shabd-logo

ପଞ୍ଚମ ପରିଚ୍ଛେଦ : ମଙ୍ଗରାଜଙ୍କ ଆପଣ ତ ଆମ୍ଭମାନଙ୍କ କୁଟୁମ୍ବ

22 September 2023

5 ଦର୍ଶନ 5

ପଞ୍ଚମ ପରିଚ୍ଛେଦ : 

 ମଙ୍ଗରାଜଙ୍କ ଆପଣ ତ ଆମ୍ଭମାନଙ୍କ କୁଟୁମ୍ବ 

ରାମଚନ୍ଦ୍ର ମଙ୍ଗରାଜେ ଜଣେ ବହୁପୋଷୀ ଲୋକ । ଘରେ ଖାଇବାକୁ କୁଟୁମ୍ବ ଢେର । ନିଜେ ସାଆନ୍ତ ସାଆନ୍ତାଣୀଙ୍କୁ ଛାଡି ତିନି ପୁଅ ହିସାବରେ ତିନି ବୋହୂ, ପୋଇଲୀ ପରିବାରୀ କୋଡିଏ କି ବାଇଶ , ଏହିପରି ତିରିଶ ଲଗାଲଗି । ପ୍ରତି ଜଣର କଥା ଲେଖିବାକୁ ଗଲେ ଢେର ଲେଖିବା ହେବ । ମାତ୍ର ସ୍ବଭାବ ଜାଣନ୍ତି , ମିଛକଥା ଲେଖିବା, କଥା ବଢେଇ ଲେଖିବା, ଅକାରଣ କଥା ଲେଖୁବା ଆମ୍ଭମାନଙ୍କ ଧାତୁରେ ଚଳେ ନାହିଁ । ମଧ୍ୟ ''ମା ଲିଖିତ୍ ସତ୍ୟପ୍ରିୟଂ '' ଅର୍ଥାତ ସତ୍ୟ କଥାରୁ ମଧ୍ୟ ଅଧାଅଧ୍ ଛାଡିଦେବାକୁ ହୁଏ । ଉଆସ ମଧ୍ଯରେ ସ୍ତ୍ରୀ ସଂଖ୍ୟା ବେଶି, ରାମା ଭଣ୍ଡାରିକୁ ଛାଡି ପୁରୁଷ ତୁଣ୍ଡ ପ୍ରାୟ ଶୁଭେ ନାହିଁ | ସାଆନ୍ତେ ତ ଧନ୍ଦାରେ ଲାଗିଥାନ୍ତି । ତିନି ପୁଅ ଯୁଆଣ । ଚଉପଟ ଖେଳିବା, ଗୋବରା ଚଢେଇଧରିବା ଲୋକଙ୍କ ସହିତ ଦଙ୍ଗା ଫିସାଦ କରିବାରେ ସେମାନଙ୍କୁବେଳ ଅଣ୍ଟେ ନାହିଁ । ଗଞ୍ଜେଇ ପତ୍ର ଖାଇବାକୁ ମଧ୍ୟ କିଛି ବେଳ ଲୋଡା । ଗୋବିନ୍ଦପୁର ହାଟର ଗଞ୍ଜେଇଦୋକାନୀ ଜଣେ ଗହକି ଉପରେ ଖପା ହୋଇ କହିଲା, ''ଆରେ ଯା ମ । ମାଲ୍ ନ ନେ । , ଏକା ସାଆନ୍ତଘରବାବୁମାନଙ୍କ ପାଇଁ ମାଲ ନିଅଣ୍ଟ ବାପ ପୁଅଙ୍କର ପ୍ରାୟ ଭେଟ ହୁଏ ନାହିଁ । ଜଣେ ମୁରବି ଭଳିଆ ଲୋକ କହିଥିଲା, ''ଆହେ ମଙ୍ଗରାଜେ ପୁଅମାନଙ୍କୁ କ୍ୟା ପାଖପୁରାଅ ନାହିଁ?" ମଙ୍ଗରାଜେ ଉତ୍ତର ଦେଲେ, ''ଆହା ତୁମ୍ଭେ କି ଶାସ୍ତ୍ର ଶୁଣି ନାହଁ ?"

''ଲାଳୟେତେ ପଞ୍ଚବର୍ଷାଣି ଦଶବର୍ଷାଣି ତାଙୟେତ୍ । ପ୍ରାୟେ । ତୁ ଷୋଡଶ ବର୍ଷେ ପୁତ୍ର ମିତ୍ରବଦାଚରତେ ।'' ଅର ପୁଅମାନଙ୍କପାଟିରୁ ପାଞ୍ଚବର୍ଷ ପର୍ଯ୍ୟନ୍ତ ଲାଳବହେ, ଦଶବର୍ଷ ପର୍ଯ୍ୟନ୍ତ ସେମାନଙ୍କୁ ତଡିବ, ଷୋଳବର୍ଷ ହେଲା ଉତ୍ତାରେ ସେମାନଙ୍କ ସହିତ ଆଉ ମିତ୍ରମାନଙ୍କ ସହିତ ବଦ୍ ଅର୍ଥାତ ଖରାପ ଆଚରଣ କରିବ । '

