shabd-logo

ନବମ ପରିଚ୍ଛେଦ : ଗାଁ ହାଲଚାଲ

23 September 2023

0 ଦର୍ଶନ 0

ନବମ ପରିଚ୍ଛେଦ

ଗାଁ ହାଲଚାଲ : 

ତାଲୁକେ ଫତେପୁର ସରଷଣ୍ଢ ଗୋଟାଏ ଭାରି ବଡ ତାଲୁକା । ସଦରଜମା ପାଞ୍ଚ ହଜାର ଦୁଇଶହ ଆଠ ଟଙ୍କା ଛ ଅଣା; ମଫସଲ ଅସୁଲ ଅଢେଇ ପଟ । ଫାଉ ଫଉରାତ୍‌ ଛାଡିଦିଅ । ଏଥ‌ିରେ ପାଞ୍ଚଗୋଟି ମୌଜା --- ମୌଚା ରାମନଗ, ବାଲିଆ ହାଣ୍ଡିଖାଇ ସଉତୁଣିଆ ଓ ଗୋବିନ୍ଦପୁର । ଗୋବିନ୍ଦପୁର ସବୁଠାରୁ ବଡ, ଊଣା ଅଧିକରେ ପାଞ୍ଚଶ ଘର ବସ୍ତି ସବୁ ଜାତିର ଲୋକ ଅଛନ୍ତି , ଗୋଟାଏ ଦୋକାନ ଅଛି, ସେ ଦୋକାନରେ ସବୁ ଜିନିଷ ମିଳେ - ଡ଼ାଲି, ଚାଉଳ, ଧୂଆଁ ପତ୍ର , ଲୁଣ, ତେଲ ଯାହା ଖୋଜ ପାଇବ; ଦୁଇ ଚାରି ପଇସାର ଘିଅ ଖୋଜିଲେ ମଧ୍ୟ ମିଳିପାରେ । ଦୋକାନୀର ତିନି ପୁରୁଷରୁ ଦଶମୂଳ ସାଇତା ଅଛି । ଦୁଇ ତିନି କୋଶରୁ ବୈଦ୍ୟମାନଙ୍କର ଡ଼ାବ ଆସେ । ଗ୍ରାମଟି ଲମ୍ବାଲମ୍ବି କିନ୍ତୁ ସିଧାସଳଖ ନୁହେଁ; ଆଠଟଙ୍କିଆ । ଅସୁରଦୀଘିର ଉତ୍ତର ଆଉ ପଶ୍ଚିମଆଡ଼ିର ଅଧେ ମାଡ଼ିବସିଅଛି । ମଝିରେ ଗୋହିରୀ; ଦୁଇ ମାହାଲା ଘର, ମଝି ଗୋହିରୀଟା ଖୁବ୍ ଓସାରିଆ ହେଲେ ମଧ୍ୟ ଯିବାଆସିବା ବାଟ ଦଶ ବାର ହାତରୁ ବେଶି ନୁହେଁ । ବାଟ ଦୁଇପାଖ ସମସ୍ତ କ ଦୁଆର ଆଗରେ ଖତଗାଡ଼, ଖଣ୍ଡେ ଖଣ୍ଡେ ଖାଲି ଜାଗା ଅଛି, ସକାଳେ ସେଠାରେ ଗାଈ ବଳଦ ବନ୍ଧା ହୁଅନ୍ତି । ସ୍ଥାନେ ସ୍ଥାନେ ଖଣ୍ଡେ ଖଣ୍ଡେ ଶଗଡ଼ ଥୁଆ ହୋଇଛି । ଗୋହିରୀରୁ ଦୁଆରକୁ ଯିବାପାଇଁ ଅଲଗା ଅଲଗା ବାଟ ଅଛି । ଗ୍ରାମଟି ତିନି ଭାଗରେ ବିଭକ୍ତ - ସାଆନ୍ତ ସାଇ, ତନ୍ତୀ ସାଇ, ବ୍ରାହ୍ମଣ ସାଇ । ସମସ୍ତଙ୍କ

ସାଆନ୍ତ ସାଇରେ ଖୋଦ୍ ରାମଚନ୍ଦ୍ର ମଙ୍ଗରାଜଙ୍କ ଘର; ଏଥ‌ପାଇଁଖୁବ୍ ଡାକ । ରାତି ଛ'ଘଡ଼ି ପର୍ଯ୍ୟନ୍ତ କଚେରୀ ଜାରୀ । ଦୋକାନଟା ମଧ୍ୟ ଏଇ ସାଇରେ । ରାତି ପ୍ରହରକ ସରିକି ଆଉ ସବୁ ସାଇ ତୁନିତାନ । ବ୍ରାହ୍ମଣସାହିର ପ୍ରକୃତ ନାମ ଶାସନ । ଶାସନ ଭାଗ ପାଞ୍ଚଶ ଗୋଟା ପୁଅଭାୟା ବାସ୍ତରୀ ଘର । ଶାସନ ଗୋହିରୀ ଦୁଇ ପାଖରେ ଦେଢ଼ଶ ଅନ୍ଦାଜ ନଡ଼ିଆ ଗଛ; ମୁଣ୍ଡରେ ବଡ଼ ପିଣ୍ଡିବନ୍ଧା ଅଛି, ସେଠାରେ ବଳଦେବ ପୂଜା ହୁଏ । ପିଣ୍ଡିଠାରୁ ଦଶ ପନ୍ଦର ହାତ ଛାଡ଼ି କେତେଗୁଡ଼ିଏ ଗଜାଭଳିଆ ନଡ଼ିଆ ଗଛ, ମୂଳ ସଫାସୁତୁରା । ସେଇଟା ଗୋସାଇଁ ମାନଙ୍କ ବୈଠକଜାଗା । ନାସସୁଙ୍ଗା, ଭାଙ୍ଗ ଘୋଟା ଯଜମାନଘର କଥା, ଅରଜନ କଥା ଇତ୍ୟାଦି ଇତ୍ୟାଦି କଥାମାନ ସେହିଠାରେ ସମାଧାନ ହୁଏ । ଦିନେ ଦିନେ ସେଠାରେ ବଡ଼ ଗୋଳମାଳ ହୁଏ; ସେଦିନ ଯଜମାନ ଘରୁ ମିଳିଥିବା ଶ୍ରାଦ୍ଧ ଚାଉଳ ବା ସଭ୍ୟ ମାନ୍ୟ ଦକ୍ଷିଣା ବାଣ୍ଟ ହେଉଥ‌ିବାରୁ ସହଜରେ ଜଣା ପଡ଼ିଯାଏ । ସେ କଳି ଶୁଣି ଲୋକମାନେ କହନ୍ତି ''ବ୍ରାହ୍ମଣ ଗୁଡ଼ାକ ଚାଉଳମୁଠାକ ସକାଶେ କୁକୁର ପରି କଳି କରୁଅଛନ୍ତି । '' ମାତ୍ରର ଲୋକମାନଙ୍କର ଏପରି କଥାଟା ଆମ୍ଭମାନଙ୍କୁ କିଛି ସୁଖ ଲାଗେ ନାହିଁ । ତାହାର କାରଣ , ଏମାନେ ନିପଟ ମୂର୍ଖ , ଗତରକୁଢ଼ି, ବ୍ରାହ୍ମଣ କର୍ମ ହୀନ ହେଲେ ମଧ୍ୟ ଛତିଶ ବର୍ଷର ରଜା ତ ! ଏମାନଙ୍କୁ କୁକୁର ସଙ୍ଗେ ତୁଳିବା କେତେବେଳେ ହେଲେ ଉଚିତ୍ ନୁହେଁ । ଉପମାଟା ମଧ୍ଯ ଭଲ ହେଲା ନାହିଁ; କାରଣ ପ୍ରେତ ଉଦ୍ଦେଶ୍ୟରେ ଉତ୍ସୁଷ୍ଟ ଓଦା ଚାଉଳ ସକାଶେ ବ୍ରାହ୍ମଣ ମାନଙ୍କ କଳି ଆଉ କୁକୁରଙ୍କ କଳି ଅଇଁଠାଭାତ ସକାଶେ । ଦେଖନ୍ତୁ , ପ୍ରେତ ଉଚ୍ଛିଷ୍ଟ ଆଉ ମନୁଷ୍ୟ ଉଦ୍ଧିଷ୍ଟ ଓଦା ଚାଉଳ ସିଝାଚାଉଳ କଥାଟା କେତେ ଛାଡ଼ିଲା । ଆଉ କୁକୁରମାନେ କାମୁଡ଼ା କାମୁଡ଼ି ଲଗାନ୍ତି ; ବ୍ରାହ୍ମଣମାନେ ବାଡ଼ିଆବାଡ଼େଇ ହୁଅନ୍ତି ସିନା, ଗୋଟାଏ ବ୍ରାହ୍ମଣ ଗୋଟାକୁ କାମୁଡ଼ିବାର ବା ରାମ୍ପୁଡ଼ିବାର ତ ଦେଖାନାହିଁ । ଆକାଶରେ ଶାଗୁଣା ଉଡ଼ିଲେ କେଉଁଠାରେ ମଢ଼ପଡ଼ିଥିବାର ଯେପରି ଜଣାଯାଏ, ସେହିପରି ଦିନ ପହରକବେଳେ ଗୋସେଇଁମାନେ ଚିତା ପଇତା ହୋଇ ପଲ ପଲ ବାହାରିଲେ କେଉଁ ଗାଁରେ ମନୁଷ୍ୟ ମରିଥିବାର ଲୋକେ ଅନୁମାନ କରନ୍ତି । ଆଉ

