shabd-logo

ପ୍ରଥମ ପରିଚ୍ଛେଦ : ରାମଚନ୍ଦ୍ର ମଙ୍ଗରାଜ

22 September 2023

1 ଦର୍ଶନ 1

ପ୍ରଥମ ପରିଚ୍ଛେଦ 

 ରାମଚନ୍ଦ୍ର ମଙ୍ଗରାଜ

ମହାଜନ-ନଗଦ ରାମଚନ୍ଦ୍ର ମଙ୍ଗରାଜ ଜଣେ ମଫସଲର ଜମିଦାର, ମଧ୍ଯ ଟଙ୍କା କାରବାର ଠାରୁ ଧାନର ମହାଜନୀ ବେଶି । ଶୁଣାଯାଏ, ଆଡ଼େ ଦୀର୍ଘ ଚାରି କୋଶ ମଧ୍ଯରେ ଆଉ କାହାରି କାରବାର ଚଳେନାହିଁ । ବଡ଼ ଧାର୍ମିକ । ବର୍ଷ ମଧ୍ୟରେ ୨୪ ଟା ଏକାଦଶୀ, ୪୦ ଟା ଥିଲେ ମଧ୍ୟ ଗୋଟାଏ ଯେ ଛାଡ଼ ପଡ଼ନ୍ତା, ଏକଥା ଆମ୍ଭେମାନେ କହିବାକୁ ଅକ୍ଷମ I ଏକାଦଶୀ ଦିନ ତୁଳସୀପତ୍ର ଜଳମାତ୍ର ଅବଲମ୍ବନ । ସେଦିନ ଉପରଓଳି ମଙ୍ଗରାଜଙ୍କର ଜଗା ଭଣ୍ଡାରୀ କଥା କହୁଁ କହୁଁ କହିପକାଇଲା, ପ୍ରତି ଏକାଦଶୀଦିନ ସଞ୍ଜବେଳେ ଦ୍ଵାଦ ଶୀ ପାରଣା ସକାଶେ ସାଆନ୍ତଙ୍କଘ ରେ ସେରେ ଦୁଧ, ଦିଶୁଖଇ, ନବାତ, ପାଚଲା କଦଳୀ ରଖାଯାଇଥାଏ । ସେ (ଜଗା) ଦ୍ଵାଦଶୀ ଦିନ ବଡ଼ି ସକାଳେ ତୁଚ୍ଛାବାସନ ମାଜେ । ଏକଥା ଶୁଣି ଜଣ କେତେ ମୁହଁ ଚାହାଁ ଚାହିଁ ହୋଇ ମୁରୁକି ହସୁଥିଲେ । ଜଣେ କହିପକାଇଲା, 'ଡୁବିପାଣି ପିଇଲେ ମହାଦେବଙ୍କ ବାପ ବି ଜାଣିପାରିବ ନାହିଁ । 'ଏ କଥାର ଅର୍ଥ ସଫା ବୁଝାଗଲା ନାହିଁ, ମାତ୍ର ଆମ୍ଭେମାନେ ଅନୁମାନ କରିନେଲୁ, ଏହା ନିନ୍ଦୁକର କଥା । ସେ କଥା ଛାଡ଼, ବରଞ୍ଚ ସପକ୍ଷରେ ଓକିଲାତି କରିପାରୁ । ଭାଣ୍ଡଶୂନ୍ୟ ହେବା କାର୍ଯ୍ୟଟା ଦ୍ଵାରା ଅନୁଷ୍ଠିତ ହୋଇଅଛି, ଏଥିର ଚାକ୍ଷୁଷ ସାକ୍ଷୀ କାହିଁ ? ଶୁଣିବା କଥା ବା ଅନୁମାନ କଥା ପ୍ରମାଣ ରୂପେ ଗ୍ରହଣ କରିବାକୁ ଆମ୍ଭେମାନେ ନିହାତି ନାରାଜ । ଅଦାଲତର ହାକିମମାନଙ୍କର ତ ଏହି ରାୟ । ଆଉ ଗୋଟିଏ କଥା ଦେଖ- ବିଜ୍ଞାନଶାସ୍ତ୍ର କହେ, ଜଳୀୟ ପଦାର୍ଥ ସବୁ ବାଷ୍ପାକାର ହୋଇ ଉଡ଼ିଯାଏ । ଦୁଧ ତ ଜଳୀୟ ପଦାର୍ଥ, ଜମିଦାର ଘର ଦୁଧ ବୋଲି ବିଜ୍ଞାନ ବିଧ୍ ଡ଼ରିବ ପରା ! ପୁଣି ସ େମୂଷା ଚୁଚୁନ୍ଦୁରା ଚୁଟିଆ ଥିଲେ ଛାରପୋକ ମଶାମାଛି ଅବା କେଉଁ ଘରେ ନ ଥାନ୍ତି ? ପେଟ ପାଟଣା ପାଇଁ ଜଗତର ସମସ୍ତପ୍ରାଣୀ ଧାଉଁଛନ୍ତି ପରି ହରିଭକ୍ତି ମାହାତ୍ମ୍ୟ ଶୁଣି ନାହାନ୍ତି । ଏଥକୁ ମଙ୍ଗରାଜଙ୍କ ଧର୍ମନିଷ୍ଠା ପ୍ରତି ସନ୍ଦେହ ଭୋଜନ ଏହି ବ୍ରାହ୍ମଣ କରିବା ମହାପାପ ବୋଲି ବିଚାର କରୁ । ଆହୁରି ମଧ୍ୟ ପାର୍ଶ୍ବବର୍ତି ଘଟଣାମାନଙ୍କ ପ୍ରତି ନଜର ରଖିବା ନିମନ୍ତେ ପ୍ରମାଣ ଆଇନରେ ବିଚାରକ ମାନଙ୍କ ପ୍ରତି ବିଶେଷ ବିଧ୍ ଅଛି । ମଙ୍ଗରାଜେ ଉଷୁନା ଛୁଅନ୍ତି ନାହିଁ-ମାଛ ଶୁଖୁଆ କଥାଛାଡ଼ । ଦ୍ଵାଦଶୀ ଦିନ ବ୍ରାହ୍ମଣ କରାଇ ତହିଁ ଉତ୍ତାରେ ପାରଣା କରନ୍ତି । ମଙ୍ଗରାଜେ ଭାରିହୁସିଆର ଲୋକ । ଭୋଜନ ରୂପ ମହତ୍ କାର୍ଯ୍ୟରେ କେତେ ବିଘ୍ନ ଘଟିପାରେ, ଏଥିସକାଶେ ଜଣେ କେଉଟକୁ ମାଣେ ଓ ଗୁଡ଼ିଆକୁ ମାଣେ -ଏପରି ଦୁଇମାଣ ଜମି ଖଞ୍ଜି ଦେଇଛନ୍ତି । ଦ୍ଵାଦଶୀ ଦିନ ଭୋରରୁ କେଉଟ ଦୁଇ ନଉତି ଚୂଡ଼ା ଓ ଗୁଡ଼ିଆ କୋଡ଼ିଏ ପଳ ଗୁଡ଼ ଦାଖଲ କରିଯାଏ । ଗୋବିନ୍ଦପୁର ଶାସନ ୭ ଘର