ସେମାନଙ୍କ ସମ୍ବନ୍ଧରେ ମଧ୍ୟରେ ସ୍ନାନ ''ବାସ୍ତବରେ ଦେଖାଯାଉଛି ସାଆନ୍ତେ କାହାରି କାହାରି ସହିତ ସଙ୍ଗାତ ମିତ୍ର ବସି ମାଲିମକଦ୍ଦମା କରି ଯେଉଁ ଶାସ୍ତ୍ରୀୟ ପ୍ରମାଣ ପ୍ରୟୋଗ କଲେ, ତାହା ଠିକ ବୋଧ ଦେଉ ନାହିଁ । ଶୁଣାଯାଏ, ପୁଅମାନେ ନିଶାପାଣିରେ କିଛି ଉଡାଇ ଦେବାରୁ ବାପ ପୁଅଙ୍କର ଅପଡ । ଉଆସ ସାଆନ୍ତାଣୀ ଗୋଟାଏ କୋଠରୀରେ ପଡିଥାନ୍ତି , କାହାରି ସହିତ କଥା ନାହିଁ । କେବଳ ଭାଟ, ଭିକାରୀ, ଭୋକୀ, ଶୋଷୀ ଆସିଲେ ତାହାଙ୍କୁଖୋଜନ୍ତି । ବୋହୂମାନଙ୍କ କଥା ଲେଖିବା ଅନୁଚିତ । ବଡ ଲୋକ ଘରର ବୋହୂ ଭୂଆସୁଣୀ କଥା ଦାଣ୍ଡରେ ପକାଇଲେ ଲୋକେ ଆମ୍ଭମାନଙ୍କୁ କ'ଣ କହିବେ ? ସେମାନେ ଯେପରି ଦିନ ପହରକେ ବିଛଣାରୁ ଉଠି ଦୁଇ ତିନି ଘଣ୍ଟା ମଧ୍ୟରେ ଦାନ୍ତପତ୍ର ଘଷି, ମର୍ଦ୍ଦନ ସାରି ଭୋଜନ କରି ଦିନବେଳେ ବେଳବୁଡ ଯାଏ ଶୋଇପଡନ୍ତି ସେ କଥା ଗୁଡିକ ଲେଖୁଲେ କ'ଣ ହେବ ? ବେଳବୁଡ ସରିକି ପୁଣିଉଠି ପଖାଳ ଦିଶୁ ଦିଶୁ ସାରି ତାହା ବାଦ ଗାଁ କଥାଶୁଣିବା , ପୋଇଲୀ ମାନଙ୍କ ମଧ୍ୟରେ କଳିଲଗାଇ ଦେବା, କଳି ଭାଙ୍ଗିବା , ହସିବା, ବସିବାରେ ଅଧରାତି ହୋଇଯାଏ । ରୁକୁଣୀ, ଚେମୀ, ନାକଫୋଡୀ , ଟେରୀ, ବିମଳୀ , ଶୁକୀ, ପାଟକୁ ଛାଡି ଆହୁରି କେତେଗୁଡିଏ ପୋଇଲୀ ଅଛନ୍ତି ଆମ୍ଭମାନଙ୍କୁ ଅଜଣା । କେହି ବାଳ ବିଧବା, କେହି ଯୁବତୀ ବିଧବା , କେହି ଆଜନ୍ମବିଧବା କେହି ବା ସଧବା , ନାନା ପକ୍ଷୀ ଏକ ବୃକ୍ଷରେ ବାସ କଲା ପରି ମଙ୍ଗରାଜଙ୍କ ଘରେ ଆଶ୍ରୟ ନେଇଛନ୍ତି । ମଧ୍ୟ କେତେକ ଆସୁଛନ୍ତି । କେତେ ଯାଉଛନ୍ତି ତାହାର ଠିକଣା ନାହିଁ । ଅନେକ ଗୁଡିଏ ନିଷ୍କର୍ମା ପୋଇଲୀ ରୁଣ୍ଡ ହେଲେ ପୃଥ‌ିବୀର କଳି ଜାତ ହୁଏ, ମଙ୍ଗରଜ ଉଆସ ଏହି ସନାତନ ବିଧ‌ିକୁ ଲଗିଂ ନଥିଲା । ରାତି ଅଧଯାଏ ଉଆସ ମଧ୍ଯରେ ମାଛ ହାଟ ବସିଲା ପରି ଘୋ ଘୋ ଶବ୍ଦ ଶୁଭୁଥାଏ । 