ପାଣିଗ୍ରାହୀ ଭାଗବାଟିକା ମିଶି ଶାସନ ଭାଗ ଜମି ପାଞ୍ଚଶ ମାଣ । ତ୍ରିକାଳ ସନ୍ଧ୍ୟାରେ ଆଶୀର୍ବାଦ କରି ଜମି ଭୋଗ ଦାଖଲ କରିବା ନିମନ୍ତେ ମରହଟ୍ଟା ସୁବାଦାର ତମ୍ବାପାତିଆ ସନନ୍ଦ ଦେଇଅଛନ୍ତି । ତ୍ରିକାଳ ବୋଇଲେ ଭୂତ, ଭବିଷ୍ୟତ, ବର୍ତ୍ତମାନ । ଭୂତ କଥା ଭୂତଙ୍କୁ ଜଣା, ଭବିଷ୍ୟତ କଥା କୌଣସି ମନୁଷ୍ୟ ଜାଣନ୍ତି ନାହିଁ, ବର୍ତ୍ତମାନ କଥା ଆମ୍ଭେମାନେ ଜାଣୁଁ । ଗୋରୁ ଗାଈ ଖୋଜିଆଣି ବାନ୍ଧିବା , ଗୁହାଳରେ ଧୂଆଁ ଦେବା, ହଳିଆକୁ ପଖାଳପାଣି ଦେବାରେ ସନ୍ଧ୍ୟାବେଳଟା ଗଡ଼ିଯାଏ, ଭୂମିଦାତାଙ୍କୁ ଆଶୀର୍ବାଦ କରିବେ କେତେବେଳେ ? କଥା ପଡ଼ିବାରୁ ଦିନେ ଭୋବନି ବାହିନୀ ପତି କହିବସିଲେ, ''ଆମ୍ଭର ଭୂମି କାହିଁ ହେ, ସନ୍ଧ୍ୟାରେ ଆଶୀର୍ବାଦ କରିବୁ ?'' କଥାଟା ମଧ୍ଯ ନିହାତି ମିଛ ନୁହେଁ । ଶାସନ ଭାଗ ପାଞ୍ଚଶ ମାଣ ମଧ୍ଯରୁ ଦଶ ବର୍ଷ ଭିତରେ ଚାରିଶ ମାଣ ବିକା ଭଙ୍ଗା ସରିଲାଣି । ବାକି ଯେ କେତେ ମାଣ ମଙ୍ଗରାଜେ ସମ୍ଭାଳିଛନ୍ତି ବୋଲି ଅଛି । ' ଗୋ ବ୍ରାହ୍ମଣ ହିତାୟ ଚନ୍ଦ୍ର ମଙ୍ଗରାଜଙ୍କର ଭାରି ଯତ୍ନ । ବୁଲା ଗୋରୁଗୁଡ଼ିକ ମଙ୍ଗରାଜେ ସାବଧାନ କରି ଆପଣା ଗୋଠରେ ରଖନ୍ତି, କେହି ପାଣ ଏପରି ନା- ଉଆରସୀ ଗୋରୁ ଆଣି ବକ୍‌ସିସ୍‌ରୂପ କିଛି କିଛି ନେବାର ସଚରାଚର ଦାଖାଯାଏ । ବଳଦ ଛାଡ଼ି କେବଳ ଗାଈ ସଂଖ୍ୟା ତିନିଶହରୁ ଟପିଲାଣି । ଗୋମାତା ବାର ଜାଗାରେ ବୁଲି କଷ୍ଟ ପାଇବେ, ସେଥ୍‌ସକାଶେ ସମ୍ଭାଳିଛନ୍ତି , ନିହାତି ବଳିପଡ଼ିଲେ ବର୍ଷକୁ ବର୍ଷ ପଠାଣ ଗୋଆଲାଙ୍କୁ ଅଧାଅଧ୍ ଦେବାକୁ ପଡ଼େ । ସେପରି ବ୍ରାହ୍ମଣମାନଙ୍କ ଜମିଗୁଡ଼ିକ କିଣିନେଇଛନ୍ତି , ସମ୍ଭାଳି ରଖୁଛନ୍ତି । ଗୋସାଇଁମାନେ ଜମି ନ ବିକି କ'ଣ କରିବେ । ଏକ ବ୍ରାହ୍ମଣିଆ ଚାଷ, ତାହା ବାଦ୍ ଚୋରଗୁଡ଼ାକ ବାଛି ବାଛି ବ୍ରାହ୍ମଣ ଜମିର ଧାନ ଚୋରି କଲେ । ମଙ୍ଗରାଜଙ୍କୁ କିଛି ଜମି ବିକିଦେଲେ ଚୋରମାନେ ଡ଼ରରେ ପାଖ ପଶିପାରନ୍‌ତି ନାହିଁ । ଆଉ ମଙ୍ଗରାଜେ ପାଞ୍ଚ ପାଞ୍ଚ ଟଙ୍କାରେ ପାଞ୍ଚମାଣ ଜମି କିଣିଲେ ବୋଲି କେହିକେହି କହନ୍ତି । ଏକଥାଟା ସେମାନଙ୍କର ବୁଝିବାଭୁଲ । ଆଛା, ତୁମ୍ଭେ ଭରଣେ ବୁଣିଲେ ପାଞ୍ଚଭରଣ କାଟ ତ ? ମଙ୍ଗରାଜଙ୍କ ଟଙ୍କାଟା କି ବାଞ୍ଝି ? ସେଥ‌ିରେ କ'ଣ କଳନ୍ତର ନାହିଁ ? ଶାସନ ମଝିରେ ଶିକବୁ ପଣ୍ଡିତଙ୍କ ଘର । ଏହାଙ୍କ ଜେଜେ ବିକି ଖାଡ଼ଙ୍ଗା । ପୂରା ସାତପାଦ ବ୍ୟାକରଣ ମୁହେଁ ମୁହେଁ କହିଯାଉଥ‌ିବାର ପଣ୍ଡିତଙ୍କ ଠାରୁ ଶୁଣାଯାଏ । ନୈଷଧାନ୍ତ ପାଠ ତାହାଙ୍କଠାରେ ଅଟକୁ ନଥିଲା । ପଣ୍ଡିତଙ୍କ ନନା ବ୍ୟାକରଣ ଶବ୍ଦ ଓ ସନ୍ଧିଗୁଡ଼ାକ କୋଇଲି -ଗୀତ ପରି ହାକିଯାଉଥିଲେ । ସେମାନଙ୍କ ପୋଥ୍ ସବୁ ଖଟୁଲିରେ ସାଇତା ଅଛି। ପଣ୍ଡିତେ ପ୍ରତିଦି ନ ପୂଜା କରନ୍ତି । ଆପେ ପଣ୍ଡିତେ ମଧ୍ୟ ଜଣେ ଟାଣ ପଣ୍ଡିତ । ପୋଥୁରୁ ଡ଼ୋରି ନ ଫିଟାଇ ପାଞ୍ଚ ବର୍ଗ ଅଭିଯାନ କରାଯାଇପାରନ୍ତି । ପଣ୍ଡିତଙ୍କ ସାଆନ୍ତବାପାଙ୍କର ମଉଳା ପୁଅ ଭାଇଙ୍କର ଭିଣୋଇର ମାଉସୀପୁଅ ଭାଇ ନବଦୀପ ଯାଇ ନ୍ୟାୟଶାସ୍ତ୍ର ପଢ଼ି ଆସିଥିଲେ । ସାରକଥା, ଖାଡ଼ଙ୍ଗାବଂଶ ସକାଶେ ଶାସନର ବିଦ୍ୟା କେତେବେଳେ ଛାଡ଼ ନାହିଁ | ଏହାଙ୍କ ଦାଣ୍ଡ ପିଣ୍ଡାରେ ଚୌପାଢ଼ୀ, ଶାସନ ପିଲାମାନେ ଦୁଇଓଳି ପଢ଼ନ୍ତି, ଏକଚାଳିଶ କର୍ମ କର୍ମାଙ୍ଗ ଷୋଳ ପଣ ଏହିଠାରେ ପଢ଼ାହୁଏ । କେହି କେହି ପିଲା ବର୍ଗେ ଦୁଇ ବର୍ଗ ପର୍ଯ୍ୟନ୍ତ ଉଚ୍ଚଶିକ୍ଷା ମଧ୍ୟ ଲାଭକରନ୍ତି ।