ବ୍ରାହ୍ମ ମଣ -ସମସ୍ତେ ନିମନ୍ତ୍ରିତ ହୋଇ ଆସନ୍ତି । ବେଳ ଛଅଘଡ଼ି ମଧ୍ୟରେ ବ୍ରାହ୍ମଣ ଭୋଜନି ହୋଇଯାଏ । ମଙ୍ଗରାଜେ ସ୍ଵୟଂ ବ୍ରାହ୍ମଣ ମାନଙ୍କୁ ପରିବେଷଣ କରନ୍ତି । ଥରେ ପତ୍ରରେ ଚୂଡ଼ାଗୁଡ଼ ଲଗାଇ ଦେଲେ ମଙ୍ଗରାଜେ ଉଚ୍ଚପାଟିକରି ହାତ ଯୋଡ଼ି କହନ୍ତି, 'ଗୋସେଇଁମାନେ କୁହନ୍ତୁ, ଆଉକିଛି ଲୋଡ଼ା କି ନାହିଁ, ଢ଼େର ଜଳପାନ, ଢ଼େର ଗୁଡ଼ ଅଛି, ମାତ୍ର ମୁଁ ଜାଣେ, ଆପଣ ମାନଙ୍କ ଆଖ୍ ବଡ଼ ପେଟ ସାନ । ଆପଣ ମାନଙ୍କ ପେଟକୁ ବଳି ପଡ଼ିଲାଣି । ଏଥ୍ ଉତ୍ତାରେ କୌଣସି ପେଟ ବିକିଳିଆ ବ୍ରାହ୍ମଣ ମାଗି ବସିଲେ ସାଆନ୍ତେ ତିନି ଆଙ୍ଗୁଳିଆ ପାଞ୍ଚ ସାତ ପୁଞ୍ଜାଚୂଡ଼ା ଧରି ପତ୍ରକୁ ଫୋପାଡ଼ି ଦିଅନ୍ତି । ତହିଁ ଉତ୍ତାରେ ଗୋସାଇଁ ମାନେ 'ପୂର୍ଣ୍ଣ ହେଲା, ପୂର୍ଣ୍ଣ ହେଲା' କହି ଲମ୍ବା ଲମ୍ବା ହାକୁଟି ମାରି ଆଶୀର୍ବାଦ କରି ପତ୍ର ଛାଡ଼ନ୍ତି । ବ୍ରାହ୍ମଣ ଭୋଜନ ଉତ୍ତାରେ ଯେଉଁ ଏକ ନଉତି ଚୂଡ଼ା ଓ ଅଧା ଅଧ୍ ଗୁଡ଼ ବଳି ପଡ଼େ, ତାହା ଭକ୍ତି ପୂର୍ବକ ମଙ୍ଗରାଜେସେବାକରନ୍ତି ପାଠକ ଆପଣ ପଚାରିବେ, ନଉତିଏ ଚୂଡ଼ାରେ ସତେଇଶ ଜଣ ବ୍ରାହ୍ମଣଙ୍କର ପେଟ କିପରି ଘୂରିଲା? ହରିବୋଲ ଭାଇ ହରିବୋଲ । ଏସବୁ କଥାରେ ଉତ୍ତର ଦେବାକୁ ଗଲେ ଆମ୍ଭମାନଙ୍କର ଆଉ ଲେଖା ଚଳିବ ନାହିଁ । ଯୀଶୁ ଖ୍ରୀଷ୍ଟ ଦୁଇ ଖଣ୍ଡ ରୁଟିରେ ବାରଶତ ଲୋକ ଖୁଆଇଲେ, ପୁଣି ଚାରି ପାଛିଆ ବଳିପଡ଼ିଲା । କାମ୍ୟକ ବନରେ ଶ୍ରୀକୃଷ୍ଣ ଦୁର୍ବାସାଙ୍କ ବାର ହଜାର ଶିଷ୍ୟଙ୍କର ଜଳପାନ ପେଟ ମଙ୍ଗରାଜ ଟିକିଏ ଶାଗରେ ପୂରାଇ ଦେଇଥିଲେ । ଏହି ମହାପୁରୁଷଙ୍କ ହସ୍ତ - ମହିମା ପ୍ରତି ଯଦି ଆପଣ ଙ୍କର ବିଶ୍ଵାସ ନଥାଏ, ତେବେ ଆମ୍ଭମାନଙ୍କ -ଚରିତ୍ର ପଢ଼ିବା ନିମନ୍ତେ ଅନୁରୋଧ କରିବାକୁ ସାହସ କରିପାରିବୁ ନାହିଁ । ଏପରି ଶୁଣାଅଛି, ତାଙ୍କର ମାଉସି ପୁଅ ଭାଇ ଶ୍ୟାମ ମଲ୍ଲ ସହରକୁ ଯାଇଥିଲେ -ପାପ ଛପା ରହେ ନାହିଁ -ସେ କୁସଙ୍ଗରେ ପଡ଼ି ପିଆଜ ମିଶା କୋବି ଖାଇଥ‌ିବା ସାଆନ୍ତଙ୍କ ନିକଟରେ ଅଜଣା ରହିଲାନାହିଁ । ଆଜିଯାଏ ରୁଢ଼ ବଢ଼ି ରହିଥାନ୍ତା ମଙ୍ଗରାଜେ ଖୁବ୍ କମ୍ ଖରଚରେ ଅର୍ଥାତ୍ ଶ୍ୟାମଙ୍କ ଦେଢ଼ବାଟି ପୈତୃକ ଲାଖରାଜରୁ ୧୫ ମାଣ ମାତ୍ର ନେଇ ଖଲାସ କରିଦେଲେ, ମଙ୍ଗରାଜେ ଦିନେ ଶ୍ୟାମକୁ ଡ଼ାକି ମୁରବୀ ପଣିଆ କରି କହିଲେ, ''ଦେଖ ଶ୍ୟାମ, ଏଣିକି ହୁସିଆର ରହ, ମୁଁ ଥୁଲି ବୋଲି ମୋ ମୁଲାଜାରେ ପାଞ୍ଚଜଣ ତୋତେ ଟେକିନେଲେ ସିନା ନୋହିଲେ ତୁ ଏକାବେଳକେ କିରସ୍ତାନ ହୋଇ ଯାଇଥାନ୍ତୁ -----ତୋ ସାତ ପୁରୁଷ ଅହିନରକରେ ପଡ଼ିଥାନ୍ତେ । ଆଉ ମୁଁ ବୋଲି ସିନା ତୋର ମାଣ ପାଞ୍ଚ ଟଙ୍କାରେ ନେଲି, ଆଉ କେହି ଦୁଇ ଟଙ୍କାରେ ଛୁଅନ୍ତା ନାହିଁ । ଯେତେ ହେଲେ ତୁ ତ ଭାଇ, କ'ଣ ତୋତେ ଫୋପାଡ଼ି ଦେବି ? ହେଲେ, ବିପଦ ଆପଦ ବେଳକୁ ମୁଁ ----ଭଲବେଳେ କେହିନୁହେଁ । ଏହି ସେଦିନ ଭୀମା ଗଉଡ଼ର ଫୌଜଦାରୀ ମକଦ୍ଦମାରେ ତୋତେ ଗୁହା ହେବାକୁ କହିଲି, ଘରେ ଲୁଚିଲୁ, ଦେଖାଦେଲୁ ନାହିଁ ।