ଫକୀର ମୋହନ ସେନାପତି by ଦ୍ୱାରା ଅଧିକ ପୁସ୍ତକ

26
ପ୍ରବନ୍ଧଗୁଡିକ
ଛମାଣ ଆଠ ଗୁଣ୍ଠ
0.0
ଫତେପୁର ଗୋବିନ୍ଦପୁର ଜମିଦାର ରାମଚନ୍ଦ୍ର ମଙ୍ଗରାଜ ଜଣେ ଅତି କୃପଣ ବ୍ୟକ୍ତି। କଳେ ବଳେ କୌଶଳେ ଅନ୍ୟର ସମ୍ପତି ହସ୍ତଗତ କରିବା ପାଇଁ ସେ ଜଣାଶୁଣା। ଗାଆଁର ତନ୍ତୀ ଦମ୍ପତି ଭଗିଆ ଓ ସାରିଆ ନିଜର ପୈତୃକ ସମ୍ପତି ଛ’ ମାଣ ଆଠ ଗୁଣ୍ଠ ଭୋଗ କରନ୍ତି, ଯାହାକୁ ରାମଚନ୍ଦ୍ର ଅକ୍ତିଆର କରିବାକୁ ଚାହାନ୍ତି। ଏଥିପାଇଁ ସେ ଚାକରାଣୀ ଚମ୍ପା, ଗୋବରା ଜେନା ଆଦିଙ୍କ ସହାଯ୍ୟ ନିଅନ୍ତି। ଏପଟେ ଭଗିଆ ଓ ସାରିଆ ନିଃସନ୍ତାନ ହୋଇଥିବାରୁ ଚମ୍ପା ସାରିଆକୁ ଗ୍ରାମଦେବତୀ ବୁଢ଼ୀ ମଙ୍ଗଳାଙ୍କ ମନ୍ଦିର ନିର୍ମାଣ କରିବାକୁ ପ୍ରବର୍ତ୍ତାଉଛି। ଠାକୁରାଣୀ ସନ୍ତୁଷ୍ଟ ହେଲେ ସେମାନଙ୍କୁ ସନ୍ତାନ ଦାନ କରି ପାରନ୍ତି। କିନ୍ତୁ ଏଥିପାଇଁ ପ୍ରଚୁର ଅର୍ଥ ଲୋଡ଼ା। ଚମ୍ପା ସାରିଆକୁ ଛ’ ମାଣ ଆଠ ଗୁଣ୍ଠ ଜମିଦାରଙ୍କ ପାଖରେ ବନ୍ଧା ରଖିବା ପାଇଁ କହୁଛି। ପରେ କିଛି ଆଳ ଦେଖାଇ ଜମିଦାର ସାରିଆର ଗାଈ ନେତୀକୁ ଜବତ କରୁଛନ୍ତି। ଘଟଣାକ୍ରମରେ ସାରିଆର ସନ୍ଦେହଜନକ ମୃତ୍ୟୁ ଜମିଦାରଙ୍କ ବାଡ଼ିରେ ହୁଏ। ଗ୍ରାମବାସୀଙ୍କ ବୟାନ ଅନୁସାରେ ମୁଖ୍ୟ ଅଭିଯୁକ୍ତ ଜମିଦାର ରାମଚନ୍ଦ୍ର ମଙ୍ଗରାଜକୁ ପୁଲିସ ଗିରଫ କରୁଛି। ଏ ଦୁଃଖରେ ସାଆନ୍ତାଣୀଙ୍କର ଅନାହାର ତଥା ସନ୍ନିପାତରେ ମୃତ୍ୟୁ ହେଉଛି। ଜମିଦାରଙ୍କ ଗିରଫ, ସାଆନ୍ତାଣୀଙ୍କ ମୃତ୍ୟୁ ଓ ପିଲାମାନଙ୍କ ଅଯୋଗ୍ୟତା ଦେଖି ଚମ୍ପା ଗୋବିନ୍ଦ ଚାକର ସହ ମିଶି ଜମିଦାରଙ୍କ ମୂଲ୍ୟବାନ ସମ୍ପତି କିଛି ଚୋରି କରି ଖସିଯିବାରେ ସକ୍ଷମ ହେଉଛି। କିନ୍ତୁ କଟକ ଯିବା ରାସ୍ତାରେ ଗୋବିନ୍ଦ ସହିତ ମତାନ୍ତର ହେବାରୁ ଗୋବିନ୍ଦ ଚମ୍ପାକୁ ହତ୍ୟା କରୁଛି। ପରେ ଗୋବିନ୍ଦ ପୁଲିସ ପାଖର ନିଜର ଅପରାଧ ସ୍ୱୀକାର କରୁଛି। ଜମିଦାର ଦଣ୍ଡରୁ ମୁକୁଳିବା ପାଇଁ ଯଥାସମ୍ଭବ ଚେଷ୍ଟା କରୁଛନ୍ତି, ଏଥିପାଇଁ ପ୍ରବଳ ଅର୍ଥ ଓକିଲ ହସ୍ତଗତ କରୁଛି। କିନ୍ତୁ ଦୁଃଖଦ ଭାବେ ଜମିଦାରଙ୍କୁ ସଜା ହେଉଛି। ସଜା ଶେଷ ହେବା ପରେ ଜମିଦାର ନିଜ ଘରେ ପହଞ୍ଚି ଅସ୍ୱାସ୍ଥ୍ୟ ତଥା ମତିଭ୍ରମରେ ସାରିଆର ଦୂର୍ଗା ରୂପ ଦେଖି ଶେଷ ନିଶ୍ୱାସ ତ୍ୟାଗ କରୁଛନ୍ତି।
1