ପଶ୍ଚିମ ସାହାଲା ତନ୍ତୀ ସାହିରେ ତନ୍ତୀ ଦେଢ଼ଶ ଘର, ଏହି ସାହିର ଗୋହରୀଟା ସଫାସୁତୁରା, ଖତଗାଡ଼, ଗୋବରଗଦା କିଛିନାହିଁ ଆପଣ ମନେକଲେଣି, ଏଠାରେ ପାଞ୍ଚ ଆଇନ ଜାରି ଅଛି । ମିଉନିସିପାଲିଟିର ଶଗଡ଼ ଆସି ଅଳିଆ ସବୁ ଉଠାଇ ନେଇଯାଏ । ଆପଣଙ୍କୁ ସାବଧାନ କରିଦେଉଛୁ, ଆମ୍ଭମାନଙ୍କଠାରୁ ନ ଶୁଣି କୌଣସି କଥା ସିଦ୍ଧାନ୍ତ କରିପକାଇବେ ନାହିଁ । ଅନେକ ଅନୁସନ୍ଧାନ ଅନେକ ପ୍ରମାଣ ସଂଗ୍ରହ କରି ଆମ୍ଭମାନଙ୍କୁ ଲେଖୁବାକୁ ହୁଏ । ଆପଣ ମାନଙ୍କର ଏପରି ଭ୍ରମ ଅପନୋଦନ ନିମନ୍ତେ ଏତେ ପରିଶ୍ରମ , ନୋହିଲେ ପ୍ରୟୋଜନ କ'ଣ ? ପୁଣି ଏଣୁ ତେଣୁ ଗୁଡ଼ାଏ ଲେଖୂପକାଇବା ଆମ୍ଭମାନଙ୍କ ଅଭ୍ୟାସର ବୀପରୀତ । ଆକଟ୍ଯ ପ୍ରମାଣ ନ ପାଇଲେ କିମ୍ବା ଯାହା ନ୍ୟାୟଶାସ୍ତ୍ରସଙ୍ଗତ ନୁହେଁ, ଏମନଥାଗୁଡ଼ାକ ଆମ୍ଭେମାନେ ଶୁଣୁନାହୁଁ । ଯାହା ଲେଖୁ, ସେ କଥାଗୁଡ଼ିକ ନ୍ୟାୟଶାସ୍ତ୍ର ଅନୁସାରେ ପ୍ରମାଣ କରାଇ ଦେବୁ, ଆପଣଙ୍କର ପାଟି ଫିଟାଇବା ବାଟ ନଥିବ । ଦେଖନ୍ତୁ ପ୍ରମାଣ ପ୍ରୟୋଗ ନିମନ୍ତେ ନ୍ୟାୟଶାସ୍ତ୍ର କହନ୍ତି ' 'ପର୍ବତୋବହ୍ନିମାନ୍ ଧୂମାତ୍ '' ଅର୍ଥାତ୍ ପର୍ବତରୁ ଧୂଆଁ ବାହାରୁଛି କିପାଁ ? ନା, ଭିତରେ ନିଆଁ ଅଛି | ମହାନଦୀର ପାଣି ବଢ଼ିଆସୁଛି । ଦେଖ‌ିଲେ ଜାଣିବ, ଉପରେ ଭାରି ବର୍ଷା ହୋଇଗଲାଣି । କାର୍ଯ୍ୟକାରଣର ଗୋଟିଏ ଏମନ୍ତ ନିତ୍ୟ ସମ୍ବନ୍ଧ ଅଛି । 'ନ କାର୍ଯ୍ୟ କାରଣଂ ବିନା' କାରଣ ନ ଥିଲେ କାର୍ଯ୍ୟ ହୁଏ ନାହିଁ । ଏଠାରେ ନଦୀ ବୃଦ୍ଧିର କାରଣ ହେଲା ବୃଷ୍ଟି । ସେହିପରି ଆମ୍ଭେମାନେ ଅକାଟ୍ୟ ଯୁକ୍ତି ଦେଖାଇ ପ୍ରମାଣ କରିଦେଇପାରୁ  ଗୋଚର ସହିତ ଗୋରୁର ନିତ୍ୟ ସମ୍ବନ୍ଧ ଅଛି । କାରଣ ଅଭାବ ହେଲେ କାର୍ଯ୍ୟର ଅଭାବ ହେବ, ଏ କଥା ଆପଣ ଅବଶ୍ୟ ସ୍ଵୀକାର କରିବେ ।