ହାୟ! ହାୟ ! ଯେଉଁ ନିନ୍ଦୁକମାନେ ଖ୍ରୀଷ୍ଟଙ୍କୁ କ୍ରୁଶରେ ଚଢ଼ାଇଲେ, ପରମା ସତୀ ସୀତାଙ୍କୁ ବଣକୁ ପଠାଇଲେ, ସେମାନଙ୍କ ବଂଶଧର ମାନେଯେ ହରିବାସର ଉପବାସୀ ପରୋପକାରୀ ମଙ୍ଗରାଜଙ୍କ ଅଖ୍ଯାତି ରଟନା କରିବେ, ଏହା କିଛି ବିଚିତ୍ର ନୁହେଁ । ନିନ୍ଦୁକମାନେ ଯେଉଁ କଥା କହି ବୁଲିବେ, ଆମ୍ଭମାନଙ୍କୁ ନାଚାର ହାଲତରେ ସେ କଥା ବୋଲିବାକୁ ହେଉଅଛି | ସେମାନେ କହନ୍ତି , ମଙ୍ଗରାଜେ ଚାରି କୋଶ ମଧ୍ଯରେ କାହାରି ଗୋଖୋଜରୁ ଖୋଜେ ଜମି ରଖୁଲେ ନାହିଁ । ବାକି ଥୁଲା ଭାଇ ---ଓର ଖୋଜି ଖୋଜି ଏତେଦିନେ ପାଇଲେ । ଶ୍ୟାମ ପିଆଜ ଖାଇ ବ୍ରାହ୍ମଣ ଭୋଜନ କରାଇଲା, ମଙ୍ଗରାଜ ଘର ମାଇକିନିଆମାନେ ଯେ ଚମ୍ପାକୁ ପଠାଇ ହାଟରୁ ପିଆଜ କିଣି ଆଣନ୍ତି ! କଥା ଛଳରେ ଆମ୍ଭେମାନେ ମାନିଗଲୁ, ଚମ୍ପା ପିଆଜ କିଣି ଆଣିଲା | ଖାଇବାର ପ୍ରମାଣ କାହିଁ ?''ପଲାଣ୍ଡୁ ଗୁଞ୍ଜନଵେବ ।---ମନରେ ଖାଇବାକୁ ସିନା ମନା, କିଣିଲେ ପତିତ ହେବ, ଏ ବିଧ୍ଵ କାହିଁ ? ମାତ୍ର ଭଦ୍ରଲୋକ ଘର ମହିଳା ମାନଙ୍କ ଦୋଷାଦୋଷ ସମାଲୋଚନାକାରୀ ନିନ୍ଦୁକମାନଙ୍କ କଥାରେ ଉତ୍ତର ଦେବାକୁ ଆମ୍ଭେମାନେ ସଂପୂର୍ଣ୍ଣ ନାରାଜ ।