ପ୍ରଥମ ପରିଚ୍ଛେଦ : ରାମଚନ୍ଦ୍ର ମଙ୍ଗରାଜ

22 September 2023
1
0
0

ପ୍ରଥମ ପରିଚ୍ଛେଦ   ରାମଚନ୍ଦ୍ର ମଙ୍ଗରାଜ :  ମହାଜନ-ନଗଦ ରାମଚନ୍ଦ୍ର ମଙ୍ଗରାଜ ଜଣେ ମଫସଲର ଜମିଦାର, ମଧ୍ଯ ଟଙ୍କା କାରବାର ଠାରୁ ଧାନର ମହାଜନୀ ବେଶି । ଶୁଣାଯାଏ, ଆଡ଼େ ଦୀର୍ଘ ଚାରି କୋଶ ମଧ୍ଯରେ ଆଉ କାହାରି କାରବାର ଚଳେନାହିଁ । ବଡ଼ ଧାର୍

2

ଦ୍ଵିତୀୟ ପରିଚ୍ଛେଦ : ସ୍ଵନାମ ପୁରୁଷ ଧନ୍ୟ

22 September 2023
1
0
0

ଦ୍ଵିତୀୟ ପରିଚ୍ଛେଦ  ସ୍ଵନାମ ପୁରୁଷ ଧନ୍ୟ :   ମଙ୍ଗରାଜେ ଗରିବ ପୁଅ ଥିଲେ। ଶୁଣାଅଛି, ସାତବର୍ଷ ବୟସରେ ସେ ଛେଉଣ୍ଡ ହୋଇ ବୁଲୁଥିଲେ। ପଇସା ଅଭାବକୁ ବାପର ଶୁଦ୍ଧ ହୋଇନାହିଁ । ଚାଳକୁ ନଡା ନ ଉଠିବାରୁ କାନ୍ଥ ପଡିଯାଇଥିଲା। ଏହାଙ୍କ ବାଲ୍ୟଜୀବ

3

ତୃତୀୟ ପରିଚ୍ଛେଦ

22 September 2023
1
0
0

ତୃତୀୟ ପରିଚ୍ଛେଦ ବାଣିଜ୍ୟ ବସତେ ଲକ୍ଷ୍ମୀସ୍ତଦ ଅସ୍ୟାର୍ଥୀ 'ବାଣିଜ୍ୟ ଲକ୍ଷ୍ମୀଙ୍କ କୃଷିକର୍ମଣି ବାସ, ତହୁଁ ଅଧେ କଲେ ଚାଷ । ' ଆମ୍ଭେମାନେ ଅନୁମାନ କରୁଁ, ଜଣେ ମରହଟ୍ଟା କବି ଏହି କବିତା କହିଅଛନ୍ତି । ଆଜିକାଲିର କବି ହୋଇ ଥିଲେ , ଏହିପ

4

ଚତୁର୍ଥ ପରିଛେଦ

22 September 2023
1
0
0

ଚତୁର୍ଥ ପରିଛେଦ:  ଅହଂ ନିଜଃ ପରୋବେଭି ଗଣନା ଲଘୁଚେତସାମ । ମଙ୍ଗରାଜେ ନିଜ ପର ଚାଷ ବୁଝନ୍ତି ନାହିଁ । ଶାସ୍ତ୍ରରେ ପାଠ ଡାକୁଛି ଲଘୁଚେତାମାନେ ଆପଣା ଚାଷ ପ୍ରତି ଯେପରି ନଜର, ପର ଚାଷ ପ୍ରତି ମଧ୍ୟ ସେପରି ଦୃଷ୍ଟି । ଆମ୍ଭେମାନେ ଦିନକର କଥା କ

5

ପଞ୍ଚମ ପରିଚ୍ଛେଦ : ମଙ୍ଗରାଜଙ୍କ ଆପଣ ତ ଆମ୍ଭମାନଙ୍କ କୁଟୁମ୍ବ

22 September 2023
1
0
0

ପଞ୍ଚମ ପରିଚ୍ଛେଦ :   ମଙ୍ଗରାଜଙ୍କ ଆପଣ ତ ଆମ୍ଭମାନଙ୍କ କୁଟୁମ୍ବ  ରାମଚନ୍ଦ୍ର ମଙ୍ଗରାଜେ ଜଣେ ବହୁପୋଷୀ ଲୋକ । ଘରେ ଖାଇବାକୁ କୁଟୁମ୍ବ ଢେର । ନିଜେ ସାଆନ୍ତ ସାଆନ୍ତାଣୀଙ୍କୁ ଛାଡି ତିନି ପୁଅ ହିସାବରେ ତିନି ବୋହୂ, ପୋଇଲୀ ପରିବାରୀ କୋଡିଏ