ଆପଣମାନଙ୍କ ମାଈ ସୁତରାଂ ତନ୍ତୀସାଇରେ ଗୋବରଗଦା ଅଭାବର କାରଣ ଗୋରୁର ଅଭାବ ଅର୍ଥାତ୍ ତନ୍ତୀ ସାଇରେ ଗୋରୁ ନାହିଁ ; ସୁତରାଂ ଗୋବର ନାହିଁ । ମନରେ ଆଉ ଗୋଟାଏ ଭାରି ଖଟ୍‌କା ଲାଗିପାରେ । ଗୋରୁଗୁଡ଼ାକ ବାଘ ଭାଲୁ ନୁହନ୍ତି ଯେ ବଣରେ ରହିବେ, ଏମାନେ ଗ୍ରାମ୍ୟ ପଶୁ, ଗ୍ରାମରେ ରହିବା ଏମାନଙ୍କର ସ୍ଵଭାବ । ଯେଉଁଠାରେ ପାଣି, ସେହିଠାରେ ମାଛ, ସେହିପରି ଗ୍ରାମରେ ଗ୍ରାମ୍ୟ ପଶୁ ଏଟା ଧରାବନ୍ଧା କଥା । ତନ୍ତୀସାଇ ଗୋଟିଏ ଗ୍ରାମ, ତେବେ ଗ୍ରାମ୍ୟ ପଶୁ ନାହାଁନ୍ତି କି ସକାଶେ ? ଆମ୍ଭେମାନେ ପରମେଶ୍ବରଙ୍କ ସୃଷ୍ଟି କୌଶଳରେ ଅନେକ ବ୍ୟଭିଚାର ଦେଖ‌ିବାକୁ ପାଉ, ହୁଏତ ତାହାଙ୍କର କାର୍ଯ୍ୟରେ ଗଫଲତି ନହୁଏ, ଢ଼ିଲା । ଦେଖନ୍ତୁ , ପଶୁ କହ, ପକ୍ଷୀ କହ, କୀଟ ବୋଲ, ପତଙ୍ଗ ବୋଲି, ସବୁ ଜାତିରେ ଅଣ୍ଡିରା ଅଛନ୍ତି । ସେଥ୍ ମଧ୍ୟରେ ତ ଗୋଟାଏ ଗୋଟାଏ ହିଞ୍ଜଳ ଦେଖାଯାଏ । ସେହିପରି ତନ୍ତୀସାହି ଗ୍ରାମ ହେଲେ ମଧ୍ୟ ଏଥିରେ ଗ୍ରାମ୍ୟ ପଶୁ କିହିଁ । ପଶୁ ଏଟା ହିଞ୍ଜଳ, ଅର୍ଥାତ୍ ଏଠାରେ ବନ୍ୟ ପଶୁ ବାଘ, ଭାଲୁ କିମ୍ବାଗ୍ରାମ୍ୟ ପଶୁ ଗାଈ ଗୋରୁ କେହି ନାହାଁନ୍ତି । ତାହାର ମଧ୍ୟ କାରଣ ଥାଇପାରେ । କାରଣ ବିନା କାର୍ଯ୍ୟ ନାହିଁ, ଏହା ନ୍ୟାୟ ଶାସ୍ତ୍ରର ସୂତ୍ର ଅଟେ । ବ୍ୟାକରଣ ରଚକମାନେ ସୂତ୍ର ଠିକ୍ କରି ନପାରିଲେ ନିପାତନସିଦ୍ଧ ବୋଲି ଗୋଟିଏ କଥା କହି କାର୍ଯ୍ୟ ସାରିଦିଅନ୍ତି । ମାତ୍ର ଏହା ଏକ ପ୍ରକାର ଠକ ପଣିଆ । ତାହା ଆମ୍ଭମାନଙ୍କ ହାତରେ ହେବ ନାହିଁ । ସେକଥା ଥାଉ । ତନ୍ତୀସାଇରେ ଗୋରୁ କ୍ୟା ନାହିଁ, ତାହାର କାରଣ ବୁଝନ୍ତୁ । ବାଇବେଲରେ ଲେଖାଅଛ ଜଣେ ସେବକ ଦୁଇଜଣ ସାଆନ୍ତଙ୍କର ସେବା କରିପାରେ ନାହିଁ ।' ଠିକେ ଠିକେ ଦୁଇ କଥା କହି କାର୍ଯ୍ୟ ସାରି ବସନ୍ତି । ଟୀକାକାର ନଥିଲେ ମୂଳଗ୍ରନ୍ଥ ବୁଝିବା ନିତାନ୍ତ କଠିନ । ମଲ୍ଲୀନାଥ , ମଥୁରାନାଥ, ଶ୍ରୀଧର ବାଖ୍ୟା କରିଦେଇ ନ ଥିଲେ  ପଡ଼ିଥାନ୍ତା , ସେହିପରି ଆମ୍ଭେମାନେ ବାଇବେଲର ବ୍ୟାଖ୍ୟା କରି ନ ଦେଲେ ବୁଝିବା ସହଜ ନୁହେଁ । ଆପଣ ନହୁଏ ଟାଣି ଟୁଣି ଏକପ୍ରକାର ପାଠ ଲଗାଇଯିବେ; ମାତ୍ର ସମସ୍ତଙ୍କ ହାତରେ ତ ସବୁ କଥା ହୁଏ ନାହିଁ । ବାଇବେଲ ସୂତ୍ରର ଅର୍ଥ ଏହି କି, ଜଣେ ମନୁଷ୍ୟ ଏକ ସମୟରେ ଦୁଇ କାର୍ଯ୍ୟ କରିପ ଅର୍ଥାତ୍ ଲୁଗାବୁଣାରେ ତନ୍ତୀ ମାନଙ୍କର ଦିନ ଯାଏ, ଚାଷ କରିବରକୁ ବେଳ କାହିଁ ? ଚାଷ ଯଦି ନ କଲେ ବଳଦ ଦରକାର କ'ଣ ? ବଳଦ ନ ଥିଲେ ଗୋବର କାହୁଁ ଆସିବ ? ଗୋବର ଅଭାବରୁ ଖତଗଦା ନଥ‌ିବାରୁ ଦାଣ୍ଡ ସଫା । ଆଜିକାଲି ଊଣାଇଶ ଶହ ସମ୍ବତ୍ସରେ ବିଜ୍ଞାନଶାସ୍ତ୍ରର ଖୁବ୍ ମର୍ଯ୍ୟାଦା ; କାରଣ ଏହି ଶାସ୍ତ୍ର ସବୁ ଉନ୍ନତିର ମୂଳ ଅଟେ । ଦେଖନ୍ତୁ , ଇଂରେଜମାନେ କେଡ଼େ ଗୋରା ଆଉ ଓଡ଼ିଆ ମାନଙ୍କ ଦେହ କାଳିଆ । ସେଥୁର କାରଣ, ସେମାନେ ବିଜ୍ଞାନ ଶାସ୍ତ୍ର ପଢ଼ି ଅଛନ୍ତି ; ଓଡ଼ିଆ ମାନେ ଜାଣନ୍ତି ନାହିଁ । ଆମ୍ଭେମାନେ ହାଲ ବିଜ୍ଞାନର ଚର୍ଚ୍ଚା ଆରମ୍ଭ କରିଅଛୁ । ବର୍ତ୍ତମାନ ପ୍ରସଙ୍ଗଟା ଆମ୍ଭେମା ନେ ସେହି ଶାସ୍ତ୍ର ଅନୁସାରେ ପ୍ରମାଣ କରିଦେଇପାରୁ । ଆପଣ ପାଠରେ ମନ ଦେଉନ୍ତୁ, ବିଜ୍ଞାନଶାସ୍ତ୍ର ଯେ କେଡ଼େ ଠିକ୍, ତାହା ବୁଝିପାରିବେ । ଉକ୍ତ ଶାସ୍ତ୍ରର ସୂତ୍ର ଏକ-ଏକ ସ୍ଥାନରେ ଦୁଇ ଗୋଟି ବସ୍ତୁ ରହି ନପାରେ । ଆପଣଙ୍କ ଦୁଧ ପିଆ ଗିନାରେ ପାଣି ରହେ ତ ? ଏ କଥା ବୋଲିବେ, ସେଥ‌ିପାଇଁ ଉକ୍ତ ସୂତ୍ର ବ୍ୟାଖ୍ୟା ଆବଶ୍ୟକ, ଅର୍ଥାତ୍ ଗୋଟିଏ ସ୍ଥାନରେ ଏକ ସମୟରେ ଦୁଇଗୋଟି ପଦାର୍ଥ ରହି ନପାରେ । ଗିନାରେ ଦୁଧ ଥିଲେ ଆଉ ପାଣି ରହି ପାରିବ ନାହିଁ । ଲୁଗାବୁଣା ସକାଶେ ବାହାର ଭିତର ଦୁଇ ଜାଗା ଦରକାର । ଘର ଭିତରେ ଲୁଗା ବୁଣାଯାଏ; ଲୁଣ୍ଠି କାଟିବା, ତାଗୀ କରିବା ଇତ୍ୟାଦି କର୍ମ ବାହାରେ ହୁଏ । ସୁତରାଂ ତାସଣ ଜାଗାରେ ଗୋବରଗଦା ରହିବା ନିତାନ୍ତ ଅସମ୍ଭବ । ଆଉ ସ୍ତ୍ରୀ ପୁରୁଷ ମିଳିତ ନହେଲେ ଲୁଗା ପ୍ରସ୍ତୁତ ହୋଇପାରେ ନାହିଁ । ସୂତାରେ ତୋରାଣି ଦେବା, ନେଟଇ ବା ଚରଖରେ ଚଢ଼ାଇବା, ନଳି ବଳିବା ଏସବୁ ତନ୍ତୀଆଣୀମାନଙ୍କର କାର୍ଯ୍ୟ ଗାଈ ବଳଦ ଦାଣ୍ଡରୁ ଖୋଜିଆଣି ବାନ୍ଧିବାକୁ ସେମାନଙ୍କର ବେଳ କାହିଁ -ଇତ୍ୟାଦି ଆହୁରି ମଧ୍ୟ କାରଣ ଅଛି; ମାତ୍ର କଥା ବଢ଼େଇ ଲେଖୁବା ଦେହରେ ଚଳେନାହିଁ, ସେଥ୍ପାଇଁ ଠିକେ ଠିକେ ସବୁକଥା ଲେଖ୍ ଆମ୍ଭମାନଙ୍କର ପ୍ରକାଉଁ ।