ଫକୀର ମୋହନ ସେନାପତି by ଦ୍ୱାରା ଅଧିକ ପୁସ୍ତକ

26
ପ୍ରବନ୍ଧଗୁଡିକ
ଛମାଣ ଆଠ ଗୁଣ୍ଠ
0.0
ଫତେପୁର ଗୋବିନ୍ଦପୁର ଜମିଦାର ରାମଚନ୍ଦ୍ର ମଙ୍ଗରାଜ ଜଣେ ଅତି କୃପଣ ବ୍ୟକ୍ତି। କଳେ ବଳେ କୌଶଳେ ଅନ୍ୟର ସମ୍ପତି ହସ୍ତଗତ କରିବା ପାଇଁ ସେ ଜଣାଶୁଣା। ଗାଆଁର ତନ୍ତୀ ଦମ୍ପତି ଭଗିଆ ଓ ସାରିଆ ନିଜର ପୈତୃକ ସମ୍ପତି ଛ’ ମାଣ ଆଠ ଗୁଣ୍ଠ ଭୋଗ କରନ୍ତି, ଯାହାକୁ ରାମଚନ୍ଦ୍ର ଅକ୍ତିଆର କରିବାକୁ ଚାହାନ୍ତି। ଏଥିପାଇଁ ସେ ଚାକରାଣୀ ଚମ୍ପା, ଗୋବରା ଜେନା ଆଦିଙ୍କ ସହାଯ୍ୟ ନିଅନ୍ତି। ଏପଟେ ଭଗିଆ ଓ ସାରିଆ ନିଃସନ୍ତାନ ହୋଇଥିବାରୁ ଚମ୍ପା ସାରିଆକୁ ଗ୍ରାମଦେବତୀ ବୁଢ଼ୀ ମଙ୍ଗଳାଙ୍କ ମନ୍ଦିର ନିର୍ମାଣ କରିବାକୁ ପ୍ରବର୍ତ୍ତାଉଛି। ଠାକୁରାଣୀ ସନ୍ତୁଷ୍ଟ ହେଲେ ସେମାନଙ୍କୁ ସନ୍ତାନ ଦାନ କରି ପାରନ୍ତି। କିନ୍ତୁ ଏଥିପାଇଁ ପ୍ରଚୁର ଅର୍ଥ ଲୋଡ଼ା। ଚମ୍ପା ସାରିଆକୁ ଛ’ ମାଣ ଆଠ ଗୁଣ୍ଠ ଜମିଦାରଙ୍କ ପାଖରେ ବନ୍ଧା ରଖିବା ପାଇଁ କହୁଛି। ପରେ କିଛି ଆଳ ଦେଖାଇ ଜମିଦାର ସାରିଆର ଗାଈ ନେତୀକୁ ଜବତ କରୁଛନ୍ତି। ଘଟଣାକ୍ରମରେ ସାରିଆର ସନ୍ଦେହଜନକ ମୃତ୍ୟୁ ଜମିଦାରଙ୍କ ବାଡ଼ିରେ ହୁଏ। ଗ୍ରାମବାସୀଙ୍କ ବୟାନ ଅନୁସାରେ ମୁଖ୍ୟ ଅଭିଯୁକ୍ତ ଜମିଦାର ରାମଚନ୍ଦ୍ର ମଙ୍ଗରାଜକୁ ପୁଲିସ ଗିରଫ କରୁଛି। ଏ ଦୁଃଖରେ ସାଆନ୍ତାଣୀଙ୍କର ଅନାହାର ତଥା ସନ୍ନିପାତରେ ମୃତ୍ୟୁ ହେଉଛି। ଜମିଦାରଙ୍କ ଗିରଫ, ସାଆନ୍ତାଣୀଙ୍କ ମୃତ୍ୟୁ ଓ ପିଲାମାନଙ୍କ ଅଯୋଗ୍ୟତା ଦେଖି ଚମ୍ପା ଗୋବିନ୍ଦ ଚାକର ସହ ମିଶି ଜମିଦାରଙ୍କ ମୂଲ୍ୟବାନ ସମ୍ପତି କିଛି ଚୋରି କରି ଖସିଯିବାରେ ସକ୍ଷମ ହେଉଛି। କିନ୍ତୁ କଟକ ଯିବା ରାସ୍ତାରେ ଗୋବିନ୍ଦ ସହିତ ମତାନ୍ତର ହେବାରୁ ଗୋବିନ୍ଦ ଚମ୍ପାକୁ ହତ୍ୟା କରୁଛି। ପରେ ଗୋବିନ୍ଦ ପୁଲିସ ପାଖର ନିଜର ଅପରାଧ ସ୍ୱୀକାର କରୁଛି। ଜମିଦାର ଦଣ୍ଡରୁ ମୁକୁଳିବା ପାଇଁ ଯଥାସମ୍ଭବ ଚେଷ୍ଟା କରୁଛନ୍ତି, ଏଥିପାଇଁ ପ୍ରବଳ ଅର୍ଥ ଓକିଲ ହସ୍ତଗତ କରୁଛି। କିନ୍ତୁ ଦୁଃଖଦ ଭାବେ ଜମିଦାରଙ୍କୁ ସଜା ହେଉଛି। ସଜା ଶେଷ ହେବା ପରେ ଜମିଦାର ନିଜ ଘରେ ପହଞ୍ଚି ଅସ୍ୱାସ୍ଥ୍ୟ ତଥା ମତିଭ୍ରମରେ ସାରିଆର ଦୂର୍ଗା ରୂପ ଦେଖି ଶେଷ ନିଶ୍ୱାସ ତ୍ୟାଗ କରୁଛନ୍ତି।
1

ପ୍ରଥମ ପରିଚ୍ଛେଦ : ରାମଚନ୍ଦ୍ର ମଙ୍ଗରାଜ

22 September 2023
0
0
0

ପ୍ରଥମ ପରିଚ୍ଛେଦ   ରାମଚନ୍ଦ୍ର ମଙ୍ଗରାଜ :  ମହାଜନ-ନଗଦ ରାମଚନ୍ଦ୍ର ମଙ୍ଗରାଜ ଜଣେ ମଫସଲର ଜମିଦାର, ମଧ୍ଯ ଟଙ୍କା କାରବାର ଠାରୁ ଧାନର ମହାଜନୀ ବେଶି । ଶୁଣାଯାଏ, ଆଡ଼େ ଦୀର୍ଘ ଚାରି କୋଶ ମଧ୍ଯରେ ଆଉ କାହାରି କାରବାର ଚଳେନାହିଁ । ବଡ଼ ଧାର୍