6

ଷଷ୍ଠ ପରିଚ୍ଛେଦ : ଚମ୍ପା

23 September 2023
1
0
0

ଷଷ୍ଠ ପରିଚ୍ଛେଦ ଚମ୍ପା :  ଉଆସ ମଧ୍ୟରେ କେତେ ଲୋକ ଅଛନ୍ତି, ସେଥୁମଧ୍ୟରୁ ଚମ୍ପା ଓରଫେ ଚମ୍ପା ସାଆନ୍ତାଣୀ ଓରଫେ ହରକଳା ସହିତ ମଙ୍ଗରାଜ -ବଂଶର କି ସମ୍ପର୍କ ଏ କଥା କାହାରିକି ଜଣା ନାହିଁ । ତାହାର ଜାତି, କୁଳ, ପିତୃ ବଂଶ ସମ୍ବନ୍ଧରେ ମଧ୍ୟ

7

ସପ୍ତମ ପରିଚ୍ଛେଦ :ବୁଢ଼ୀ ମଙ୍ଗଳା

23 September 2023
1
0
0

ସପ୍ତମ ପରିଚ୍ଛେଦ ବୁଢ଼ୀ ମଙ୍ଗଳା : ' ଯା ଦେବୀ ବୃକ୍ଷମୂଳେସୁ ଶିଳାରୂପେଣ ସଂସ୍ଥିତା ।    ନମସ୍ତସୈ ନମସ୍ତସ୍ୟ ନମସ୍ତସ୍ୟନମୋନମଃ ।   ମୁଭିକାଶ୍ମଗଜାରୂଢା ବନ୍ଧ୍ୟାୟଃ ପୁତ୍ରଦାୟିନୀ,  ବାଡିସଂହାରିଣୀ ଦେବି ନାରାୟଣି ନମୋଽସ୍ତୁତେ ।" ଅ

8

ଅଷ୍ଟମ ପରିଚ୍ଛେଦ : ଜମିଦାର ସେଖ୍ ଦିଲବାର୍ ମିଆଁ

23 September 2023
0
0
0

ଅଷ୍ଟମ ପରିଚ୍ଛେଦ ଜମିଦାର ସେଖ୍ ଦିଲବାର୍ ମିଆଁ:   ସମସ୍ତେ ସେଖ କେରାମତ୍ ଅଲିଙ୍କ ଘର ପ୍ରଥମେ ଆରା ଜିଲ୍ଲାରେ ଥ‌ିବା, ବର୍ତ୍ତମାନ ଜିଲ୍ଲା ମେଦୀନିପୁର । ସେଖ କେରାମତ୍ ଅଲିଙ୍କୁ ଆଲିମିଆଁ ବୋଲି ଡାକନ୍ତି , ଆମ୍ଭେମାନେ ସେହି ନାମ ଲେଖୁବୁ ।

9

ନବମ ପରିଚ୍ଛେଦ : ଗାଁ ହାଲଚାଲ

23 September 2023
0
0
0

ନବମ ପରିଚ୍ଛେଦ ଗାଁ ହାଲଚାଲ :  ତାଲୁକେ ଫତେପୁର ସରଷଣ୍ଢ ଗୋଟାଏ ଭାରି ବଡ ତାଲୁକା । ସଦରଜମା ପାଞ୍ଚ ହଜାର ଦୁଇଶହ ଆଠ ଟଙ୍କା ଛ ଅଣା; ମଫସଲ ଅସୁଲ ଅଢେଇ ପଟ । ଫାଉ ଫଉରାତ୍‌ ଛାଡିଦିଅ । ଏଥ‌ିରେ ପାଞ୍ଚଗୋଟି ମୌଜା --- ମୌଚା ରାମନଗ, ବାଲିଆ ହ

10

ପରିଚ୍ଛେଦ - ୧୦ : ଭଗିଆ ଆଉ ସାରିଆ

23 September 2023
1
0
0

ପରିଚ୍ଛେଦ - ୧୦  ଭଗିଆ ଆଉ ସାରିଆ ତନ୍ତୀସାଇ ଭଗିଆ ଆଉ ସାରିଆ ମୁଣ୍ଡରେ ଭାଗବତ ଘର ଆଉ ଦଧିବାମନ ମନ୍ଦିର ତନ୍ତୀମାନଙ୍କ ଜାତିଆଣ ଟଙ୍କାରେ ମନ୍ଦିରଟି ତୟାର ହୋଇଅଛି । ଜାତିଆଣ ଟଙ୍କା କ'ଣ ଜାଣନ୍ତି ? ଅବଶ୍ୟ ଏ କଥାଟା ଆପଣଙ୍କୁ ବୁଝାଇଦେବା ଦର