ଫକୀର ମୋହନ ସେନାପତି by ଦ୍ୱାରା ଅଧିକ ପୁସ୍ତକ

26
ପ୍ରବନ୍ଧଗୁଡିକ
ଛମାଣ ଆଠ ଗୁଣ୍ଠ
0.0
ଫତେପୁର ଗୋବିନ୍ଦପୁର ଜମିଦାର ରାମଚନ୍ଦ୍ର ମଙ୍ଗରାଜ ଜଣେ ଅତି କୃପଣ ବ୍ୟକ୍ତି। କଳେ ବଳେ କୌଶଳେ ଅନ୍ୟର ସମ୍ପତି ହସ୍ତଗତ କରିବା ପାଇଁ ସେ ଜଣାଶୁଣା। ଗାଆଁର ତନ୍ତୀ ଦମ୍ପତି ଭଗିଆ ଓ ସାରିଆ ନିଜର ପୈତୃକ ସମ୍ପତି ଛ’ ମାଣ ଆଠ ଗୁଣ୍ଠ ଭୋଗ କରନ୍ତି, ଯାହାକୁ ରାମଚନ୍ଦ୍ର ଅକ୍ତିଆର କରିବାକୁ ଚାହାନ୍ତି। ଏଥିପାଇଁ ସେ ଚାକରାଣୀ ଚମ୍ପା, ଗୋବରା ଜେନା ଆଦିଙ୍କ ସହାଯ୍ୟ ନିଅନ୍ତି। ଏପଟେ ଭଗିଆ ଓ ସାରିଆ ନିଃସନ୍ତାନ ହୋଇଥିବାରୁ ଚମ୍ପା ସାରିଆକୁ ଗ୍ରାମଦେବତୀ ବୁଢ଼ୀ ମଙ୍ଗଳାଙ୍କ ମନ୍ଦିର ନିର୍ମାଣ କରିବାକୁ ପ୍ରବର୍ତ୍ତାଉଛି। ଠାକୁରାଣୀ ସନ୍ତୁଷ୍ଟ ହେଲେ ସେମାନଙ୍କୁ ସନ୍ତାନ ଦାନ କରି ପାରନ୍ତି। କିନ୍ତୁ ଏଥିପାଇଁ ପ୍ରଚୁର ଅର୍ଥ ଲୋଡ଼ା। ଚମ୍ପା ସାରିଆକୁ ଛ’ ମାଣ ଆଠ ଗୁଣ୍ଠ ଜମିଦାରଙ୍କ ପାଖରେ ବନ୍ଧା ରଖିବା ପାଇଁ କହୁଛି। ପରେ କିଛି ଆଳ ଦେଖାଇ ଜମିଦାର ସାରିଆର ଗାଈ ନେତୀକୁ ଜବତ କରୁଛନ୍ତି। ଘଟଣାକ୍ରମରେ ସାରିଆର ସନ୍ଦେହଜନକ ମୃତ୍ୟୁ ଜମିଦାରଙ୍କ ବାଡ଼ିରେ ହୁଏ। ଗ୍ରାମବାସୀଙ୍କ ବୟାନ ଅନୁସାରେ ମୁଖ୍ୟ ଅଭିଯୁକ୍ତ ଜମିଦାର ରାମଚନ୍ଦ୍ର ମଙ୍ଗରାଜକୁ ପୁଲିସ ଗିରଫ କରୁଛି। ଏ ଦୁଃଖରେ ସାଆନ୍ତାଣୀଙ୍କର ଅନାହାର ତଥା ସନ୍ନିପାତରେ ମୃତ୍ୟୁ ହେଉଛି। ଜମିଦାରଙ୍କ ଗିରଫ, ସାଆନ୍ତାଣୀଙ୍କ ମୃତ୍ୟୁ ଓ ପିଲାମାନଙ୍କ ଅଯୋଗ୍ୟତା ଦେଖି ଚମ୍ପା ଗୋବିନ୍ଦ ଚାକର ସହ ମିଶି ଜମିଦାରଙ୍କ ମୂଲ୍ୟବାନ ସମ୍ପତି କିଛି ଚୋରି କରି ଖସିଯିବାରେ ସକ୍ଷମ ହେଉଛି। କିନ୍ତୁ କଟକ ଯିବା ରାସ୍ତାରେ ଗୋବିନ୍ଦ ସହିତ ମତାନ୍ତର ହେବାରୁ ଗୋବିନ୍ଦ ଚମ୍ପାକୁ ହତ୍ୟା କରୁଛି। ପରେ ଗୋବିନ୍ଦ ପୁଲିସ ପାଖର ନିଜର ଅପରାଧ ସ୍ୱୀକାର କରୁଛି। ଜମିଦାର ଦଣ୍ଡରୁ ମୁକୁଳିବା ପାଇଁ ଯଥାସମ୍ଭବ ଚେଷ୍ଟା କରୁଛନ୍ତି, ଏଥିପାଇଁ ପ୍ରବଳ ଅର୍ଥ ଓକିଲ ହସ୍ତଗତ କରୁଛି। କିନ୍ତୁ ଦୁଃଖଦ ଭାବେ ଜମିଦାରଙ୍କୁ ସଜା ହେଉଛି। ସଜା ଶେଷ ହେବା ପରେ ଜମିଦାର ନିଜ ଘରେ ପହଞ୍ଚି ଅସ୍ୱାସ୍ଥ୍ୟ ତଥା ମତିଭ୍ରମରେ ସାରିଆର ଦୂର୍ଗା ରୂପ ଦେଖି ଶେଷ ନିଶ୍ୱାସ ତ୍ୟାଗ କରୁଛନ୍ତି।
1

ପ୍ରଥମ ପରିଚ୍ଛେଦ : ରାମଚନ୍ଦ୍ର ମଙ୍ଗରାଜ

22 September 2023
0
0
0

ପ୍ରଥମ ପରିଚ୍ଛେଦ   ରାମଚନ୍ଦ୍ର ମଙ୍ଗରାଜ :  ମହାଜନ-ନଗଦ ରାମଚନ୍ଦ୍ର ମଙ୍ଗରାଜ ଜଣେ ମଫସଲର ଜମିଦାର, ମଧ୍ଯ ଟଙ୍କା କାରବାର ଠାରୁ ଧାନର ମହାଜନୀ ବେଶି । ଶୁଣାଯାଏ, ଆଡ଼େ ଦୀର୍ଘ ଚାରି କୋଶ ମଧ୍ଯରେ ଆଉ କାହାରି କାରବାର ଚଳେନାହିଁ । ବଡ଼ ଧାର୍

