଖଣ୍ଡିଏ ମୁଣ୍ଡରେ ପକାଇ ଦୋକାନ ଟୋକେଇ କାନ୍ଧରେ କାଞ୍ଚିଟା ହାତରେ ଧରି ଦୋକାନକୁ ଆସ

25

ପଞ୍ଚବିଂଶ ପରିଚ୍ଛେଦ : ମଙ୍ଗରାଜ ଘରର ହାଲଚାଲ

25 September 2023
0
0
0

ପଞ୍ଚବିଂଶ ପରିଚ୍ଛେଦ ମଙ୍ଗରାଜ ଘରର ହାଲଚାଲ : ଛଅମାଣ ଆଠଗୁଣ୍ଠ କ'ର ? କଥ୍‌ତ ଅଛି, ପୃଥ‌ିବୀର ବିଖ୍ୟାତ ମଣି କୋହିନୁର ଯାହାଠାରେ ରହେ, ତାହାର ବଂଶ ନାଶ କରିଦିଏ ଆଲ୍ଲାଉଦ୍ଦୀନ୍ଠାରୁ ରଣଜିତ୍ ସିଂହ ପର୍ଯ୍ୟନ୍ତ ତାହାର ଜାଜ୍ଯଲ୍ୟମାନ ପ୍ରମାଣ

26

ଷଡ଼ବିଂଶ ପରିଚ୍ଛେଦ : ବାବାଜୀ ଲଳିତା ଦାସ

25 September 2023
0
0
0

ଷଡ଼ବିଂଶ ପରିଚ୍ଛେଦ ବାବାଜୀ ଲଳିତା ଦାସ :  ମଙ୍ଗରାଜେ କଟକ ଯିବା ସାତ ଦିନଠାରୁ ପୁରୀ କ୍ଷେତ୍ରରୁ ଗୋଟିଏ ବାବାଜୀ ଆସି ଗୋବିନ୍ଦପୁରର ଭାଗବତ ଘରେ ମଠ କରିଅଛନ୍ତି । ବାବାଜୀଙ୍କ ନାମ ଲଳିତା ଦାସ, ବୟସ ଅଧୋଡା, ବର୍ଣ୍ଣ ଶ୍ୟାମଳ, ଦେହଟି ଥାକୁଲ

---

ବହି ପଢ଼ନ୍ତୁ