11

ଏକାଦଶ ପରିଛେଦ : ଗୋବରା ଜେନା

23 September 2023
0
0
0

ଏକାଦଶ ପରିଛେଦ ଗୋବରା ଜେନା :  ତନ୍ତୀସାହିକୁ ଚାରିଶ ପାଞ୍ଚାଶ କଦମ ଦୂର ବିଲ ମଝିରେ ଡ଼ମସାଇ । ଏଟା ଅଲଗା ମୌଜା ନୁହେଁ, ଗୋବିନ୍ଦ ସାମିଲ । ସେଠାରେ ଦଶଘର ଡ଼ମ ଆଉ ଗୋବରା ଜେନା ଚୌକିଦାର ଘର । ଗୋବରା ଜେନା ନିଜ ମୌଜାରେ ଚୌକିଦାର ; ତା'ର ଦ

12

ଦ୍ଵାଦଶ : ଅସୁର ଦୀଘି

24 September 2023
1
0
0

ଦ୍ଵାଦଶ ପରିଚ୍ଛେଦ ଅସୁର ଦୀଘି: ଆମ୍ଭେମାନେ ଏଡ଼େବଡ଼ ଜଳକୀର୍ତ୍ତି ସମ୍ବନ୍ଧରେ ଗୋବିନ୍ଦପୁର ମୌଜାର ଗୋଟିଏ ମାତ୍ର ପୋଖରୀ; ଗ୍ରାମର ସମସ୍ତଲୋକ ଏଥିରେ ଜଳ କାରବାର କରନ୍ତି । ପୁଷ୍କରିଣୀଟା ଖୁବ୍ ବଡ଼, ଆଡ଼ ଦୀର୍ଘ ନଳି ଦେଲେ ଦଶବାର ବାଟିରୁ ଊ

13

ତ୍ରୟୋଦଶ ପରିଚ୍ଛେଦ : ହିତୋପଦେଶ

24 September 2023
1
0
0

ତ୍ରୟୋଦଶ ପରିଚ୍ଛେଦ ହିତୋପଦେଶ  ପାଖଲୋକ ମଧ୍ଯ ସମସ୍ତଙ୍କ ତୁମ୍ଭେ ପାଟିକରି କଥା କହ, ସେଥ‌ିରେ କେହି ମନ ଦେବେନାହିଁ, ନିହାତି ନ ଶୁଣିଲା ପରି ରହିବେ; କିନ୍ତୁ ଦୁଇଜଣ ଫୁସ୍ ଫୁସ୍ ହେଉନ୍ତୁ ଲୋକଙ୍କ ମନ ଦେଖ ସେହିଠାରେ, କଥାଟା ଶୁଣିବାପାଇଁ ମ

14

ଚତୁର୍ଦ୍ଦଶ ପରିଚ୍ଛେଦ :

24 September 2023
1
0
0

ଚତୁର୍ଦ୍ଦଶ ପରିଚ୍ଛେଦ :  ଏମାନଙ୍କ ହୁକେ-ହୁକେ-ହୋ । ହୁକେ-ହୁକେ-ହୋ । ହୁକେ-ହୋ, ବିଲୁଆ ଡାକିଲେ ଠିକ୍ ଅଧରାତି । ମଫସଲର ଗାଁରେ ଘଡି ଘଣ୍ଟା ନାହିଁ, ବିଲୁଆ ଡାକ ଶୁଣି ରାତି ଠିକ୍ କଲୁ । ଏହି ପ୍ରାଣୀଗୁଡିକ ଗ୍ରାମର ଭାରି ଉପକାରୀ । କ୍ଷୁଦ୍

15

ପଞ୍ଚଦଶ ପରିଚ୍ଛେଦ : ବାଘସିଂହ ବଂଶ

24 September 2023
1
0
0

ପଞ୍ଚଦଶ ପରିଚ୍ଛେଦ ବାଘସିଂହ ବଂଶ : ସମସ୍ତ ବହୁ କାଳପର୍ଯ୍ୟନ୍ତ ପ୍ରସିଦ୍ଧ ଆଇନ ଆକବରୀ ଲେଖକ ଆବୁଲ୍ ଫାଜଲ ବୋଲନ୍ତି ''ଓଡିଶାରେ ପ୍ରକୃତ ଭୂମ୍ୟଧିକାରୀ ଖଣ୍ଡାଏତମାନେ ଥିଲେ । ' ପ୍ରକୃତରେ ଗଜପତି ଦରବାରରେ ଖଣ୍ଡାମୁଠିଠାରୁ ଲେଖନ ମୁନପର୍ଯ୍ୟନ