2

ଦ୍ଵିତୀୟ ପରିଚ୍ଛେଦ : ସ୍ଵନାମ ପୁରୁଷ ଧନ୍ୟ

22 September 2023
0
0
0

ଦ୍ଵିତୀୟ ପରିଚ୍ଛେଦ  ସ୍ଵନାମ ପୁରୁଷ ଧନ୍ୟ :   ମଙ୍ଗରାଜେ ଗରିବ ପୁଅ ଥିଲେ। ଶୁଣାଅଛି, ସାତବର୍ଷ ବୟସରେ ସେ ଛେଉଣ୍ଡ ହୋଇ ବୁଲୁଥିଲେ। ପଇସା ଅଭାବକୁ ବାପର ଶୁଦ୍ଧ ହୋଇନାହିଁ । ଚାଳକୁ ନଡା ନ ଉଠିବାରୁ କାନ୍ଥ ପଡିଯାଇଥିଲା। ଏହାଙ୍କ ବାଲ୍ୟଜୀବ

3

ତୃତୀୟ ପରିଚ୍ଛେଦ

22 September 2023
0
0
0

ତୃତୀୟ ପରିଚ୍ଛେଦ ବାଣିଜ୍ୟ ବସତେ ଲକ୍ଷ୍ମୀସ୍ତଦ ଅସ୍ୟାର୍ଥୀ 'ବାଣିଜ୍ୟ ଲକ୍ଷ୍ମୀଙ୍କ କୃଷିକର୍ମଣି ବାସ, ତହୁଁ ଅଧେ କଲେ ଚାଷ । ' ଆମ୍ଭେମାନେ ଅନୁମାନ କରୁଁ, ଜଣେ ମରହଟ୍ଟା କବି ଏହି କବିତା କହିଅଛନ୍ତି । ଆଜିକାଲିର କବି ହୋଇ ଥିଲେ , ଏହିପ

4

ଚତୁର୍ଥ ପରିଛେଦ

22 September 2023
0
0
0

ଚତୁର୍ଥ ପରିଛେଦ:  ଅହଂ ନିଜଃ ପରୋବେଭି ଗଣନା ଲଘୁଚେତସାମ । ମଙ୍ଗରାଜେ ନିଜ ପର ଚାଷ ବୁଝନ୍ତି ନାହିଁ । ଶାସ୍ତ୍ରରେ ପାଠ ଡାକୁଛି ଲଘୁଚେତାମାନେ ଆପଣା ଚାଷ ପ୍ରତି ଯେପରି ନଜର, ପର ଚାଷ ପ୍ରତି ମଧ୍ୟ ସେପରି ଦୃଷ୍ଟି । ଆମ୍ଭେମାନେ ଦିନକର କଥା କ

5

ପଞ୍ଚମ ପରିଚ୍ଛେଦ : ମଙ୍ଗରାଜଙ୍କ ଆପଣ ତ ଆମ୍ଭମାନଙ୍କ କୁଟୁମ୍ବ

22 September 2023
0
0
0

ପଞ୍ଚମ ପରିଚ୍ଛେଦ :   ମଙ୍ଗରାଜଙ୍କ ଆପଣ ତ ଆମ୍ଭମାନଙ୍କ କୁଟୁମ୍ବ  ରାମଚନ୍ଦ୍ର ମଙ୍ଗରାଜେ ଜଣେ ବହୁପୋଷୀ ଲୋକ । ଘରେ ଖାଇବାକୁ କୁଟୁମ୍ବ ଢେର । ନିଜେ ସାଆନ୍ତ ସାଆନ୍ତାଣୀଙ୍କୁ ଛାଡି ତିନି ପୁଅ ହିସାବରେ ତିନି ବୋହୂ, ପୋଇଲୀ ପରିବାରୀ କୋଡିଏ

6

ଷଷ୍ଠ ପରିଚ୍ଛେଦ : ଚମ୍ପା

23 September 2023
0
0
0

ଷଷ୍ଠ ପରିଚ୍ଛେଦ ଚମ୍ପା :  ଉଆସ ମଧ୍ୟରେ କେତେ ଲୋକ ଅଛନ୍ତି, ସେଥୁମଧ୍ୟରୁ ଚମ୍ପା ଓରଫେ ଚମ୍ପା ସାଆନ୍ତାଣୀ ଓରଫେ ହରକଳା ସହିତ ମଙ୍ଗରାଜ -ବଂଶର କି ସମ୍ପର୍କ ଏ କଥା କାହାରିକି ଜଣା ନାହିଁ । ତାହାର ଜାତି, କୁଳ, ପିତୃ ବଂଶ ସମ୍ବନ୍ଧରେ ମଧ୍ୟ

7

ସପ୍ତମ ପରିଚ୍ଛେଦ :ବୁଢ଼ୀ ମଙ୍ଗଳା

23 September 2023
0
0
0

ସପ୍ତମ ପରିଚ୍ଛେଦ ବୁଢ଼ୀ ମଙ୍ଗଳା : ' ଯା ଦେବୀ ବୃକ୍ଷମୂଳେସୁ ଶିଳାରୂପେଣ ସଂସ୍ଥିତା ।    ନମସ୍ତସୈ ନମସ୍ତସ୍ୟ ନମସ୍ତସ୍ୟନମୋନମଃ ।   ମୁଭିକାଶ୍ମଗଜାରୂଢା ବନ୍ଧ୍ୟାୟଃ ପୁତ୍ରଦାୟିନୀ,  ବାଡିସଂହାରିଣୀ ଦେବି ନାରାୟଣି ନମୋଽସ୍ତୁତେ ।" ଅ

8

ଅଷ୍ଟମ ପରିଚ୍ଛେଦ : ଜମିଦାର ସେଖ୍ ଦିଲବାର୍ ମିଆଁ

23 September 2023
0
0
0

ଅଷ୍ଟମ ପରିଚ୍ଛେଦ ଜମିଦାର ସେଖ୍ ଦିଲବାର୍ ମିଆଁ:   ସମସ୍ତେ ସେଖ କେରାମତ୍ ଅଲିଙ୍କ ଘର ପ୍ରଥମେ ଆରା ଜିଲ୍ଲାରେ ଥ‌ିବା, ବର୍ତ୍ତମାନ ଜିଲ୍ଲା ମେଦୀନିପୁର । ସେଖ କେରାମତ୍ ଅଲିଙ୍କୁ ଆଲିମିଆଁ ବୋଲି ଡାକନ୍ତି , ଆମ୍ଭେମାନେ ସେହି ନାମ ଲେଖୁବୁ ।

9

ନବମ ପରିଚ୍ଛେଦ : ଗାଁ ହାଲଚାଲ

23 September 2023
0
0
0

ନବମ ପରିଚ୍ଛେଦ ଗାଁ ହାଲଚାଲ :  ତାଲୁକେ ଫତେପୁର ସରଷଣ୍ଢ ଗୋଟାଏ ଭାରି ବଡ ତାଲୁକା । ସଦରଜମା ପାଞ୍ଚ ହଜାର ଦୁଇଶହ ଆଠ ଟଙ୍କା ଛ ଅଣା; ମଫସଲ ଅସୁଲ ଅଢେଇ ପଟ । ଫାଉ ଫଉରାତ୍‌ ଛାଡିଦିଅ । ଏଥ‌ିରେ ପାଞ୍ଚଗୋଟି ମୌଜା --- ମୌଚା ରାମନଗ, ବାଲିଆ ହ