2

ଦ୍ଵିତୀୟ ପରିଚ୍ଛେଦ : ସ୍ଵନାମ ପୁରୁଷ ଧନ୍ୟ

22 September 2023
0
0
0

ଦ୍ଵିତୀୟ ପରିଚ୍ଛେଦ  ସ୍ଵନାମ ପୁରୁଷ ଧନ୍ୟ :   ମଙ୍ଗରାଜେ ଗରିବ ପୁଅ ଥିଲେ। ଶୁଣାଅଛି, ସାତବର୍ଷ ବୟସରେ ସେ ଛେଉଣ୍ଡ ହୋଇ ବୁଲୁଥିଲେ। ପଇସା ଅଭାବକୁ ବାପର ଶୁଦ୍ଧ ହୋଇନାହିଁ । ଚାଳକୁ ନଡା ନ ଉଠିବାରୁ କାନ୍ଥ ପଡିଯାଇଥିଲା। ଏହାଙ୍କ ବାଲ୍ୟଜୀବ

3

ତୃତୀୟ ପରିଚ୍ଛେଦ

22 September 2023
0
0
0

ତୃତୀୟ ପରିଚ୍ଛେଦ ବାଣିଜ୍ୟ ବସତେ ଲକ୍ଷ୍ମୀସ୍ତଦ ଅସ୍ୟାର୍ଥୀ 'ବାଣିଜ୍ୟ ଲକ୍ଷ୍ମୀଙ୍କ କୃଷିକର୍ମଣି ବାସ, ତହୁଁ ଅଧେ କଲେ ଚାଷ । ' ଆମ୍ଭେମାନେ ଅନୁମାନ କରୁଁ, ଜଣେ ମରହଟ୍ଟା କବି ଏହି କବିତା କହିଅଛନ୍ତି । ଆଜିକାଲିର କବି ହୋଇ ଥିଲେ , ଏହିପ

4

ଚତୁର୍ଥ ପରିଛେଦ

22 September 2023
0
0
0

ଚତୁର୍ଥ ପରିଛେଦ:  ଅହଂ ନିଜଃ ପରୋବେଭି ଗଣନା ଲଘୁଚେତସାମ । ମଙ୍ଗରାଜେ ନିଜ ପର ଚାଷ ବୁଝନ୍ତି ନାହିଁ । ଶାସ୍ତ୍ରରେ ପାଠ ଡାକୁଛି ଲଘୁଚେତାମାନେ ଆପଣା ଚାଷ ପ୍ରତି ଯେପରି ନଜର, ପର ଚାଷ ପ୍ରତି ମଧ୍ୟ ସେପରି ଦୃଷ୍ଟି । ଆମ୍ଭେମାନେ ଦିନକର କଥା କ

5

ପଞ୍ଚମ ପରିଚ୍ଛେଦ : ମଙ୍ଗରାଜଙ୍କ ଆପଣ ତ ଆମ୍ଭମାନଙ୍କ କୁଟୁମ୍ବ

22 September 2023
0
0
0

ପଞ୍ଚମ ପରିଚ୍ଛେଦ :   ମଙ୍ଗରାଜଙ୍କ ଆପଣ ତ ଆମ୍ଭମାନଙ୍କ କୁଟୁମ୍ବ  ରାମଚନ୍ଦ୍ର ମଙ୍ଗରାଜେ ଜଣେ ବହୁପୋଷୀ ଲୋକ । ଘରେ ଖାଇବାକୁ କୁଟୁମ୍ବ ଢେର । ନିଜେ ସାଆନ୍ତ ସାଆନ୍ତାଣୀଙ୍କୁ ଛାଡି ତିନି ପୁଅ ହିସାବରେ ତିନି ବୋହୂ, ପୋଇଲୀ ପରିବାରୀ କୋଡିଏ

6

ଷଷ୍ଠ ପରିଚ୍ଛେଦ : ଚମ୍ପା

23 September 2023
0
0
0

ଷଷ୍ଠ ପରିଚ୍ଛେଦ ଚମ୍ପା :  ଉଆସ ମଧ୍ୟରେ କେତେ ଲୋକ ଅଛନ୍ତି, ସେଥୁମଧ୍ୟରୁ ଚମ୍ପା ଓରଫେ ଚମ୍ପା ସାଆନ୍ତାଣୀ ଓରଫେ ହରକଳା ସହିତ ମଙ୍ଗରାଜ -ବଂଶର କି ସମ୍ପର୍କ ଏ କଥା କାହାରିକି ଜଣା ନାହିଁ । ତାହାର ଜାତି, କୁଳ, ପିତୃ ବଂଶ ସମ୍ବନ୍ଧରେ ମଧ୍ୟ

7

ସପ୍ତମ ପରିଚ୍ଛେଦ :ବୁଢ଼ୀ ମଙ୍ଗଳା

23 September 2023
0
0
0

ସପ୍ତମ ପରିଚ୍ଛେଦ ବୁଢ଼ୀ ମଙ୍ଗଳା : ' ଯା ଦେବୀ ବୃକ୍ଷମୂଳେସୁ ଶିଳାରୂପେଣ ସଂସ୍ଥିତା ।    ନମସ୍ତସୈ ନମସ୍ତସ୍ୟ ନମସ୍ତସ୍ୟନମୋନମଃ ।   ମୁଭିକାଶ୍ମଗଜାରୂଢା ବନ୍ଧ୍ୟାୟଃ ପୁତ୍ରଦାୟିନୀ,  ବାଡିସଂହାରିଣୀ ଦେବି ନାରାୟଣି ନମୋଽସ୍ତୁତେ ।" ଅ