16

ଷୋଡଶ ପରିଚ୍ଛେଦ : ଟାଙ୍ଗୀ ମାଉସୀ

24 September 2023
0
0
0

ଷୋଡଶ ପରିଚ୍ଛେଦ ଟାଙ୍ଗୀ ମାଉସୀ : ଆଜି ସ୍ନାନ ପୂର୍ଣ୍ଣିମା ଜ୍ୟେଷ୍ଠମାସିଆ ଦିନ, ଭାରୀ ଖରା, ମହାପ୍ରଭୁ ଅଣସରକୁ ଯାଇଛନ୍ତି, ଭାରୀ ଗୁଳୁଗୁଳି । ଆଜକୁ ଅଢ଼େଇ ମାସ ହେଲା ଟୋପାଏ ପାଣି ଦେଖୁବାକୁ, ନାହିଁ । ପବନ ଗୁମସୁମ କରି ରହିଅଛି, ଖୁଣ୍ଟା

17

ସପ୍ତଦଶ ପରିଚ୍ଛେଦ : କିପରିଘର ପୋଡ଼ିଲା

24 September 2023
0
0
0

ସପ୍ତଦଶ ପରିଚ୍ଛେଦ କିପରିଘର ପୋଡ଼ିଲା :  ଆଜି ଅନନ୍ତପୁର ଗ୍ରାମରେ ଗ୍ରାମରେ ହାହାକାର ପଡ଼ିଛି । ଗଲା ଅଧରାତିରୁ ବାଘସିଂହ ଘରେ ନିଆଁ ଲାଗି ସମସ୍ତ ଘର, ଧାନ ଅମାର ପୋଡ଼ି ଛାରଖାର ହୋଇଗଲାଣି । ନିଆଁ ପାଉଁଶ ବୋଳି ହୋଇ କାଳିଆ କାଳିଆ କାନ୍ଥଗୁ

18

ଅଷ୍ଟାଦଶ ପରିଚ୍ଛେଦ : ସାଆନ୍ତାଣି

24 September 2023
0
0
0

ଅଷ୍ଟାଦଶ ପରିଚ୍ଛେଦ ସାଆନ୍ତାଣି : ସର୍ବେ ଚଳିବେ କାଳବଳେ, କଥା ରହିବ ମହୀକତଳେ ।'' ଶ୍ରାବଣ ମାସ ରାଧାଷ୍ଟମୀ ଦିନ, ଖୁବ୍ ଭୋର, ଅଳ୍ପ ଅଳ୍ପ ଅନ୍ଧାର ଅଛି, ଲୋକମାନେ ବିଛଣା ଛାଡି ନାହାନ୍ତି । ଅବଶ୍ୟ ଅନେକ ଲୋକଙ୍କ ନିଦ ଭାଙ୍ଗିଲାଣି ; ମାତ୍

19

ଊନବିଂଶ ପରିଚ୍ଛେଦ : ପୁଲିସ ତଦାରଖ

25 September 2023
0
0
0

ଊନବିଂଶ ପରିଚ୍ଛେଦ ପୁଲିସ ତଦାରଖ : ପ୍ରତିଦିନ ଗୋବିନ୍ଦପୁରରେ ଯେପରି ରାତି ପାହେ, ଆଜି ମଧ୍ୟ ଠିକ୍ ସେହିପରି ପାହିଅଛି; କିନ୍ତୁ ସୂର୍ଯ୍ୟ ସଙ୍ଗେ ଦେଖା ନାହିଁ । ମେଘଟା ଝରଝର ଫରଫର କରୁଥିଲା 'ସକାଳ ମେଘ ମେଘ ନୁହେଁ, ସକାଳ କୁଣିଆଁ କୁଣିଆଁ

20

ବିଂଶ ପରିଚ୍ଛେଦ : ଓକିଲ ରାମ ରାମ ଲାଲ

25 September 2023
0
0
0

ବିଂଶ ପରିଚ୍ଛେଦ 1 ଓକିଲ ରାମ ରାମ ଲାଲ :  କାଠ ରେଲିଂ ବେଢ଼ା ନାଜରଖାନା ଗାରଦଘରର ଗୋଟିଏ କୋଣରେ ବାଡକୁ ଆଖ୍ ବୁଜି ଗୋଟିଏ ଆସାମୀ ବସିଅଛି । ଚାରିଜଣ ବରକନ୍ଦାଜ ପହରା । ଆହା ! ଲୋକଟାକୁ ପଦେ କଥା କହିବାକୁ କେହି ନାହିଁ । ସମସ୍ତେ ସୁଖର ସାଥ

21

ଏକବିଂଶ ପରିଚ୍ଛେଦ : କଟକ ସେସନ୍ ଜଜକୋର୍ଟ

25 September 2023
0
0
0

ଏକବିଂଶ ପରିଚ୍ଛେଦ କଟକ ସେସନ୍ ଜଜକୋର୍ଟ ;  ଆଜି ଜଜ୍ କୋର୍ଟରେ ଭାରି ଭିଡ । କଚେରିଆ, ବଜାରୀ ହଟାରୀ ପର୍ଯ୍ୟନ୍ତ ଦେଖିବାକୁ ଧାଇଁଅଛନ୍ତି । କୌଣସି ସ୍ଥାନରେ ବାଦୀପାଲା ହେଲେ ଦେଖଣାହାରୀମାନେ ଯେପରି ଗାଆଣିଆମାନଙ୍କ ବେଶ ବାନ୍ଧିବା ଆଗରୁ ଜମି