10

ପରିଚ୍ଛେଦ - ୧୦ : ଭଗିଆ ଆଉ ସାରିଆ

23 September 2023
0
0
0

ପରିଚ୍ଛେଦ - ୧୦  ଭଗିଆ ଆଉ ସାରିଆ ତନ୍ତୀସାଇ ଭଗିଆ ଆଉ ସାରିଆ ମୁଣ୍ଡରେ ଭାଗବତ ଘର ଆଉ ଦଧିବାମନ ମନ୍ଦିର ତନ୍ତୀମାନଙ୍କ ଜାତିଆଣ ଟଙ୍କାରେ ମନ୍ଦିରଟି ତୟାର ହୋଇଅଛି । ଜାତିଆଣ ଟଙ୍କା କ'ଣ ଜାଣନ୍ତି ? ଅବଶ୍ୟ ଏ କଥାଟା ଆପଣଙ୍କୁ ବୁଝାଇଦେବା ଦର

11

ଏକାଦଶ ପରିଛେଦ : ଗୋବରା ଜେନା

23 September 2023
0
0
0

ଏକାଦଶ ପରିଛେଦ ଗୋବରା ଜେନା :  ତନ୍ତୀସାହିକୁ ଚାରିଶ ପାଞ୍ଚାଶ କଦମ ଦୂର ବିଲ ମଝିରେ ଡ଼ମସାଇ । ଏଟା ଅଲଗା ମୌଜା ନୁହେଁ, ଗୋବିନ୍ଦ ସାମିଲ । ସେଠାରେ ଦଶଘର ଡ଼ମ ଆଉ ଗୋବରା ଜେନା ଚୌକିଦାର ଘର । ଗୋବରା ଜେନା ନିଜ ମୌଜାରେ ଚୌକିଦାର ; ତା'ର ଦ

12

ଦ୍ଵାଦଶ : ଅସୁର ଦୀଘି

24 September 2023
0
0
0

ଦ୍ଵାଦଶ ପରିଚ୍ଛେଦ ଅସୁର ଦୀଘି: ଆମ୍ଭେମାନେ ଏଡ଼େବଡ଼ ଜଳକୀର୍ତ୍ତି ସମ୍ବନ୍ଧରେ ଗୋବିନ୍ଦପୁର ମୌଜାର ଗୋଟିଏ ମାତ୍ର ପୋଖରୀ; ଗ୍ରାମର ସମସ୍ତଲୋକ ଏଥିରେ ଜଳ କାରବାର କରନ୍ତି । ପୁଷ୍କରିଣୀଟା ଖୁବ୍ ବଡ଼, ଆଡ଼ ଦୀର୍ଘ ନଳି ଦେଲେ ଦଶବାର ବାଟିରୁ ଊ

13

ତ୍ରୟୋଦଶ ପରିଚ୍ଛେଦ : ହିତୋପଦେଶ

24 September 2023
0
0
0

ତ୍ରୟୋଦଶ ପରିଚ୍ଛେଦ ହିତୋପଦେଶ  ପାଖଲୋକ ମଧ୍ଯ ସମସ୍ତଙ୍କ ତୁମ୍ଭେ ପାଟିକରି କଥା କହ, ସେଥ‌ିରେ କେହି ମନ ଦେବେନାହିଁ, ନିହାତି ନ ଶୁଣିଲା ପରି ରହିବେ; କିନ୍ତୁ ଦୁଇଜଣ ଫୁସ୍ ଫୁସ୍ ହେଉନ୍ତୁ ଲୋକଙ୍କ ମନ ଦେଖ ସେହିଠାରେ, କଥାଟା ଶୁଣିବାପାଇଁ ମ

14

ଚତୁର୍ଦ୍ଦଶ ପରିଚ୍ଛେଦ :

24 September 2023
0
0
0

ଚତୁର୍ଦ୍ଦଶ ପରିଚ୍ଛେଦ :  ଏମାନଙ୍କ ହୁକେ-ହୁକେ-ହୋ । ହୁକେ-ହୁକେ-ହୋ । ହୁକେ-ହୋ, ବିଲୁଆ ଡାକିଲେ ଠିକ୍ ଅଧରାତି । ମଫସଲର ଗାଁରେ ଘଡି ଘଣ୍ଟା ନାହିଁ, ବିଲୁଆ ଡାକ ଶୁଣି ରାତି ଠିକ୍ କଲୁ । ଏହି ପ୍ରାଣୀଗୁଡିକ ଗ୍ରାମର ଭାରି ଉପକାରୀ । କ୍ଷୁଦ୍

15

ପଞ୍ଚଦଶ ପରିଚ୍ଛେଦ : ବାଘସିଂହ ବଂଶ

24 September 2023
0
0
0

ପଞ୍ଚଦଶ ପରିଚ୍ଛେଦ ବାଘସିଂହ ବଂଶ : ସମସ୍ତ ବହୁ କାଳପର୍ଯ୍ୟନ୍ତ ପ୍ରସିଦ୍ଧ ଆଇନ ଆକବରୀ ଲେଖକ ଆବୁଲ୍ ଫାଜଲ ବୋଲନ୍ତି ''ଓଡିଶାରେ ପ୍ରକୃତ ଭୂମ୍ୟଧିକାରୀ ଖଣ୍ଡାଏତମାନେ ଥିଲେ । ' ପ୍ରକୃତରେ ଗଜପତି ଦରବାରରେ ଖଣ୍ଡାମୁଠିଠାରୁ ଲେଖନ ମୁନପର୍ଯ୍ୟନ

16

ଷୋଡଶ ପରିଚ୍ଛେଦ : ଟାଙ୍ଗୀ ମାଉସୀ

24 September 2023
0
0
0

ଷୋଡଶ ପରିଚ୍ଛେଦ ଟାଙ୍ଗୀ ମାଉସୀ : ଆଜି ସ୍ନାନ ପୂର୍ଣ୍ଣିମା ଜ୍ୟେଷ୍ଠମାସିଆ ଦିନ, ଭାରୀ ଖରା, ମହାପ୍ରଭୁ ଅଣସରକୁ ଯାଇଛନ୍ତି, ଭାରୀ ଗୁଳୁଗୁଳି । ଆଜକୁ ଅଢ଼େଇ ମାସ ହେଲା ଟୋପାଏ ପାଣି ଦେଖୁବାକୁ, ନାହିଁ । ପବନ ଗୁମସୁମ କରି ରହିଅଛି, ଖୁଣ୍ଟା

17

ସପ୍ତଦଶ ପରିଚ୍ଛେଦ : କିପରିଘର ପୋଡ଼ିଲା

24 September 2023
0
0
0

ସପ୍ତଦଶ ପରିଚ୍ଛେଦ କିପରିଘର ପୋଡ଼ିଲା :  ଆଜି ଅନନ୍ତପୁର ଗ୍ରାମରେ ଗ୍ରାମରେ ହାହାକାର ପଡ଼ିଛି । ଗଲା ଅଧରାତିରୁ ବାଘସିଂହ ଘରେ ନିଆଁ ଲାଗି ସମସ୍ତ ଘର, ଧାନ ଅମାର ପୋଡ଼ି ଛାରଖାର ହୋଇଗଲାଣି । ନିଆଁ ପାଉଁଶ ବୋଳି ହୋଇ କାଳିଆ କାଳିଆ କାନ୍ଥଗୁ

18

ଅଷ୍ଟାଦଶ ପରିଚ୍ଛେଦ : ସାଆନ୍ତାଣି

24 September 2023
0
0
0

ଅଷ୍ଟାଦଶ ପରିଚ୍ଛେଦ ସାଆନ୍ତାଣି : ସର୍ବେ ଚଳିବେ କାଳବଳେ, କଥା ରହିବ ମହୀକତଳେ ।'' ଶ୍ରାବଣ ମାସ ରାଧାଷ୍ଟମୀ ଦିନ, ଖୁବ୍ ଭୋର, ଅଳ୍ପ ଅଳ୍ପ ଅନ୍ଧାର ଅଛି, ଲୋକମାନେ ବିଛଣା ଛାଡି ନାହାନ୍ତି । ଅବଶ୍ୟ ଅନେକ ଲୋକଙ୍କ ନିଦ ଭାଙ୍ଗିଲାଣି ; ମାତ୍