8

ଅଷ୍ଟମ ପରିଚ୍ଛେଦ : ଜମିଦାର ସେଖ୍ ଦିଲବାର୍ ମିଆଁ

23 September 2023
0
0
0

ଅଷ୍ଟମ ପରିଚ୍ଛେଦ ଜମିଦାର ସେଖ୍ ଦିଲବାର୍ ମିଆଁ:   ସମସ୍ତେ ସେଖ କେରାମତ୍ ଅଲିଙ୍କ ଘର ପ୍ରଥମେ ଆରା ଜିଲ୍ଲାରେ ଥ‌ିବା, ବର୍ତ୍ତମାନ ଜିଲ୍ଲା ମେଦୀନିପୁର । ସେଖ କେରାମତ୍ ଅଲିଙ୍କୁ ଆଲିମିଆଁ ବୋଲି ଡାକନ୍ତି , ଆମ୍ଭେମାନେ ସେହି ନାମ ଲେଖୁବୁ ।

9

ନବମ ପରିଚ୍ଛେଦ : ଗାଁ ହାଲଚାଲ

23 September 2023
0
0
0

ନବମ ପରିଚ୍ଛେଦ ଗାଁ ହାଲଚାଲ :  ତାଲୁକେ ଫତେପୁର ସରଷଣ୍ଢ ଗୋଟାଏ ଭାରି ବଡ ତାଲୁକା । ସଦରଜମା ପାଞ୍ଚ ହଜାର ଦୁଇଶହ ଆଠ ଟଙ୍କା ଛ ଅଣା; ମଫସଲ ଅସୁଲ ଅଢେଇ ପଟ । ଫାଉ ଫଉରାତ୍‌ ଛାଡିଦିଅ । ଏଥ‌ିରେ ପାଞ୍ଚଗୋଟି ମୌଜା --- ମୌଚା ରାମନଗ, ବାଲିଆ ହ

10

ପରିଚ୍ଛେଦ - ୧୦ : ଭଗିଆ ଆଉ ସାରିଆ

23 September 2023
0
0
0

ପରିଚ୍ଛେଦ - ୧୦  ଭଗିଆ ଆଉ ସାରିଆ ତନ୍ତୀସାଇ ଭଗିଆ ଆଉ ସାରିଆ ମୁଣ୍ଡରେ ଭାଗବତ ଘର ଆଉ ଦଧିବାମନ ମନ୍ଦିର ତନ୍ତୀମାନଙ୍କ ଜାତିଆଣ ଟଙ୍କାରେ ମନ୍ଦିରଟି ତୟାର ହୋଇଅଛି । ଜାତିଆଣ ଟଙ୍କା କ'ଣ ଜାଣନ୍ତି ? ଅବଶ୍ୟ ଏ କଥାଟା ଆପଣଙ୍କୁ ବୁଝାଇଦେବା ଦର

11

ଏକାଦଶ ପରିଛେଦ : ଗୋବରା ଜେନା

23 September 2023
0
0
0

ଏକାଦଶ ପରିଛେଦ ଗୋବରା ଜେନା :  ତନ୍ତୀସାହିକୁ ଚାରିଶ ପାଞ୍ଚାଶ କଦମ ଦୂର ବିଲ ମଝିରେ ଡ଼ମସାଇ । ଏଟା ଅଲଗା ମୌଜା ନୁହେଁ, ଗୋବିନ୍ଦ ସାମିଲ । ସେଠାରେ ଦଶଘର ଡ଼ମ ଆଉ ଗୋବରା ଜେନା ଚୌକିଦାର ଘର । ଗୋବରା ଜେନା ନିଜ ମୌଜାରେ ଚୌକିଦାର ; ତା'ର ଦ

12

ଦ୍ଵାଦଶ : ଅସୁର ଦୀଘି

24 September 2023
0
0
0

ଦ୍ଵାଦଶ ପରିଚ୍ଛେଦ ଅସୁର ଦୀଘି: ଆମ୍ଭେମାନେ ଏଡ଼େବଡ଼ ଜଳକୀର୍ତ୍ତି ସମ୍ବନ୍ଧରେ ଗୋବିନ୍ଦପୁର ମୌଜାର ଗୋଟିଏ ମାତ୍ର ପୋଖରୀ; ଗ୍ରାମର ସମସ୍ତଲୋକ ଏଥିରେ ଜଳ କାରବାର କରନ୍ତି । ପୁଷ୍କରିଣୀଟା ଖୁବ୍ ବଡ଼, ଆଡ଼ ଦୀର୍ଘ ନଳି ଦେଲେ ଦଶବାର ବାଟିରୁ ଊ

13

ତ୍ରୟୋଦଶ ପରିଚ୍ଛେଦ : ହିତୋପଦେଶ

24 September 2023
0
0
0

ତ୍ରୟୋଦଶ ପରିଚ୍ଛେଦ ହିତୋପଦେଶ  ପାଖଲୋକ ମଧ୍ଯ ସମସ୍ତଙ୍କ ତୁମ୍ଭେ ପାଟିକରି କଥା କହ, ସେଥ‌ିରେ କେହି ମନ ଦେବେନାହିଁ, ନିହାତି ନ ଶୁଣିଲା ପରି ରହିବେ; କିନ୍ତୁ ଦୁଇଜଣ ଫୁସ୍ ଫୁସ୍ ହେଉନ୍ତୁ ଲୋକଙ୍କ ମନ ଦେଖ ସେହିଠାରେ, କଥାଟା ଶୁଣିବାପାଇଁ ମ

14

ଚତୁର୍ଦ୍ଦଶ ପରିଚ୍ଛେଦ :