22

ଦ୍ୱାବିଂଶ ପରିଚ୍ଛେଦ : ଗୋପୀସାହୁର ଦୋକାନଘର

25 September 2023
0
0
0

ଦ୍ୱାବିଂଶ ପରିଚ୍ଛେଦ ଗୋପୀସାହୁର ଦୋକାନଘର : ବିରୂପା ନଦୀକୂଳ-ଗୋପାଳପୁର ଘାଟ, ଏହିଟି କଟକ ଯିବାର ଦାଣ୍ଡ ; ଲୋକମାନେ ଏହିଠାରେ ପାରି ହୁଅନ୍ତି । ଆଗେ ଗୋପାଳପୁର ଗ୍ରାମ ଏହିଠାରେ ଥିଲା, ଗଲା ଆଠଅଙ୍କ ଭୋଦୁଅ ଅଷ୍ଟମୀ ବଡ଼ ବଢିରେ ଭାସିଯାଇଅଛି

23

ତ୍ରୟୋବିଂଶ ପରିଚ୍ଛେଦ : କର୍ମଫଳ

25 September 2023
0
0
0

ତ୍ରୟୋବିଂଶ ପରିଚ୍ଛେଦ କର୍ମଫଳ : ଗୋପାଳପୁର ପାଖରେ ବିରୂପା ନଦୀଟା ଭାରି ଚୌଡ଼ା, ଅଧେକୋଶରୁ ଊଣା ନୁହେଁ ମାତ୍ର ଧାରଟା ତେତେ ଚୌଡ଼ା ନୁହେଁ, ଗଣ୍ଡଗୋଳିଆ ଜାଗାକମ୍ ଚୌଡ଼ା ହୁଏ । ନଦୀର ଦକ୍ଷିଣ ତରଫଟାରେ ଧାର, ଗୋପାଳପୁର ଘାଟଠାରେ ତୁଚ୍ଛା ବା

24

ଚତୁର୍ବିଂଶ ପରିଚ୍ଛେଦ : ଖୁଣି ତଦାରଖ୍

25 September 2023
0
0
0

ଚତୁର୍ବିଂଶ ପରିଚ୍ଛେଦ ଖୁଣି ତଦାରଖ୍ :  ବେଳ ଅନୁମାନରେ ପହରେ କି ଛ ଘଡ଼ି , ଆଜି ବର୍ଷା ନାହିଁ, ଗୋପୀ ସାହୁ ଦୋକାନୀ ଚିରା ଗଣ୍ଡୁଳି କଳାକନା ପରି ଗାମୁଛା ଖଣ୍ଡିଏ ମୁଣ୍ଡରେ ପକାଇ ଦୋକାନ ଟୋକେଇ କାନ୍ଧରେ କାଞ୍ଚିଟା ହାତରେ ଧରି ଦୋକାନକୁ ଆସ

25

ପଞ୍ଚବିଂଶ ପରିଚ୍ଛେଦ : ମଙ୍ଗରାଜ ଘରର ହାଲଚାଲ

25 September 2023
0
0
0

ପଞ୍ଚବିଂଶ ପରିଚ୍ଛେଦ ମଙ୍ଗରାଜ ଘରର ହାଲଚାଲ : ଛଅମାଣ ଆଠଗୁଣ୍ଠ କ'ର ? କଥ୍‌ତ ଅଛି, ପୃଥ‌ିବୀର ବିଖ୍ୟାତ ମଣି କୋହିନୁର ଯାହାଠାରେ ରହେ, ତାହାର ବଂଶ ନାଶ କରିଦିଏ ଆଲ୍ଲାଉଦ୍ଦୀନ୍ଠାରୁ ରଣଜିତ୍ ସିଂହ ପର୍ଯ୍ୟନ୍ତ ତାହାର ଜାଜ୍ଯଲ୍ୟମାନ ପ୍ରମାଣ

26

ଷଡ଼ବିଂଶ ପରିଚ୍ଛେଦ : ବାବାଜୀ ଲଳିତା ଦାସ

25 September 2023
0
0
0

ଷଡ଼ବିଂଶ ପରିଚ୍ଛେଦ ବାବାଜୀ ଲଳିତା ଦାସ :  ମଙ୍ଗରାଜେ କଟକ ଯିବା ସାତ ଦିନଠାରୁ ପୁରୀ କ୍ଷେତ୍ରରୁ ଗୋଟିଏ ବାବାଜୀ ଆସି ଗୋବିନ୍ଦପୁରର ଭାଗବତ ଘରେ ମଠ କରିଅଛନ୍ତି । ବାବାଜୀଙ୍କ ନାମ ଲଳିତା ଦାସ, ବୟସ ଅଧୋଡା, ବର୍ଣ୍ଣ ଶ୍ୟାମଳ, ଦେହଟି ଥାକୁଲ

---

ବହି ପଢ଼ନ୍ତୁ