19

ଊନବିଂଶ ପରିଚ୍ଛେଦ : ପୁଲିସ ତଦାରଖ

25 September 2023
0
0
0

ଊନବିଂଶ ପରିଚ୍ଛେଦ ପୁଲିସ ତଦାରଖ : ପ୍ରତିଦିନ ଗୋବିନ୍ଦପୁରରେ ଯେପରି ରାତି ପାହେ, ଆଜି ମଧ୍ୟ ଠିକ୍ ସେହିପରି ପାହିଅଛି; କିନ୍ତୁ ସୂର୍ଯ୍ୟ ସଙ୍ଗେ ଦେଖା ନାହିଁ । ମେଘଟା ଝରଝର ଫରଫର କରୁଥିଲା 'ସକାଳ ମେଘ ମେଘ ନୁହେଁ, ସକାଳ କୁଣିଆଁ କୁଣିଆଁ

20

ବିଂଶ ପରିଚ୍ଛେଦ : ଓକିଲ ରାମ ରାମ ଲାଲ

25 September 2023
0
0
0

ବିଂଶ ପରିଚ୍ଛେଦ 1 ଓକିଲ ରାମ ରାମ ଲାଲ :  କାଠ ରେଲିଂ ବେଢ଼ା ନାଜରଖାନା ଗାରଦଘରର ଗୋଟିଏ କୋଣରେ ବାଡକୁ ଆଖ୍ ବୁଜି ଗୋଟିଏ ଆସାମୀ ବସିଅଛି । ଚାରିଜଣ ବରକନ୍ଦାଜ ପହରା । ଆହା ! ଲୋକଟାକୁ ପଦେ କଥା କହିବାକୁ କେହି ନାହିଁ । ସମସ୍ତେ ସୁଖର ସାଥ

21

ଏକବିଂଶ ପରିଚ୍ଛେଦ : କଟକ ସେସନ୍ ଜଜକୋର୍ଟ

25 September 2023
0
0
0

ଏକବିଂଶ ପରିଚ୍ଛେଦ କଟକ ସେସନ୍ ଜଜକୋର୍ଟ ;  ଆଜି ଜଜ୍ କୋର୍ଟରେ ଭାରି ଭିଡ । କଚେରିଆ, ବଜାରୀ ହଟାରୀ ପର୍ଯ୍ୟନ୍ତ ଦେଖିବାକୁ ଧାଇଁଅଛନ୍ତି । କୌଣସି ସ୍ଥାନରେ ବାଦୀପାଲା ହେଲେ ଦେଖଣାହାରୀମାନେ ଯେପରି ଗାଆଣିଆମାନଙ୍କ ବେଶ ବାନ୍ଧିବା ଆଗରୁ ଜମି

22

ଦ୍ୱାବିଂଶ ପରିଚ୍ଛେଦ : ଗୋପୀସାହୁର ଦୋକାନଘର

25 September 2023
0
0
0

ଦ୍ୱାବିଂଶ ପରିଚ୍ଛେଦ ଗୋପୀସାହୁର ଦୋକାନଘର : ବିରୂପା ନଦୀକୂଳ-ଗୋପାଳପୁର ଘାଟ, ଏହିଟି କଟକ ଯିବାର ଦାଣ୍ଡ ; ଲୋକମାନେ ଏହିଠାରେ ପାରି ହୁଅନ୍ତି । ଆଗେ ଗୋପାଳପୁର ଗ୍ରାମ ଏହିଠାରେ ଥିଲା, ଗଲା ଆଠଅଙ୍କ ଭୋଦୁଅ ଅଷ୍ଟମୀ ବଡ଼ ବଢିରେ ଭାସିଯାଇଅଛି

23

ତ୍ରୟୋବିଂଶ ପରିଚ୍ଛେଦ : କର୍ମଫଳ

25 September 2023
0
0
0

ତ୍ରୟୋବିଂଶ ପରିଚ୍ଛେଦ କର୍ମଫଳ : ଗୋପାଳପୁର ପାଖରେ ବିରୂପା ନଦୀଟା ଭାରି ଚୌଡ଼ା, ଅଧେକୋଶରୁ ଊଣା ନୁହେଁ ମାତ୍ର ଧାରଟା ତେତେ ଚୌଡ଼ା ନୁହେଁ, ଗଣ୍ଡଗୋଳିଆ ଜାଗାକମ୍ ଚୌଡ଼ା ହୁଏ । ନଦୀର ଦକ୍ଷିଣ ତରଫଟାରେ ଧାର, ଗୋପାଳପୁର ଘାଟଠାରେ ତୁଚ୍ଛା ବା

24

ଚତୁର୍ବିଂଶ ପରିଚ୍ଛେଦ : ଖୁଣି ତଦାରଖ୍

25 September 2023
0
0
0

ଚତୁର୍ବିଂଶ ପରିଚ୍ଛେଦ ଖୁଣି ତଦାରଖ୍ :  ବେଳ ଅନୁମାନରେ ପହରେ କି ଛ ଘଡ଼ି , ଆଜି ବର୍ଷା ନାହିଁ, ଗୋପୀ ସାହୁ ଦୋକାନୀ ଚିରା ଗଣ୍ଡୁଳି କଳାକନା ପରି ଗାମୁଛା ଖଣ୍ଡିଏ ମୁଣ୍ଡରେ ପକାଇ ଦୋକାନ ଟୋକେଇ କାନ୍ଧରେ କାଞ୍ଚିଟା ହାତରେ ଧରି ଦୋକାନକୁ ଆସ

25

ପଞ୍ଚବିଂଶ ପରିଚ୍ଛେଦ : ମଙ୍ଗରାଜ ଘରର ହାଲଚାଲ

25 September 2023
0
0
0

ପଞ୍ଚବିଂଶ ପରିଚ୍ଛେଦ ମଙ୍ଗରାଜ ଘରର ହାଲଚାଲ : ଛଅମାଣ ଆଠଗୁଣ୍ଠ କ'ର ? କଥ୍‌ତ ଅଛି, ପୃଥ‌ିବୀର ବିଖ୍ୟାତ ମଣି କୋହିନୁର ଯାହାଠାରେ ରହେ, ତାହାର ବଂଶ ନାଶ କରିଦିଏ ଆଲ୍ଲାଉଦ୍ଦୀନ୍ଠାରୁ ରଣଜିତ୍ ସିଂହ ପର୍ଯ୍ୟନ୍ତ ତାହାର ଜାଜ୍ଯଲ୍ୟମାନ ପ୍ରମାଣ

26

ଷଡ଼ବିଂଶ ପରିଚ୍ଛେଦ : ବାବାଜୀ ଲଳିତା ଦାସ

25 September 2023
0
0
0

ଷଡ଼ବିଂଶ ପରିଚ୍ଛେଦ ବାବାଜୀ ଲଳିତା ଦାସ :  ମଙ୍ଗରାଜେ କଟକ ଯିବା ସାତ ଦିନଠାରୁ ପୁରୀ କ୍ଷେତ୍ରରୁ ଗୋଟିଏ ବାବାଜୀ ଆସି ଗୋବିନ୍ଦପୁରର ଭାଗବତ ଘରେ ମଠ କରିଅଛନ୍ତି । ବାବାଜୀଙ୍କ ନାମ ଲଳିତା ଦାସ, ବୟସ ଅଧୋଡା, ବର୍ଣ୍ଣ ଶ୍ୟାମଳ, ଦେହଟି ଥାକୁଲ

---

ବହି ପଢ଼ନ୍ତୁ