24 September 2023
0
0
0

ଚତୁର୍ଦ୍ଦଶ ପରିଚ୍ଛେଦ :  ଏମାନଙ୍କ ହୁକେ-ହୁକେ-ହୋ । ହୁକେ-ହୁକେ-ହୋ । ହୁକେ-ହୋ, ବିଲୁଆ ଡାକିଲେ ଠିକ୍ ଅଧରାତି । ମଫସଲର ଗାଁରେ ଘଡି ଘଣ୍ଟା ନାହିଁ, ବିଲୁଆ ଡାକ ଶୁଣି ରାତି ଠିକ୍ କଲୁ । ଏହି ପ୍ରାଣୀଗୁଡିକ ଗ୍ରାମର ଭାରି ଉପକାରୀ । କ୍ଷୁଦ୍

15

ପଞ୍ଚଦଶ ପରିଚ୍ଛେଦ : ବାଘସିଂହ ବଂଶ

24 September 2023
0
0
0

ପଞ୍ଚଦଶ ପରିଚ୍ଛେଦ ବାଘସିଂହ ବଂଶ : ସମସ୍ତ ବହୁ କାଳପର୍ଯ୍ୟନ୍ତ ପ୍ରସିଦ୍ଧ ଆଇନ ଆକବରୀ ଲେଖକ ଆବୁଲ୍ ଫାଜଲ ବୋଲନ୍ତି ''ଓଡିଶାରେ ପ୍ରକୃତ ଭୂମ୍ୟଧିକାରୀ ଖଣ୍ଡାଏତମାନେ ଥିଲେ । ' ପ୍ରକୃତରେ ଗଜପତି ଦରବାରରେ ଖଣ୍ଡାମୁଠିଠାରୁ ଲେଖନ ମୁନପର୍ଯ୍ୟନ

16

ଷୋଡଶ ପରିଚ୍ଛେଦ : ଟାଙ୍ଗୀ ମାଉସୀ

24 September 2023
0
0
0

ଷୋଡଶ ପରିଚ୍ଛେଦ ଟାଙ୍ଗୀ ମାଉସୀ : ଆଜି ସ୍ନାନ ପୂର୍ଣ୍ଣିମା ଜ୍ୟେଷ୍ଠମାସିଆ ଦିନ, ଭାରୀ ଖରା, ମହାପ୍ରଭୁ ଅଣସରକୁ ଯାଇଛନ୍ତି, ଭାରୀ ଗୁଳୁଗୁଳି । ଆଜକୁ ଅଢ଼େଇ ମାସ ହେଲା ଟୋପାଏ ପାଣି ଦେଖୁବାକୁ, ନାହିଁ । ପବନ ଗୁମସୁମ କରି ରହିଅଛି, ଖୁଣ୍ଟା

17

ସପ୍ତଦଶ ପରିଚ୍ଛେଦ : କିପରିଘର ପୋଡ଼ିଲା

24 September 2023
0
0
0

ସପ୍ତଦଶ ପରିଚ୍ଛେଦ କିପରିଘର ପୋଡ଼ିଲା :  ଆଜି ଅନନ୍ତପୁର ଗ୍ରାମରେ ଗ୍ରାମରେ ହାହାକାର ପଡ଼ିଛି । ଗଲା ଅଧରାତିରୁ ବାଘସିଂହ ଘରେ ନିଆଁ ଲାଗି ସମସ୍ତ ଘର, ଧାନ ଅମାର ପୋଡ଼ି ଛାରଖାର ହୋଇଗଲାଣି । ନିଆଁ ପାଉଁଶ ବୋଳି ହୋଇ କାଳିଆ କାଳିଆ କାନ୍ଥଗୁ

18

ଅଷ୍ଟାଦଶ ପରିଚ୍ଛେଦ : ସାଆନ୍ତାଣି

24 September 2023
0
0
0

ଅଷ୍ଟାଦଶ ପରିଚ୍ଛେଦ ସାଆନ୍ତାଣି : ସର୍ବେ ଚଳିବେ କାଳବଳେ, କଥା ରହିବ ମହୀକତଳେ ।'' ଶ୍ରାବଣ ମାସ ରାଧାଷ୍ଟମୀ ଦିନ, ଖୁବ୍ ଭୋର, ଅଳ୍ପ ଅଳ୍ପ ଅନ୍ଧାର ଅଛି, ଲୋକମାନେ ବିଛଣା ଛାଡି ନାହାନ୍ତି । ଅବଶ୍ୟ ଅନେକ ଲୋକଙ୍କ ନିଦ ଭାଙ୍ଗିଲାଣି ; ମାତ୍

19

ଊନବିଂଶ ପରିଚ୍ଛେଦ : ପୁଲିସ ତଦାରଖ

25 September 2023
0
0
0

ଊନବିଂଶ ପରିଚ୍ଛେଦ ପୁଲିସ ତଦାରଖ : ପ୍ରତିଦିନ ଗୋବିନ୍ଦପୁରରେ ଯେପରି ରାତି ପାହେ, ଆଜି ମଧ୍ୟ ଠିକ୍ ସେହିପରି ପାହିଅଛି; କିନ୍ତୁ ସୂର୍ଯ୍ୟ ସଙ୍ଗେ ଦେଖା ନାହିଁ । ମେଘଟା ଝରଝର ଫରଫର କରୁଥିଲା 'ସକାଳ ମେଘ ମେଘ ନୁହେଁ, ସକାଳ କୁଣିଆଁ କୁଣିଆଁ

20

ବିଂଶ ପରିଚ୍ଛେଦ : ଓକିଲ ରାମ ରାମ ଲାଲ

25 September 2023
0
0
0

ବିଂଶ ପରିଚ୍ଛେଦ 1 ଓକିଲ ରାମ ରାମ ଲାଲ :  କାଠ ରେଲିଂ ବେଢ଼ା ନାଜରଖାନା ଗାରଦଘରର ଗୋଟିଏ କୋଣରେ ବାଡକୁ ଆଖ୍ ବୁଜି ଗୋଟିଏ ଆସାମୀ ବସିଅଛି । ଚାରିଜଣ ବରକନ୍ଦାଜ ପହରା । ଆହା ! ଲୋକଟାକୁ ପଦେ କଥା କହିବାକୁ କେହି ନାହିଁ । ସମସ୍ତେ ସୁଖର ସାଥ

21

ଏକବିଂଶ ପରିଚ୍ଛେଦ : କଟକ ସେସନ୍ ଜଜକୋର୍ଟ

25 September 2023
0
0
0

ଏକବିଂଶ ପରିଚ୍ଛେଦ କଟକ ସେସନ୍ ଜଜକୋର୍ଟ ;  ଆଜି ଜଜ୍ କୋର୍ଟରେ ଭାରି ଭିଡ । କଚେରିଆ, ବଜାରୀ ହଟାରୀ ପର୍ଯ୍ୟନ୍ତ ଦେଖିବାକୁ ଧାଇଁଅଛନ୍ତି । କୌଣସି ସ୍ଥାନରେ ବାଦୀପାଲା ହେଲେ ଦେଖଣାହାରୀମାନେ ଯେପରି ଗାଆଣିଆମାନଙ୍କ ବେଶ ବାନ୍ଧିବା ଆଗରୁ ଜମି

22

ଦ୍ୱାବିଂଶ ପରିଚ୍ଛେଦ : ଗୋପୀସାହୁର ଦୋକାନଘର

25 September 2023
0
0
0

ଦ୍ୱାବିଂଶ ପରିଚ୍ଛେଦ ଗୋପୀସାହୁର ଦୋକାନଘର : ବିରୂପା ନଦୀକୂଳ-ଗୋପାଳପୁର ଘାଟ, ଏହିଟି କଟକ ଯିବାର ଦାଣ୍ଡ ; ଲୋକମାନେ ଏହିଠାରେ ପାରି ହୁଅନ୍ତି । ଆଗେ ଗୋପାଳପୁର ଗ୍ରାମ ଏହିଠାରେ ଥିଲା, ଗଲା ଆଠଅଙ୍କ ଭୋଦୁଅ ଅଷ୍ଟମୀ ବଡ଼ ବଢିରେ ଭାସିଯାଇଅଛି

23

ତ୍ରୟୋବିଂଶ ପରିଚ୍ଛେଦ : କର୍ମଫଳ

25 September 2023
0
0
0

ତ୍ରୟୋବିଂଶ ପରିଚ୍ଛେଦ କର୍ମଫଳ : ଗୋପାଳପୁର ପାଖରେ ବିରୂପା ନଦୀଟା ଭାରି ଚୌଡ଼ା, ଅଧେକୋଶରୁ ଊଣା ନୁହେଁ ମାତ୍ର ଧାରଟା ତେତେ ଚୌଡ଼ା ନୁହେଁ, ଗଣ୍ଡଗୋଳିଆ ଜାଗାକମ୍ ଚୌଡ଼ା ହୁଏ । ନଦୀର ଦକ୍ଷିଣ ତରଫଟାରେ ଧାର, ଗୋପାଳପୁର ଘାଟଠାରେ ତୁଚ୍ଛା ବା

24

ଚତୁର୍ବିଂଶ ପରିଚ୍ଛେଦ : ଖୁଣି ତଦାରଖ୍

25 September 2023
0
0
0

ଚତୁର୍ବିଂଶ ପରିଚ୍ଛେଦ ଖୁଣି ତଦାରଖ୍ :  ବେଳ ଅନୁମାନରେ ପହରେ କି ଛ ଘଡ଼ି , ଆଜି ବର୍ଷା ନାହିଁ, ଗୋପୀ ସାହୁ ଦୋକାନୀ ଚିରା ଗଣ୍ଡୁଳି କଳାକନା ପରି ଗାମୁଛା ଖଣ୍ଡିଏ ମୁଣ୍ଡରେ ପକାଇ ଦୋକାନ ଟୋକେଇ କାନ୍ଧରେ କାଞ୍ଚିଟା ହାତରେ ଧରି ଦୋକାନକୁ ଆସ

25

ପଞ୍ଚବିଂଶ ପରିଚ୍ଛେଦ : ମଙ୍ଗରାଜ ଘରର ହାଲଚାଲ

25 September 2023
0
0
0

ପଞ୍ଚବିଂଶ ପରିଚ୍ଛେଦ ମଙ୍ଗରାଜ ଘରର ହାଲଚାଲ : ଛଅମାଣ ଆଠଗୁଣ୍ଠ କ'ର ? କଥ୍‌ତ ଅଛି, ପୃଥ‌ିବୀର ବିଖ୍ୟାତ ମଣି କୋହିନୁର ଯାହାଠାରେ ରହେ, ତାହାର ବଂଶ ନାଶ କରିଦିଏ ଆଲ୍ଲାଉଦ୍ଦୀନ୍ଠାରୁ ରଣଜିତ୍ ସିଂହ ପର୍ଯ୍ୟନ୍ତ ତାହାର ଜାଜ୍ଯଲ୍ୟମାନ ପ୍ରମାଣ

26

ଷଡ଼ବିଂଶ ପରିଚ୍ଛେଦ : ବାବାଜୀ ଲଳିତା ଦାସ

25 September 2023
0
0
0

ଷଡ଼ବିଂଶ ପରିଚ୍ଛେଦ ବାବାଜୀ ଲଳିତା ଦାସ :  ମଙ୍ଗରାଜେ କଟକ ଯିବା ସାତ ଦିନଠାରୁ ପୁରୀ କ୍ଷେତ୍ରରୁ ଗୋଟିଏ ବାବାଜୀ ଆସି ଗୋବିନ୍ଦପୁରର ଭାଗବତ ଘରେ ମଠ କରିଅଛନ୍ତି । ବାବାଜୀଙ୍କ ନାମ ଲଳିତା ଦାସ, ବୟସ ଅଧୋଡା, ବର୍ଣ୍ଣ ଶ୍ୟାମଳ, ଦେହଟି ଥାକୁଲ

---

ବହି ପଢ଼ନ୍ତୁ